Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଞ୍ଚଳିକ ବୈଷମ୍ୟ ଦୂର କରିବା ପାଇଁ ଆମେ କାମ କରୁଛୁ: ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଆଞ୍ଚଳିକ ବୈଷମ୍ୟ ଦୂର କରିବା ପାଇଁ ଆମେ କାମ କରୁଛୁ: ମୁଖ୍ୟମନ୍ତ୍ରୀ

October 21, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶା ପାଇଁ ୯ଟି ପ୍ରକଳ୍ପ ଲୋକାର୍ପିତ କରିଥିବା ବେଳେ ଆଉ ୯ଟି ପ୍ରକଳ୍ପ ପାଇଁ ଭିତ୍ତିଭୂମି ରଖିଛନ୍ତି।

ଲୋକାର୍ପିତ ୯ଟି ପ୍ରକଳ୍ପ ପାଇଁ ୧୪.୬୯ କୋଟି ଟଙ୍କା ବିନିଯୋଗ ହୋଇଥିବା ବେଳେ ଭିତ୍ତିପ୍ରସ୍ତର ରଖାଯାଇଥିବା ୯ଟି ପ୍ରକଳ୍ପର ମୂଲ୍ୟ ୩୩.୬୮ କୋଟି ଟଙ୍କା। ସମୁଦାୟ ପ୍ରକଳ୍ପ ପାଇଁ ୪୮.୩୭ କୋଟି ଟଙ୍କା ବିନିଯୋଗ କରାଯାଉଛି। ଲୋକାର୍ପିତ ହୋଇଥିବା ପ୍ରକଳ୍ପ ଗୁଡିକ ମଧ୍ୟରେ ସ୍କୁଲ, କଲ୍ୟାଣ ମଣ୍ଡପ, Sports Complex ଆଦିର ବିକାଶ ସହିତ କୋମନା ଠାରେ ଏକ ମିଲେଟ୍‌ ପ୍ରକ୍ରିୟାକରଣ ପ୍ରକଳ୍ପ ରହିଛି। ସେହିପରି ଭିତ୍ତିଭୂମି ରଖାଯାଇଥିବା ପ୍ରକଳ୍ପ ମାନଙ୍କ ମଧ୍ୟରେ ଇକୋ ଟୁରିଜିମ, ଭିତ୍ତିଭୂମି, ଇକୋ ପାର୍କ, ଷ୍ଟାଡିଅମ, ହସ୍ତତନ୍ତ ମଲ୍‌ ଆଦିର ବିକାଶ କାର୍ଯ୍ୟକ୍ରମ ରହିଛି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଆଞ୍ଚଳିକ ବୈଷମ୍ୟ ଦୂର କରିବାର ଲକ୍ଷ୍ୟ ନେଇ ରାଜ୍ୟ ସରକାର ପଶ୍ଚିମ ଓଡିଶାର ବିକାଶ ଉପରେ ଗୁରୁତ୍ବ ଦେଇ କାମ କରୁଛନ୍ତି। ୨୦୦୦ ମସିହାରୁ ଏପର୍ଯ୍ୟନ୍ତ ପଶ୍ଚିମ ଓଡିଶା ବିକାଶ ପରିଷଦ ଜରିଆରେ ପ୍ରାୟ ୪୦ ହଜାର ପ୍ରକଳ୍ପ ସମ୍ପୂର୍ଣ୍ଣ କରାଯାଇଛି। ଗତବର୍ଷ ପରିଷଦର annual grantକୁ ୧୦୦ କୋଟିରୁ ୨୦୦ କୋଟିକୁ ବୃଦ୍ଧି କରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଅଧିକ ପ୍ରକଳ୍ପ ହାତକୁ ନେବା ପାଇଁ ସୁଯୋଗ ସୃଷ୍ଟି କରିଛି।

ପଶ୍ଚିମ ଓଡିଶାର ବିକାଶ ପାଇଁ ଭିତ୍ତିଭୂମି ସହିତ କୃଷି, ଜଳସେଚନ ଓ ଶିଳ୍ପ ଉପରେ ଆମେ ବିଶେଷ ଜୋର ଦେଉଛୁ। ତାସହିତ ପର୍ଯ୍ୟଟନ ଓ ହସ୍ତତନ୍ତ ଆଦିର ବିକାଶ ପାଇଁ ସ୍ବତନ୍ତ୍ର ଯୋଜନା କାର୍ଯ୍ୟକାରୀ ହେଉଛି। ସେହିପରି ହରିଶଙ୍କର, ନୃସିଂହନାଥ ଓ ମା ସମଲେଇ କ୍ଷେତ୍ରର ବିକାଶ ପାଇଁ ମଧ୍ୟ କାମ ଚାଲିଛି ବୋଲି ସେ କହିଥିଲେ।

ବିଜୁ ଏକ୍‌ସପ୍ରେସ୍‌ ୱେର ପଶ୍ଚିମ ଓଡିଶା କରିଡର କାମ ଶୀଘ୍ର ଶେଷ ହେବାକୁ ଯାଉଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଏହାଦ୍ବାରା ଏଠାରେ ଅର୍ଥନୈତିକ ପ୍ରକ୍ରିୟା ତ୍ବରାନ୍ବିତ ହେବ। ଆଗାମୀ ମେକ୍‌-ଇନ୍‌-ଓଡିଶା କନ୍‌କ୍ଲେଭରେ ଶିଳ୍ପ ପାଇଁ ଏକ Special Initiative package ଘୋଷଣା କରାଯିବ ବୋଲି ସେ କହିଥିଲେ।

ପଶ୍ଚିମ ଓଡିଶାରେ ବିକାଶ ରଥକୁ ଆହୁରି ଆଗକୁ ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ପଶ୍ଚିମ ଓଡିଶା ବିକାଶ ପରିଷଦର ଏକ ସ୍ବତନ୍ତ୍ର ଲୋଗୋ ଓ ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ ଉନ୍ମୋଚନ କରିଥିଲେ।

ଏହି ଅବସରରେ ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ପଶ୍ଚିମ ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଉଦ୍ୟମର ଉଚ୍ଚପ୍ରଶଂସା କରିବା ସହିତ ରାଜ୍ୟର ବିଭିନ୍ନ ବିକାଶ କାର୍ଯ୍ୟକ୍ରମ ଜରିଆରେ ଓଡିଶାକୁ ଦେଶର ଏକ ପ୍ରମୁଖ ରାଜ୍ୟରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ ସଂପର୍କରେ ବର୍ଣ୍ଣନା କରିଥିଲେ।

ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।

ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ପ୍ରାରମ୍ଭିକ ସୂଚନା ଦେଇ କହିଥିଲେ ଯେ ପଶ୍ଚିମ ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ବ ଦେଇଛନ୍ତି ଓ ପରିଷଦର ମାର୍ଗଦର୍ଶନ କରିଛନ୍ତି। ପରିଷଦ ପକ୍ଷରୁ ପଶ୍ଚିମ ଓଡିଶାର ପ୍ରତ୍ୟେକ ଜିଲ୍ଲାର Baseline Economic Data ରଖାଯାଇଛି ଏବଂ ବିଭିନ୍ନ ଅଞ୍ଚଳର ମୌଳିକ ସୁବିଧା ଆସୁବିଧାକୁ ଦୃଷ୍ଟିରେ ରଖି ପ୍ରକଳ୍ପ ନିର୍ମାଣ କରାଯାଉଛି। ପଶ୍ଚିମ ଓଡିଶାର ପ୍ରତ୍ୟେକ ଜିଲ୍ଲାରେ ବିକାଶ ପରିଷଦର କାର୍ଯ୍ୟାଳୟ ଖୋଲାଯାଇଛି ବୋଲି ସେ କହିଥିଲେ। ପଶ୍ଚିମ ଓଡିଶା ବିକାଶ ପରିଷଦର ସିଇଓ ଶ୍ରୀ ଅଜିତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ, ପଶ୍ଚିମ ଓଡିଶାର ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ।

ନବୀନ ପଟ୍ଟନାୟକ ପ୍ରକଳ୍ପ ଲୋକାର୍ପିତ ଭିଡିଓ କନ୍‌ଫରେନ୍‌ସିଂ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀରେ ଜଙ୍ଗଲ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡା ତାଗିଦ, କହିଲେ…

August 5, 2025

ଘୋଷଣା ହେଲା ଓଡିଶା ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଏବଂ ସଦସ୍ୟାଙ୍କ ନାମ

August 5, 2025

ଘୋଷଣା ହେଲା ଓଡିଶା ମହିଳା ଆୟୋଗ ଅଧ୍ୟକ୍ଷା ଓ ସଦସ୍ୟାଙ୍କ ନାମ, ଜାଣନ୍ତୁ କାହାକୁ ଦିଆଗଲା ନିଯୁକ୍ତି

August 5, 2025

‘ଭାରତକୁ ଆଖି ଦେଖାଉଥିବା ଲୋକମାନେ ନିଜେ ରୁଷ ସହିତ ବ୍ୟବସାୟ କରୁଛନ୍ତି’: ବୈଦେଶିକ ମନ୍ତ୍ରଣାଳୟ

August 5, 2025
Latest News

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ପ୍ରିୟଙ୍କା ଚତୁର୍ବେଦୀ, ବିଜେପିରେ ଯୋଗଦେବା ଉପରେ ବଢିଲା କଳ୍ପନାଜଳ୍ପନା

August 5, 2025

ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀରେ ଜଙ୍ଗଲ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡା ତାଗିଦ, କହିଲେ…

August 5, 2025

ଘୋଷଣା ହେଲା ଓଡିଶା ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଏବଂ ସଦସ୍ୟାଙ୍କ ନାମ

August 5, 2025

ଇତିହାସ ରଚିଲେ ଦୀପିକା ପାଦୁକୋଣ: ପଛରେ ପଡ଼ିଲେ ଏହି ହଲିଉଡ୍ ଷ୍ଟାର

August 5, 2025

ଘୋଷଣା ହେଲା ଓଡିଶା ମହିଳା ଆୟୋଗ ଅଧ୍ୟକ୍ଷା ଓ ସଦସ୍ୟାଙ୍କ ନାମ, ଜାଣନ୍ତୁ କାହାକୁ ଦିଆଗଲା ନିଯୁକ୍ତି

August 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.