Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନିର୍ବାଚନ ପ୍ରକ୍ରିୟା ସନ୍ଦେହ ଓ ଅବିଶ୍ବାସର ଉର୍ଦ୍ଧ୍ଵରେ ନ ରହିଲେ ଗଣତନ୍ତ୍ର ଅନ୍ଧକାରଆଡକୁ ଚାଲିଯିବ ନିଶ୍ଚୟ
ବିଶେଷ ଖବର

ନିର୍ବାଚନ ପ୍ରକ୍ରିୟା ସନ୍ଦେହ ଓ ଅବିଶ୍ବାସର ଉର୍ଦ୍ଧ୍ଵରେ ନ ରହିଲେ ଗଣତନ୍ତ୍ର ଅନ୍ଧକାରଆଡକୁ ଚାଲିଯିବ ନିଶ୍ଚୟ

May 22, 2019No Comments3 Mins Read
Share Facebook Twitter LinkedIn Email WhatsApp Copy Link

କେଦାର ମିଶ୍ର

ଯେତେବେଳେ ପରାଜୟ ନିଶ୍ଚିତ ବୋଲି ଜଣାପଡେ, ସେତେବେଳେ ରାଜନୈତିକ ଦଳଗୁଡିକ ଭୋଟିଂ ମେସିନ ଓ ନିର୍ବାଚନ ପ୍ରକ୍ରିୟା ଉପରେ ପ୍ରଶ୍ନ ଉଠାଇଥାନ୍ତି- ଏହା ହେଉଛି ଆମ ଗଣମାଧ୍ୟମର ଏକ ସୁଚିନ୍ତିତ ସିଦ୍ଧାନ୍ତ। ନିଜ ପରାଜୟକୁ ସ୍ଵୀକାର କରିବା ପରିବର୍ତ୍ତେ ଭୋଟିଂ ମେସିନ କୁ ଦୋଷ ନଦେବାକୁ ଉପଦେଶ ଓ ପରାମର୍ଶ ମଧ୍ୟ  ଦିଆଯାଏ। ତେବେ ବିରୋଧୀ କଣ ସତରେ ଔଷଧ ରାଗରେ ତାଟିଆ କାମୁଡିବା ନ୍ୟାୟରେ କେବଳ ଭୋଟିଂ ମେସିନ ଓ ନିର୍ବାଚନ କମିଶନକୁ ଦୋଷ ଦେଉଛନ୍ତି। ଆଜି ଯେତେବେଳେ ଦେଶର ସବୁ ଗଣମାଧ୍ୟମ ଘୋଷଣା କରିସାରିଛନ୍ତି ଯେ, ନରେନ୍ଦ୍ର ମୋଦୀ ବିପୁଳ ଆସନ ପାଇ ଜୟଯୁକ୍ତ ହୋଇସାରିଛନ୍ତି, ସେତେବେଳେ ବିରୋଧୀ ହାରି ସାରିଛନ୍ତି ଓ ହାରିବାର ପ୍ରତିକ୍ରିୟାରେ ଭୋଟିଂ ମେସିନ ଉପରେ ରାଗ ଅଜାଡୁଛନ୍ତି ବୋଲି ମାନିନେବା ଛଡା ଆଉ ବା ବାଟ କଣ ଅଛି? ୨୩ ତାରିଖ ଫଳାଫଳ ଘୋଷଣା ହେବା ପୂର୍ବରୁ ବିଜେପିରେ ଭୋଜିଭାତ ଆରମ୍ଭ ହୋଇଗଲାଣି। କଂଗ୍ରେସ ଶିବିର ନୀରବ। ତୃତୀୟ ସାମ୍ମୁଖ୍ୟ ଏବେ ହଜିଯାଇଛି। ଏବେ ଲାଗୁଛି, ଆଉ ୨୩ ରେ ଫଳ ଘୋଷଣା କରିବାର ଆବଶ୍ୟକତା କଣ? ଏକଜିଟ ପୋଲ କହିଛି, ମୋଦୀ ଜିତିଛନ୍ତି ମାନେ, ସେ ଜିତିଛନ୍ତି। ଶୁଣିବାକୁ ମିଳୁଛି, ମଇ ୨୬ ରେ କୁଆଡେ ନରେନ୍ଦ୍ର ମୋଦୀ ନିଜର “ମନ କି ବାତ” କହିବେ ଓ ୨୮ ତାରିଖରେ ଶପଥ ନେବେ। ଫଳ ବାହାରିବା ପୂର୍ବରୁ ଫଳ ପ୍ରଘଟ ହୋଇ ସାରିଛି।

ଜଣେ ନାଗରିକ ଭାବରେ ଏହା ହିଁ ଆମ ଲାଗି ଚିନ୍ତାର ବିଷୟ। ଶାସନରେ ଥିବା ଦଳ ଯେତେବେଳେ ଫଳ ବାହାରିବା ଆଗରୁ ଫଳ ଜାଣିଯିବାର ସୂଚନା ଦିଏ, ସେଠି ନିର୍ବାଚନ ପ୍ରକ୍ରିୟା ଉପରେ ସନ୍ଦେହ ଉଠିବା ସ୍ଵାଭାବିକ। ଯଦି ନିର୍ବାଚନ ପ୍ରକ୍ରିୟା ଏତେ ଗୋପନୀୟ, ତେବେ ଶାସକ ଦଳ ହଠାତ ଏକ୍ଜିଟ ପୋଲ କୁ ନେଇ ଏତେ ଉଲ୍ଲସିତ କେମିତି? ତା ସହିତ ଆଉ ଗୋଟେ କଥା ମଧ୍ୟ କହିବା ଉଚିତ, ମଧ୍ୟପ୍ରଦେଶ, ଛତିଶଗଡ ଓ ରାଜସ୍ଥାନ ବିଧାନସଭା ନିର୍ବାଚନ ଜିତିବା ପରେ ମଧ୍ୟ କଂଗ୍ରେସ ଭୋଟିଂ ମେସିନ ଓ ନିର୍ବାଚନ କମିଶନଙ୍କ ପକ୍ଷପାତିତା ଉପରେ ପ୍ରଶ୍ନ ଉଠାଇଛି। ଚଳିତ ନିର୍ବାଚନ ତାରିଖ ଘୋଷଣାରେ ଅହେତୁକ ବିଳମ୍ବ କରିବାଠୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ତାଙ୍କ ଦଳ ସେନାବାହିନୀର ନିର୍ବାଚନୀ ବ୍ୟବହାର କରିବା ଉପରେ କମିଶନଙ୍କ ନୀରବତା, ଅନେକଙ୍କୁ ନିର୍ବାଚନ କମିଶନଙ୍କ ନିରପେକ୍ଷତା ଉପରେ ପ୍ରଶ୍ନଚିହ୍ନ ଲଗାଇଛି। ଏପରିକି ନିର୍ବାଚନ କମିଶନର ଅଶୋକ ଲାଭାସାଙ୍କ ପ୍ରତିବାଦ ଓ ଭିନ୍ନମତକୁ କମିଶନ ରେକର୍ଡ କରିନାହାନ୍ତି।

ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବା ପରେ ପରେ ପ୍ରଧାନମନ୍ତ୍ରୀ ଉପଗ୍ରହ ନଷ୍ଟ କରିପାରୁଥିବା କ୍ଷେପଣାସ୍ତ ର ପ୍ରୟୋଗ କୁ ନେଇ ନିଜର ପ୍ରଥମ ନାଟକ ଆରମ୍ଭ କଲେ। ପାଞ୍ଚ ବର୍ଷ ଭିତରେ ଆମର ବୈଜ୍ଞାନିକ ସଫଳତା ବିଷୟରେ କହିବାକୁ ନିର୍ବାଚନ ସମୟରେ ହିଁ ପ୍ରଧାନମନ୍ତ୍ରୀଙ୍କୁ ଜାତି ଉଦ୍ଦେଶ୍ୟରେ ଭାଷଣ ଦେବାକୁ ସୁଯୋଗ ଦେଲା। ମାଗଣାରେ ଓ ଲୋକଙ୍କ ଖର୍ଚ୍ଚ ରେ ମୋଦୀ ନିଜ ଦଳର ପ୍ରଚାର କଲେ। ସେଇଠୁ ନିର୍ବାଚନ କମିଶନଙ୍କ ଧୃତରାଷ୍ଟ୍ର ଭୂମିକା ଆମେ ଦେଖି ଆସୁଛୁ। ଖୋଦ ପ୍ରଧାନମନ୍ତ୍ରୀ ବାରମ୍ବାର ଆଦର୍ଶ ଆଚରଣ ବିଧିର ଖୋଲା ଉଲ୍ଲଂଘନ କରୁଥିବା ବେଳେ ତାଙ୍କୁ ନିର୍ବାଚନ କମିଶନ ହାତ ଯୋଡି ବସି ରହିଲେ। ଏହାର ପରିଣତିରେ ପୃଥିବୀର ସର୍ବ ବୃହତ ଗଣତନ୍ତ୍ରର ନିର୍ବାଚନ ପ୍ରକ୍ରିୟା ସନ୍ଦେହ ଘେରକୁ ଚାଲିଆସିଲା।

ଏକ୍ଜିଟ ପୋଲ ଘୋଷଣା ହେବା ପରେ ପରେ ହଠାତ ଅନେକ ଗୁଡିଏ ଭୋଟିଂ ମେସିନ ରାସ୍ତା ଘାଟରେ ବୁହା ହେଉଥିବାର ଦେଖିବାକୁ ମିଳିଲା। ଏହାର ସ୍ପଷ୍ଟୀକରଣ ଦେଇ କମିଶନ କହିଲେ, ସେ ସବୁ ଅବ୍ୟବହୃତ ମେସିନ। ତେବେ ଅବ୍ୟବହୃତ ମେସିନ କୁ କେମିତି ରଖାଯିବ ଓ ତାର ପରିବହନ କେମିତି କରାଯିବ, ତାହାର ସ୍ପଷ୍ଟ ନିର୍ଦ୍ଦେଶ ରହିଛି। ସଶସ୍ତ୍ର ପୋଲିସର ଷ୍ଟ୍ରଙ୍ଗ ରୁମରେ ଅବ୍ୟବହୃତ ମେସିନ ରହିବା କଥା। ବେସରକାରୀ ଗାଡିରେ ଏ ସବୁ ମେସିନ ହଠାତ ଆବିର୍ଭୂତ ହେଲେ କାହିଁକି? ବର୍ତ୍ତମାନ ପରିସ୍ଥିତି ଏମିତି ହୋଇଛି ଯେ, ମୋଦୀ ଯେହେତୁ ଜିତି ସାରିଛନ୍ତି, ଆଉ କାହାକୁ କିଛି ପ୍ରଶ୍ନ କରିବା ଆଉ ସମ୍ଭବ ନୁହେଁ। ବିଜେପିର ମୁଖପାତ୍ର ଅର୍ଣ୍ଣବ ଗୋସ୍ଵାମୀଙ୍କ “ରିପବ୍ଲିକ” ଚାନେଲ ଏବେ କହିଲାଣି, ସାରା ଭାରତ କୁଆଡେ ନିର୍ବାଚନ କମିଶନଙ୍କ ସାଙ୍ଗରେ ଠିଆ ହୋଇଛି। ତେବେ ଭାରତ କହିଲେ, ଭାରତରେ ବିରୋଧୀ ଦଳ ବି ଅଛନ୍ତି, ଏ କଥା ଭକ୍ତମାନଙ୍କୁ ଆଉ ବୁଝାଇ ହେବନାହିଁ।

ପୃଥିବୀର ସବୁଠୁ ଉନ୍ନତ ଦେଶ ଆମେରିକା ସମେତ ୟୁରୋପରେ ମଧ୍ୟ ବାଲାଟ କାଗଜରେ ଆଜି ମଧ୍ୟ ଭୋଟଦାନ ହେଉଛି। କେବଳ ଭାରତ ନିଜକୁ ଅତ୍ୟନ୍ତ ଚତୁର ଓ  କୁଶଳୀ ଭାବି ଆମ ନିର୍ବାଚନର ସବୁଠୁ ମୁଖ୍ୟ ବ୍ୟବସ୍ଥାକୁ ଭୟଙ୍କର ଅବିଶ୍ଵାସ ଓ ସନ୍ଦେହ ଘେରରେ ରଖିଛି। ଏଠି କହିରଖିବା ଉଚିତ ହେବ ଯେ, ବର୍ଷ ବର୍ଷ ଧରି ଭୋଟିଂ ମେସିନ ଉପରେ ଯେଉଁ ସନ୍ଦେହର କଳା ବାଦଲ ରହିଛି, ତାହାର ପ୍ରତିକ୍ରିୟା ଆଦୌ ଶୁଭଂକର ହେବନାହିଁ। ପ୍ରତ୍ୟେକ ନିର୍ବାଚିତ ସରକାର ସନ୍ଦେହ ଓ ଅବିଶ୍ବାସର ଘେରରେ ରହିବେ। ତୁରନ୍ତ ଯଦି ଏହାର ସମାଧାନ ସୂତ୍ର ନ ବାହାରେ, ଗୋଟେ ସମୟରେ ଏହା ଆମର ଗଣତନ୍ତ୍ର ପାଇଁ ସବୁଠୁ ବଡ ବିପଦ ହୋଇ ଠିଆ ହେବ।

ଭୋଟ ଗଣତିର ଆଗୁଆ ସୂଚନା ପାଇଁ ଲଗ ଅନ କରନ୍ତୁ   https://thesamikhsya.com , ଆସନ୍ତାକାଲି ସକାଳ 8 ଟାରୁ

 

ceo eci election kedarmishra odishaelection କେଦାରମିଶ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର

April 21, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.