Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ୯ ଟି ପ୍ରକଳ୍ପର ଉଦ୍‌ଘାଟନ ଏବଂ ୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

ଆଜି ୯ ଟି ପ୍ରକଳ୍ପର ଉଦ୍‌ଘାଟନ ଏବଂ ୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

October 21, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : ଆଜି ସନ୍ଧ୍ୟା  ୫.୩୦ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରୁ ୧୪.୭୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୯ ଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏଥିସହିତ ମୁଖ୍ୟମନ୍ତ୍ରୀ ୩୩.୬୮ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।

ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଲୋଗୋ ଉନ୍ମୋଚନ ସହିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ପର୍ଯ୍ୟାଲୋଚନା ନିମନ୍ତେ ପରିଷଦ ଦ୍ୱାରା ପ୍ରସ୍ତୁତ ଏକ ମନିଟରିଂ ଆପ୍ଲିକେସନ୍‌ର ମଧ୍ୟ ଶୁଭାରମ୍ଭ କରିବେ।

ବରଗଡ଼ ଜିଲ୍ଲାର ପଦ୍ମପୁରସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷ, ବଲାଙ୍ଗିର ଜିଲ୍ଲାର ସଦର ମହକୁମାଠାରେ ଏକ କଲ୍ୟାଣ ମଣ୍ଡପ ଓ ଟିଟିଲାଗଡ଼ ବାଳକ ଉଚ୍ଚ ବିଦ୍ୟାଳୟର ଏକାଡେମିକ୍‌ ବ୍ଲକ୍‌, ବୌଦ୍ଧ ଜିଲ୍ଲା ସଂଗ୍ରହାଳୟର ସଂପ୍ରସାରଣ, ଦେବଗଡ଼ ଜିଲ୍ଲାର ସାଂସ୍କୃତିକ ପ୍ରେକ୍ଷାଳୟ ତଥା କ୍ରୀଡ଼ା କକ୍ଷ, ଝାରସୁଗୁଡ଼ା ଜିଲ୍ଲାର ମରାକୁଟାଠାରେ କହ୍ନେଇନାଳ ଉପରେ ପୋଲ, କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା ଟାଉନ୍‌ ହଲ ଓ ଜୁନାଗଡ଼ ଏନ୍‌ଏସିଠାରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଷ୍ଟାଡିୟମ୍‌ ଓ ନୂଆପଡ଼ା ଜିଲ୍ଲାର କୋମନାଠାରେ ମାଣ୍ଡିଆ ଆଦି ଶସ୍ୟର ପ୍ରକ୍ରିୟାକରଣ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀ ଆଭାସୀ ମାଧ୍ୟମରେ ଉଦ୍‌ଘାଟନ
କରିବେ।

ସେହିପରି ମୁଖ୍ୟମନ୍ତ୍ରୀ ବରଗଡ଼ ଜିଲ୍ଲାର ଡେବ୍ରିଗଡ଼ ଅଭୟାରଣ୍ୟ ସନ୍ନିକଟ ବାରବଖରା ଜଳପ୍ରପାତ ଓ ଗୁମ୍ଫା ନିକଟରେ ଇକୋ ପର୍ଯ୍ୟଟନ ସ୍ଥଳୀର ବିକାଶ, ବରଗଡ଼ ସହରରେ ଏକ ପାଞ୍ଚଶହ ଆସନବିଶିଷ୍ଟ ପ୍ରେକ୍ଷାଳୟ, ପଦ୍ମପୁରଠାରେ ବଡ଼ବନ୍ଧର ପୁନରୁଦ୍ଧାର, ସୌନ୍ଦର୍ଯ୍ୟକରଣ ଓ ଆଲୋକୀକରଣ, ବରଗଡ଼ ସହରର ବିକାଶ ବିଦ୍ୟାଳୟଠାରୁ ହଳଦୀପାଲି ଛକ ପର୍ଯ୍ୟନ୍ତ ସିମେଣ୍ଟ କଂକି୍ରଟ ଡ୍ରେନ୍‌, ବଲାଙ୍ଗିର ସହରରେ ଏକ ପାଞ୍ଚଶହ ଆସନବିଶିଷ୍ଟ ପ୍ରେକ୍ଷାଳୟ, ବୌଦ୍ଧ ଜିଲ୍ଲା ବୀରନରସିଂହପୁରଠାରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଇକୋ ପାର୍କ, କଳାହାଣ୍ଡି ଜିଲ୍ଲାର ବିଶ୍ୱନାଥପୁରଠାରେ କଲ୍ୟାଣ ମଣ୍ଡପ, ସମ୍ବଲପୁର ଜିଲ୍ଲାର କୁଚିଣ୍ଡାଠାରେ ମୁକୁଣ୍ଡି ଷ୍ଟାଡୟିମ୍‌ର ଉନ୍ନତିକରଣ ଓ ସୁବର୍ଣ୍ଣପୁର ଜିଲ୍ଲାର ସୋନପୁରଠାରେ ହସ୍ତତନ୍ତ ମଲ୍‌ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।

ସୂଚନାଯୋଗ୍ୟ ଯେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଦ୍ୱାରା ଆଧୁନିକ ଅଡିଟୋରିୟମ୍‌, କଲ୍ୟାଣ ମଣ୍ଡପ, ଗୋଷ୍ଠୀ କେନ୍ଦ୍ର, ଖେଳପଡ଼ିଆର ଉନ୍ନତିକରଣ, ପକ୍କା ରାସ୍ତା ଆଦି ଲୋକାଭିମୁଖୀ ପ୍ରକଳ୍ପ ପ୍ରଭୃତି ନିର୍ମାଣ ଫଳରେ ପଶ୍ଚିମ ଓଡ଼ିଶା ଅନ୍ତର୍ଗତ ଜିଲ୍ଲାଗୁଡ଼ିକର ଭିତ୍ତିଭୂମି ଓ ଅର୍ଥନୈତିକ ଅଭିବୃଦ୍ଧି ଅଧିକ ସୁଦୃଢ଼ ହୋଇପାରିବ।

ନବୀନ ପଟ୍ଟନାୟକ ପଶ୍ଚିମ ଓଡିଶା ବିକାଶ ପରିଷଦ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ବକେୟା ଦରମା ଦାବିରେ ଏମ୍ସ ଭୁବନେଶ୍ୱରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ଧାରଣା

June 12, 2026

ରାଜ୍ୟସଭା ନିର୍ବାଚନ: କର୍ଣ୍ଣାଟକରେ କଂଗ୍ରେସ, ମଧ୍ୟପ୍ରଦେଶରେ ବିଜେପିର ନିର୍ବିରୋଧ ବିଜୟ

June 12, 2026

ନିର୍ଦ୍ବନ୍ଦରେ ରାଜ୍ୟସଭାକୁ ନିର୍ବାଚିତ ହେବାପରେ ବିଜେପି ତରଫରୁ ଦେବାଶିଷଙ୍କୁ ସ୍ବାଗତ

June 12, 2026

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026
Latest News

ବକେୟା ଦରମା ଦାବିରେ ଏମ୍ସ ଭୁବନେଶ୍ୱରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ଧାରଣା

June 12, 2026

ରାଜ୍ୟସଭା ନିର୍ବାଚନ: କର୍ଣ୍ଣାଟକରେ କଂଗ୍ରେସ, ମଧ୍ୟପ୍ରଦେଶରେ ବିଜେପିର ନିର୍ବିରୋଧ ବିଜୟ

June 12, 2026

ନିର୍ଦ୍ବନ୍ଦରେ ରାଜ୍ୟସଭାକୁ ନିର୍ବାଚିତ ହେବାପରେ ବିଜେପି ତରଫରୁ ଦେବାଶିଷଙ୍କୁ ସ୍ବାଗତ

June 12, 2026

ଡିଜେଲ୍, ପେଟ୍ରୋଲ୍ ନା ଇଭି ? 2026ରେ କେଉଁ କାର୍ ଆପଣଙ୍କ ପାଇଁ ସବୁଠାରୁ ଲାଭଦାୟକ?

June 12, 2026

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.