Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା କେନ୍ଦ୍ରାପଡାର ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଉଦ୍‌ଘାଟିତ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା କେନ୍ଦ୍ରାପଡାର ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଉଦ୍‌ଘାଟିତ

October 20, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦ୍ରାପଡା ଜିଲ୍ଲାର ନୂଆ ମୁଖ୍ୟ ଚିକିତ୍ସାଳୟ କମ୍ପ୍ଲେକ୍‌ସର ଉଦ୍‌ଘାଟନ କରିଛନ୍ତି।

ଏହି ନୂତନ ଚିକିତ୍ସାଳୟ କମ୍ପ୍ଲେକ୍‌ସରେ ୨୦୦ଟି ଶଯ୍ୟା ଥିବାବେଳେ ଅତ୍ୟାଧୁନିକ OPD Unit, Casuality ଓ Trauma Care, 5 ଶଯ୍ୟା ବିଶିଷ୍ଟ Trauma ICU, Radiology, MRI CT Scan ସୁବିଧା, ଉନ୍ନତ ଧରଣର OT Complex, ୧୫ ଶଯ୍ୟା ବିଶିଷ୍ଟ SNCU ସହିତ କଙ୍ଗାରୁ ମାତୃସେବା ସୁବିଧା, ୩୪ ଶଯ୍ୟା ବିଶିଷ୍ଟ ICU ବ୍ୟବସ୍ଥା କରାଯାଇଛି।

ଭର୍ଚୁଆଲ ଜରିଆରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଲେ ଯେ ଏହି ଆଧୁନିକ ହସ୍‌ପିଟାଲ କେନ୍ଦ୍ରାପଡା ଜିଲ୍ଲାରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତର ଆଣିବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଜିଲ୍ଲାର ରୋଗୀମନଙ୍କୁ ଆଉ ଚିକିତ୍ସା ପାଇଁ ଆଉ କଟକ ବା ଭୁବନେଶ୍ବର ଯିବା ଆବଶ୍ୟକ ନାହିଁ। ନିଜ ଜିଲ୍ଲାରେ ହିଁ ସେମାନେ ଉତ୍ତମ ସ୍ବାସ୍ଥ୍ୟସେବା ପାଇପାରିବେ।

ଆମ ପାଇଁ ‘ପ୍ରତି ଜୀବନ ମୂଲ୍ୟବାନ’। ଏହି ଆଦର୍ଶ ନେଇ ଆମେ କାମ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଡାକ୍ତର ଓ ପାରାମେଡିକ୍‌ସ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତେଣୁ, ଆପଣମାନେ ନିଷ୍ଠାର ସହ ରୋଗୀର ସେବା କରନ୍ତୁ। ରୋଗୀର ମୁହଁରେ ହସ ଓ ମନରେ ବିଶ୍ବାସ ହିଁ ଆପଣମାନଙ୍କ ପାଇଁ ଏବଂ ଆମ ସମସ୍ତଙ୍କ ପାଇଁ ବଡ ପୁରସ୍କାର ହେବ ଓ ଆମ ପାଇଁ ସନ୍ତୋଷ ଆଣିପାରିବ।

ରାଜ୍ୟରେ ସ୍ବାସ୍ଥ୍ୟ ସେବା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଲକ୍ଷ ଲକ୍ଷ ଲୋକ ବିନା ପଇସାରେ ଭଲ ଚିକିତ୍ସା ପାଇପାରୁଛନ୍ତି। ଲକ୍ଷ ଲକ୍ଷ ପରିବାର ଉପକୃତ ହେଉଛନ୍ତି। ଏହାଦ୍ବାରା ଗରିବ ଲୋକଙ୍କ ଚିକିତ୍ସା ଚିନ୍ତା ଦୂର ହୋଇପାରିଛି ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ କହିଲେ ଯେ କେନ୍ଦ୍ରାପଡା ହେଉଛି ବିଜୁ ବାବୁଙ୍କ କର୍ମ ଭୂମି। କେନ୍ଦ୍ରାପଡାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଦୃଷ୍ଟି ରହିଛି। ଆଜି କେନ୍ଦ୍ରାପଡା ଜିଲ୍ଲାରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ନୂଆ ମାଇଲ ଖୁଣ୍ଟ ସ୍ଥାପିତ ହୋଇଛି ବୋଲି ସେ କହିଥିଲେ।

ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ କହିଲେ ଯେ ଆଜି କେନ୍ଦ୍ରାପଡାବାସୀଙ୍କ ପାଇଁ ଏକ ଗର୍ବ ଓ ଗୌରବର ଦିନ। ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ସ୍ବାସ୍ଥ୍ୟସେବାର ଉନ୍ନତି ପାଇଁ ୧୦୦ କୋଟି ଟଙ୍କାରୁ ଅଧିକ ଅର୍ଥ ଦେଇଛନ୍ତି । ଜିଲ୍ଲାର ସମସ୍ତ ହେଲ୍‌ଥ ସେଣ୍ଟରର ଭିତ୍ତିଭୂମିର ଉନ୍ନତି ପାଇଁ ଅର୍ଥ ଯୋଗାଇ ଦେଇଛନ୍ତି।

କେନ୍ଦ୍ରାପଡା ବିଧାୟକ ଶଶୀଭୂଷଣ ବେହେରା ତାଙ୍କ ବକ୍ତବ୍ୟରେ କେନ୍ଦ୍ରାପଡାରେ ସ୍ବାସ୍ଥ୍ୟସେବାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

ଜିଲ୍ଲାପାଳ ଅମୃତ ଋତୁରାଜ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଜିଲ୍ଲା ପରିଷଦର CDO-cum-EO ଧନ୍ୟବାଦ ଅର୍ପଣ କରିଥିଲେ।

କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ବଡ ନିଷ୍ପତ୍ତି: ୧୧,୬୮୨ଟି ନୂତନ MBBS ସିଟ୍ ଏବଂ ୪୩ଟି ନୂତନ ମେଡିକାଲ୍ କଲେଜକୁ ମଞ୍ଜୁରୀ

March 11, 2026

ଆମେରିକାର ତୈଳ ବିଶୋଧନାଗାରରେ ୨୫ ଲକ୍ଷ କୋଟି ନିବେଶ କରିବ ଭାରତ?: ଧନ୍ୟବାଦ ଦେଲେ ଟ୍ରମ୍ପ୍

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026
Latest News

ଭାରତ ଯୋଗୁଁ ତୈଳ ମୂଲ୍ୟ ସ୍ଥିର ରହିଛି”: ଆମେରିକାର ରାଷ୍ଟ୍ରଦୂତଙ୍କ ବଡ ବିବୃତ୍ତି

March 11, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ସରକାରଙ୍କ ବଡ ନିଷ୍ପତ୍ତି: ୧୧,୬୮୨ଟି ନୂତନ MBBS ସିଟ୍ ଏବଂ ୪୩ଟି ନୂତନ ମେଡିକାଲ୍ କଲେଜକୁ ମଞ୍ଜୁରୀ

March 11, 2026

ହାଇଦ୍ରାବାଦରୁ ଫୁକେଟ୍ ଯାଉଥିବା ଏୟାର ଇଣ୍ଡିଆ ବିମାନର ହାର୍ଡ ଲ୍ୟାଣ୍ଡିଂ: ଭାଙ୍ଗିଲା ନୋଜ୍ ଗିଅର୍

March 11, 2026

ସୂର୍ଯ୍ୟକୁମାର ଯାଦବଙ୍କ ପରେ କିଏ ହେବେ ଟିମ୍ ଇଣ୍ଡିଆର ନୂଆ ଟି-୨୦ ଅଧିନାୟକ?: ଜାଣନ୍ତୁ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.