Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଦୀପାବଳୀ ଭେଟି: ଓଡିଶାରେ ରହିବେନି କଣ୍ଟ୍ରାକଚ୍ୟୁଆଲ, ସମସ୍ତେ ହେବେ ସ୍ଥାୟୀ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଦୀପାବଳୀ ଭେଟି: ଓଡିଶାରେ ରହିବେନି କଣ୍ଟ୍ରାକଚ୍ୟୁଆଲ, ସମସ୍ତେ ହେବେ ସ୍ଥାୟୀ

October 15, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୀପାବଳୀ ପୂର୍ବରୁ ଏକ ବଡ ଘୋଷଣା କରିଛନ୍ତି। ଏଣିକି ରାଜ୍ୟରେ କୌଣସି ଠିକା କର୍ମଚାରୀ ନିଯୁକ୍ତି ହେବ ନାହିଁ। ରାଜ୍ୟରେ ଯାହା ସବୁ ନିଯୁକ୍ତି ହେବ, ତାହା ସ୍ଥାୟୀ ନିଯୁକ୍ତି ହେବ। ଆଜି ରାଜ୍ୟ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି।

ରାଜ୍ୟରେ ବର୍ତ୍ତମାନ ୫୩ ହଜାର କଣ୍ଟ୍ରାକଚ୍ୟୁଆଲ କର୍ମଚାର କାର୍ଯ୍ୟ କରୁଛନ୍ତି। ଏମାନଙ୍କୁ ସମସ୍ତଙ୍କୁ ରାଜ୍ୟ ସରକାର ସ୍ଥାୟୀ କର୍ମଚାରୀ ଭାବେ ନିଯୁକ୍ତି ପ୍ରଦାନ କରାଯିବ। ସେଥିପାଇଁ ରାଜ୍ୟ ରାଜକୋଷରୁ ୧୪ ଶହ କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ ହେବ ବୋଲି ଅଟକଳ କରାଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ଏପରି ଐତିହାସିକ ନିଷ୍ପତ୍ତିକୁ ବିଭିନ୍ନ ମହଲରେ ସ୍ଵାଗତ କରାଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଅଭିଭାଷଣରେ ଯାହା ସବୁ କହିଛନ୍ତି, ଆସନ୍ତୁ ଜାଣିବା….

ପ୍ରିୟ ଭାଇ ଓ ଭଉଣୀମାନେ,

ଆପଣମାନଙ୍କୁ ସମସ୍ତଙ୍କୁ ନମସ୍କାର। ଆପଣମାନଙ୍କ ଆଶୀର୍ବାଦରେ ୨୦୦୦ ମସିହାରେ ମୁଁ ଓଡିଶା ମା’ର ସେବାର ସୁଯୋଗ ପାଇଥିଲି। ମହାବାତ୍ୟା ପର ସ୍ଥିତି ଓ ଦୁର୍ବଳ ଆର୍ଥିକ ଅବସ୍ଥା ମୋ ପାଇଁ ସବୁଠାରୁ ବଡ ଚ୍ୟାଲେଞ୍ଜ ଥିଲା। ରାଜ୍ୟ ଓଭର ଡ୍ରାଫ୍ଟରେ ଚାଲୁଥିଲା। ନିତି ଦିନ ଖର୍ଚ୍ଚ ପାଇଁ ସରକାରଙ୍କୁ ରିଜର୍ଭ ବ୍ୟାଙ୍କ ଉପରେ ନିର୍ଭର କରିବାକୁ ପଡୁଥିଲା।

ଓଡିଶା ଅର୍ଥନୀତି ପାଇଁ ଏହା ଏକ କଳା ସମୟ ଥିଲା। ରାଜକୋଷ ଖାଲି ଥିଲା। ଅର୍ଥନୀତି ଉପରେ ବହୁତ ଚାପ ଥିଲା। ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମି, କୃଷି, ଜଳସେଚନ ଆଦି ବିଭିନ୍ନ କ୍ଷେତ୍ରରେ ଆମେ ବହୁତ ପଛୁଆ ଥିଲୁ।

ବନ୍ୟା ବାତ୍ୟା ମରୁଡି ଲାଗି ରହି ଥିଲା ଗରିବୀ ବହୁ ଅଧିକ ଥିଲା.

ସୀମିତ ସମ୍ବଳ ଭିତରେ ଏସବୁ କ୍ଷେତ୍ରରେ ଉନ୍ନତି ଆଣିବା ଥିଲା ଆମ ପାଇଁ ସବୁଠାରୁ ବଡ ପ୍ରାଥମିକତା।

ସେତେବେଳେ ନିଯୁକ୍ତି ପୁରାପୁରି ବନ୍ଦ ଥିଲା। ପୋଷ୍ଟ ସବୁ ଉଚ୍ଛେଦ କରିବାକୁ ପଡୁଥିଲା। ଏହା ମୋ ପାଇଁ ବହୁତ କଷ୍ଟକର ଥିଲା। ମୋ ରାଜ୍ୟର ପିଲାମାନେ ନିଯୁକ୍ତି ନ ପାଇ ହଇରାଣ ହେଉଥିଲେ। ଏହା ମୋତେ ବହୁତ ଦୁଃଖ ଦେଉଥିଲା। ପ୍ରତିଦିନ ମୋ ମନରେ ଚିନ୍ତା ଥିଲା, କେବେ ପରିସ୍ଥିତିରେ ଉନ୍ନତି ଆସିବ ଏବଂ ଆମ ପିଲାମାନେ ରେଗୁଲାର ନିଯୁକ୍ତି ପାଇବେ ?

ଆପଣମାନଙ୍କର ସହଯୋଗ ଓ ମହାପ୍ରଭୁଙ୍କ ଆଶୀର୍ବାଦ ହିଁ ଆମର ସବୁଠାରୁ ବଡ ଶକ୍ତି। ଉତ୍ତମ ଆର୍ଥିକ ପରିଚାଳନା ଓ ସୁଶାସନ ଜରିଆରେ ହିଁ ଧିରେ ଧିରେ ପରିସ୍ଥିତିରେ ଉନ୍ନତି ଆସିଲା। ୨୦୧୩ରୁ ଆମେ ଚୁକ୍ତିଭିତ୍ତିକ ନିଯୁକ୍ତି ଆରମ୍ଭ କଲୁ। ଏହା ମଧ୍ୟ ମୋ ପାଇଁ ଏକ କଷ୍ଟକର ନିଷ୍ପତ୍ତି ଥିଲା। ଏବେ ଆମ ଅର୍ଥନୀତିରେ ଉନ୍ନତି ଆସିଛି। ବିକାଶ କ୍ଷେତ୍ରରେ ଓଡିଶା ସାରା ଦେଶରେ ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି। ଗତ ବର୍ଷ ଆମେ ଏହି ଚୁକ୍ତିଭିତ୍ତିକ ନିଯୁକ୍ତି କୁ ପରିବର୍ତ୍ତନ କରି ଇନିସିଆଲ ଆପଏଣ୍ଟି କରିଥିଲୁ।

ଆଜି ମୁଁ ଖୁସିର ସହ ଘୋଷଣା କରୁଛି ଯେ ଆଜି ରାଜ୍ୟ କ୍ୟାବିନେଟ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବ୍ୟସ୍ଥାକୁ ସବୁଦିନ ପାଇଁ ଉଚ୍ଛେଦ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏବେ ବି ଅନେକ ରାଜ୍ୟରେ ନିୟମିତ ନିଯୁକ୍ତି ବନ୍ଦ ଅଛି । ଚୁକ୍ତିଭିତ୍ତିକ ନିଯୁକ୍ତି ଚାଲିଛି। ଓଡିଶାରେ ଚୁକ୍ତିଭିତ୍ତିକ ନିଯୁକ୍ତିର ଯୁଗ ଶେଷ ହେଲା। ସବୁ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ ହେବ । ବହୁ ଦିନ ଧରି ଏ ସୁଦିନକୁ ମୁଁ ଅପେକ୍ଷା କରିଥିଲି। ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ ପାଇବ। ୫୭ ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ। ଏଥିପାଇଁ ହାରାହାରି ୧୩୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ। ସେମାନଙ୍କ ପରିବାର ପାଇଁ ଏହା ଆଗୁଆ ଦୀପାବଳି ଆଣିଛି।

ଆଜି ଓଡିଶା ଆତ୍ମବିଶ୍ବାସର ସହ ଆଗକୁ ବଢୁଛି। ସଶକ୍ତ ହେଉଛି। ଓଡିଶା ଇତିହାସର ଏହା ଏକ ସୁବର୍ଣ୍ଣ ମୂହୁର୍ତ୍ତ।

ସରକାରୀ କର୍ମଚାରୀ ମାନଙ୍କୁ ମୋର ଅନୁରୋଧ, ଆପଣମାନେ ସମସ୍ତେ ଭଲ କାମ କରନ୍ତୁ। ନିଷ୍ଠାର ସହ ଲୋକଙ୍କ ସେବା କରନ୍ତୁ । ଦାୟିତ୍ବ ପାଳନ କରିବାବେଳେ, ୫-ଟି ଉପକ୍ରମ – ଟିମ୍‌ ୱାର୍କ, ଟେକ୍‌ନୋଲୋଜି, ଟ୍ରାନ୍‌ସପ୍ୟାରେନ୍‌ସି ଓ ଟ୍ରାନସଫରମେସନକୁ ଅନୁସରଣ କରନ୍ତୁ। ସରକାରଙ୍କ ପରିଚୟକୁ ଆହୁରି ଉଜ୍ଜଳ କରନ୍ତୁ ଏବଂ ଓଡିଶାର ରୂପାନ୍ତରରେ ନିଜର ଗୁରୁତ୍ବପୂର୍ଣ୍ଣ ଅବଦାନ ରଖନ୍ତୁ।

ବନ୍ଦେ ଉତ୍କଳ ଜନନୀ

https://thesamikhsya.com/odia/wp-content/uploads/2022/10/REGULAR-RECRUITMENT.mp4
ଦୀପାବଳୀ
Share. Facebook Twitter LinkedIn Email WhatsApp Copy Link

Related Posts

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.