ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନରେ ଠିକା ନିଯୁକ୍ତି ଉଚ୍ଛେଦ ପାଇଁ ବାହାରିଲା ବିଜ୍ଞପ୍ତି, ସମସ୍ତେ ଖୁସ

Published: Oct 16, 2022, 1:03 pm IST

ଭୁବନେଶ୍ୱର: ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ନେଇ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି।  ଆଜି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ। ଏପରି ଦିନରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଚୁକ୍ତି ଭିତ୍ତିକ ଗ୍ରୁପ ବି, ଗ୍ରୁପ ସି ଓ ଗ୍ରୁପ ଡି ନିଯୁକ୍ତି ଉଚ୍ଛେଦ ନେଇ ଏହି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି। ଏହା ଦ୍ୱାରା ୫୭ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କର୍ମଚାରୀ ନିୟମିତ ହେବେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସନ୍ଧ୍ୟାରେ ଏହି ଉଚ୍ଥେଦ ହେବା କଥା ଘୋଷଣା କରିଥିବା ବେଳେ ଆଜି ରବିବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତକାଲି ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ନେଇ ରାଜ୍ୟ କ୍ୟାବିନେଟରେ ଅନୁମୋଦନ ଲାଭ କରିଥିଲା। ପରେ ମୁଖ୍ୟମନ୍ତ୍ରୀ ଘୋଷଣା କରି କହିଥିଲେ ଯେ ରାଜ୍ୟରୁ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥାକୁ ସବୁଦିନ ପାଇଁ ଉଚ୍ଛେଦ କରାଯାଇଛି।

ସେ କହିଥିଲେ ଯେ, ଓଡ଼ିଶାରେ ବର୍ତ୍ତମାନ ଚୁକ୍ତିଭିତ୍ତିକ ନିଯୁକ୍ତିର ଯୁଗ ଶେଷ ହେଲା। ସବୁ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ ହେବ। ଏହା ଦ୍ବାରା ୫୭ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ। ଏଥିପାଇଁ ହାରାହାରି ୧୩୦୦କୋଟି ଟଙ୍କାରୁ ଅଧିକ ଅର୍ଥ ଖର୍ଚ୍ଚ ହେବ। ଏହି ଚୁକ୍ତିଭିତ୍ତିକ ନିଯୁକ୍ତି ପାଇଥିବା ପରିବାର ପାଇଁ ଏହା ଆଗୁଆ ଦୀପାବଳୀ ବୋଲି ମୁଖ୍ୟମନ୍ତ୍ରୀ ଏକ ଅଭିଭାଷଣରେ ପ୍ରକାଶ କରିଥିଲେ।

Related posts