Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବଙ୍କ କୁଶଭଦ୍ରା ହାଇଲେଭଲ ସେତୁ ପରିଦର୍ଶନ
ବିଶେଷ ଖବର

ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବଙ୍କ କୁଶଭଦ୍ରା ହାଇଲେଭଲ ସେତୁ ପରିଦର୍ଶନ

October 21, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବଙ୍କ କୁଶଭଦ୍ରା ହାଇଲେଭଲ ସେତୁ ପରିଦର୍ଶନ

ଭୁବନେଶ୍ୱର: ଆଜି ଗ୍ରାମ୍ୟ ଉନ୍ନୟନ ବିଭାଗ ତଥା ସୂଚନା ଓ ଲୋକ ସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲିପାଟଣା ବ୍ଲକର ବାଲିପାଟଣା ଓ ବନମାଳିପୁର ଅଂଚଳ ପରିଦର୍ଶନ କରିଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି ।

ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ପ୍ରଥମେ କୁଶଭଦ୍ରା ନଦୀରେ ନିର୍ମିତ ହାଇଲେଭଲ ସେତୁ ପରିଦର୍ଶନ କରିଥିଲେ । ଶିଶୁ ଅନନ୍ତ ପୀଠ ଠାରୁ ଜୟଦେବ ପୀଠ ସହିତ ସଂଯୋଗ କରୁଥିବା ଏହି ହାଇଲେଭଲ ସେତୁ ୩୭ କୋଟି ୨୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଛି । ଏହି ସେତୁ ନିର୍ମାଣ ସରିଥିବା ବେଳେ ଏହାର ସଂଯୋଗୀକରଣ ରାସ୍ତା ଉନ୍ନତିକରଣ କାର‌୍ୟ୍ୟ ଜାରି ରହିଛି । ଏହି ସେତୁ ଫଳରେ ସ୍ଥାନୀୟ ଗାରେଡିପାଂଚଣ, ଅଠାନ୍ତର,ପମ୍ପାଲୋ, ଜୟଦେବ, ପ୍ରତାପରୁଦ୍ରପୁର ଆଦି ୪ଟି ଗ୍ରାମ ପଂଚାୟତର ପ୍ରାୟ ୧୮୦୦୦ରୁ ଊର୍ଦ୍ଧ୍ୱ ଜନସାଧାରଣ ଉପକୃତ ହେଉଛନ୍ତି ।

ସେହିପରି ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ, ମୁଖ୍ୟମନ୍ତ୍ରୀ ସଡକ ଯୋଜନାରେ ୬ କୋଟି ୧ଲକ୍ଷ ଟଙ୍କା ବ୍ୟୟରେଉନ୍ନତିକରଣକରାଯାଉଥିବା ଚଣାହାଟ-ରାଜସ ରାସ୍ତା ଏବଂ ୫ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ ଅଟକଳରେ ବନମାଳିପୁର-ବଳଙ୍ଗା ରାସ୍ତା ଉନ୍ନତିକରଣ କାର‌୍ୟ୍ୟର ତଦାରଖ କରିଛନ୍ତି ।

ଏହି ଗସ୍ତ ସମୟରେ ପୂର୍ତ୍ତ ସଚିବ ଶ୍ରୀ ପ୍ରଦୀପ କୁମାର ସାମଲ, ମୁଖ୍ୟ ଯନ୍ତ୍ରୀ, ସେତୁ ଓ ବିଲ୍ଡିଂ ଶ୍ରୀ ରମେଶ ଚନ୍ଦ୍ର ବେହେରା, ମୁଖ୍ୟ ଯନ୍ତ୍ରୀ-ଯୋଜନା ଓ ରାସ୍ତା ନିର୍ମାଣ ଶ୍ରୀ ସଂଜୀବ କୁମାର ମହାନ୍ତି, ମୁଖ୍ୟ ନିର୍ମାଣ ଯନ୍ତ୍ରୀ –କେନ୍ଦ୍ରୀୟ ଗ୍ରାମ୍ୟ ନିର୍ମାଣ ସର୍କଲ ଶ୍ରୀ ସତ୍ୟବ୍ରତ ବେହେରା ଓ ଅଧିକ୍ଷଣ ଯନ୍ତ୍ରୀ(ପୂର୍ତ୍ତ) ଶ୍ରୀ ଅଶୋକ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।

ଅନୁଧ୍ୟାନ ସମୟରେ ପ୍ରମୁଖ ଶାସନ ଶ୍ରୀ ସିଂ ବିଭାଗର ଯନ୍ତ୍ରୀମାନଙ୍କ ସହିତ ନିର୍ମାଣ କାର‌୍ୟ୍ୟରେ ଗୁଣବତ୍ତା ବଜାୟ ରଖିବା, ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କାର‌୍ୟ୍ୟ ଶେଷ କରିବା, ଆବଶ୍ୟକ ସ୍ଥାନରେ ଗାର୍ଡଓ୍ୱାଲ ନିର୍ମାଣଆଦି ସଂପର୍କରେ ଆବଶ୍ୟକନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ ।

ଏହି ପରିପ୍ରେକ୍ଷୀରେ ସେ ବାଲିପାଟଣାର ପ୍ରସିଦ୍ଧ ଶିଶୁ ଅନନ୍ତ ପୀଠ ପରିଦର୍ଶନ କରିଥିଲେ। ସେଠାରେ ଶିଶୁ ଅନନ୍ତ ପୀଠର ମହିମା ସଂପର୍କରେ ପୀଠର ସଂପାଦିକା ତନୟା ଦାସ ଗୋସ୍ୱାମୀଙ୍କ ଠାରୁ ବିଶେଷ ଭାବେ ଅବଗତ ହୋଇଥିଲେ । ଏହି ଅବସରରେ ସଂପାଦିକା ତନୟା ଦାସ ଗୋସ୍ୱାମୀ ପ୍ରମୁଖ ଶାସନ ସଚିବଙ୍କ ସହିତ ପୀଠର ଉନ୍ନତିକରଣ ସଂପର୍କରେ ଅନୁରୋଧ କରିଥିଲେ ।

Sanjay Singh Sanjaya Singh କୁଶଭଦ୍ରା ନଦୀ ଗ୍ରାମ୍ୟ ଉନ୍ନୟନ ବିଭାଗ ସଂଜୟ ସିଂ
Share. Facebook Twitter LinkedIn Email WhatsApp Copy Link

Related Posts

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026
Latest News

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.