Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»Dhamnagar Byelection: ଜବତ ହେଲାଣି ୧୦ ଲକ୍ଷ ଟଙ୍କାର ମଦ, ୧୮୭ଟି ଅସ୍ତ୍ରଶସ୍ତ୍ର
ଜାତୀୟ ଖବର

Dhamnagar Byelection: ଜବତ ହେଲାଣି ୧୦ ଲକ୍ଷ ଟଙ୍କାର ମଦ, ୧୮୭ଟି ଅସ୍ତ୍ରଶସ୍ତ୍ର

October 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Dhamnagar Byelection: ଜବତ ହେଲାଣି ୧୦ ଲକ୍ଷ ଟଙ୍କାର ମଦ, ୧୮୭ଟି ଅସ୍ତ୍ରଶସ୍ତ୍ର

ଭୁବନେଶ୍ବର: ବର୍ତ୍ତମାନ ଧାମନଗର ଉପନିର୍ବାଚନ ଲଢେଇ ଆରମ୍ଭ ହୋଇଯାଇଛି। ବିଭିନ୍ନ ଦଳ ତରଫରୁ କର୍ମିମାନେ ଲଢେଇ କରିବା ଆରମ୍ଭ କରିସାରିଲେଣି। ତେବେ ଏହି ଲଢେଇ ଭିତରେ ଆଇନ ଉଲ୍ଲଂଘନକାରୀଙ୍କ ଉପରେ କଡା ନଜର ରଖିଛନ୍ତି ନିର୍ବାଚନ ଅଧିକାରୀ।

ଗତ ଅକ୍ଟୋବର ୩ ତାରିଖଠାରୁ ସମଗ୍ର ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆଦର୍ଶ ଆଚରଣବିଧି ଲାଗୁ ହୋଇଥିବାରୁ ନିର୍ବାଚନ ମଣ୍ଡଳୀରେ କେତେକ ଜାଗାରେ ଏହାର ଉଲ୍ଲଂଘନ ହୋଇଥିବା ପରିଲକ୍ଷିତ ହୋଇଛି । ସର୍ବସାଧାରଣ କାନ୍ଥବାଡ଼ିରେ ୬୨୪ଟି ସ୍ଥାନରେ ପୋଷ୍ଟର, ବ୍ୟାନର ଓ ପେଣ୍ଟିଂ ହୋଇଥିବାବେଳେ ବ୍ୟକ୍ତିବିଶେଷଙ୍କ କାନ୍ଥବାଡ଼ରେ ୫୯ଟି ସ୍ଥାନରେ ପୋଷ୍ଟର, ବ୍ୟାନର ଓ ପେଣ୍ଟିଂ ହୋଇଥିବା ଜଣାଯାଇ ସଂପୃକ୍ତ ବ୍ୟକ୍ତିବିଶେଷଙ୍କ ବିରୁଦ୍ଧରେ ଜିଲ୍ଲା ପ୍ରଶାସନ ଦ୍ୱାରା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।

ବର୍ତ୍ତମାନ ସୁଦ୍ଧା ୧୮୭ଟି ଅସ୍ତ୍ରଶସ୍ତ୍ର ଜବତ କରାଯାଇଥିବାବେଳେ ସିଆର୍‌ପିସି ଧାରା ଅନୁସାରେ ୧୧୬୭ ଜଣ ବ୍ୟକ୍ତିଙ୍କୁ ଅଟକ କରାଯାଇଛି ଓ ୫୩ ଜଣ ବ୍ୟକ୍ତିଙ୍କ ବିରୁଦ୍ଧରେ ଜାମିନ୍‌ବିହୀନ ୱାରେଣ୍ଟ କାର୍ଯ୍ୟକାରୀ କରାଯାଇଛି । ଉପନିର୍ବାଚନ ପରିପ୍ରେକ୍ଷୀରେ ଅବକାରୀ ବିଭାଗ ଦ୍ୱାରା ଚଢ଼ାଉ କରାଯାଇ ୫୧ଟି କେସ୍‌ ରୁଜ୍ଜୁ କରାଯାଇଛି ଓ ୪୮ ଜଣ ଲୋକଙ୍କୁ ଗିରଫ କରାଯାଇଛି ।

ଏଥି ସହ ୧୦ ଲକ୍ଷ ୪୮ ହଜାର ୪୮୬ ଟଙ୍କାର ମଦ ଜବତ କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଲୋହାନୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର ଓ ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

Dhamnagar Byelection ଧାମନଗର ଉପନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କାନ୍ଦି ପକାଇଲେ ଉପମୁଖ୍ୟମନ୍ତ୍ରୀ

June 22, 2026

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026

ଲକ୍ଷ୍ନୌରେ ଭୟଙ୍କର ଅଗ୍ନିକାଣ୍ଡ: ୧୪ ଲୋକଙ୍କ ମୃତ୍ୟୁ

June 22, 2026

ଗ୍ୟାସ୍ ଲିକ୍ ଘଟଣା, ମୃତ ଓଡିଆ ପରିବାରଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
Latest News

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କାନ୍ଦି ପକାଇଲେ ଉପମୁଖ୍ୟମନ୍ତ୍ରୀ

June 22, 2026

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026

ଲକ୍ଷ୍ନୌରେ ଭୟଙ୍କର ଅଗ୍ନିକାଣ୍ଡ: ୧୪ ଲୋକଙ୍କ ମୃତ୍ୟୁ

June 22, 2026

ଗ୍ୟାସ୍ ଲିକ୍ ଘଟଣା, ମୃତ ଓଡିଆ ପରିବାରଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.