Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବାତ୍ୟାର ପୂର୍ବବର୍ତ୍ତି ରୂପ ନେଲା ଲଘୁଚାପ, ୨୨ରୁ ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ମନା
ଜାତୀୟ ଖବର

ବାତ୍ୟାର ପୂର୍ବବର୍ତ୍ତି ରୂପ ନେଲା ଲଘୁଚାପ, ୨୨ରୁ ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ମନା

October 22, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବାତ୍ୟାର ପୂର୍ବବର୍ତ୍ତି ରୂପ ନେଲା ଲଘୁଚାପ, ୨୨ରୁ ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ମନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ଅବପାତ ରୂପ ନେଇଛି। ଏହାପରେ ଗଭୀର ଅବପାତ ଏବଂ ପରେ ବାତ୍ୟା ରୂପ ନେବ। ପାଣିପାଗ ବିଭାଗ ଅନୁସାରେ ଆଜି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏହି ଅବପାତ ସୃଷ୍ଟି ହୋଇଛି। ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଆସନ୍ତାକାଲି ଏହି ଗଭୀର ଅବପାତକୁ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ଏହାପରେ ଏହି ଅବପାତ ବାତ୍ୟାକୁ ପରିବର୍ତ୍ତନ ହେବ। ଯାହାର ନାମ ରହିଛି ସିତ୍ରାଙ୍ଗ।

ଏହି ସମ୍ଭାବ୍ୟ ବାତ୍ୟା ସିତ୍ରାଙ୍ଗ ପରିପ୍ରେକ୍ଷୀରେ ସୁରକ୍ଷା ଦୃଷ୍ଟିରୁ ଅକ୍ଟୋବର ୨୨ ତାରିଖରୁ ଅକେଫାବର ୨୬ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ଓଡ଼ିଶା ଉପକୂଳ ଏବଂ ଚିଲିକାକୁ ଡଙ୍ଗାନେଇ ମାଛ ଧରିବାକୁ ଯିବା ପାଇଁ ନିଷେଧ କରାଯାଇଛି । କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅନୁମୋଦନ କ୍ରମେ ଓଡ଼ିଶା ମାରାଇନ୍‌ ଫିସ୍‌ ରେଗୁଲେସନ୍‌ ଆକଫ ୧୯୮୨ ଅନୁଯାୟୀ ଆଜି ମତ୍ସ୍ୟ ଓ ପ୍ରାଣୀସଂପଦ ବିଭାଗ ପକ୍ଷରୁ ଏ ସଂପର୍କରେ ବିଜ୍ଞପ୍ତି ଜାରି କରାଯାଇଛି।

ମତ୍ସ୍ୟଜୀବୀମାନଙ୍କ ଧନଜୀବନର ସୁରକ୍ଷା ପାଇଁ ରାଜ୍ୟର ସମଗ୍ର ଉପକୂଳରେ ଏବଂ ଚିଲିକା ହ୍ରଦରେ ଯନ୍ତ୍ରଚାଳିତ ତଥା ମୋଟରଚାଳିତ ଡଙ୍ଗା ଏବଂ ଦେଶୀ ଡଙ୍ଗା ନେଇ ମାଛ ଧରିବା ପାଇଁ ବାରଣ କରାଯାଇଛି। ଅକ୍ଟୋବର ୨୨ରୁ ୨୬ ତାରିଖ ୫ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ମାଛ ଧରିବା ପାଇଁ ସମୁଦ୍ର ଓ ଚିଲିକାକୁ ନଯିବା ପାଇଁ କୁହାଯାଇଛି।
ସମ୍ଭାବ୍ୟ ବାତ୍ୟା ଯୋଗୁଁ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକର ମତ୍ସ୍ୟ ଅଧିକାରୀମାନଙ୍କୁ ଏ ଦିଗରେ ସମସ୍ତ ପ୍ରକାର ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ମତ୍ସ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଏହି ପରିପ୍ରେକ୍ଷୀରେ ମତ୍ସ୍ୟ ବିଭାଗ ପକ୍ଷରୁ ମାଇକ ଯୋଗେ ଘୋଷଣା କରାଯାଇ ସମୁଦ୍ର ଭିତରକୁ ନଯିବା ପାଇଁ ସତର୍କ କରାଯାଇଛି। ବିଭାଗୀୟ ଅଧିକାରୀ ଏବଂ ମାରାଇନ୍‌ ପୋଲିସ୍‌ଙ୍କ ଦ୍ୱାରା ମିଳିତ ଭାବେ ଉପକୂଳରେ ପାଟ୍ରୋଲିଂ କରାଯାଉଛି। ଏଥି ସହିତ କୋଷ୍ଟାଗାର୍ଡ ପକ୍ଷରୁ ମଧ୍ୟରୁ ପାଟ୍ରୋଲିଂ କରାଯାଉଛି।

କୌଣସି ମାଛଧରା ଡଙ୍ଗା ଯେପରି ସମୁଦ୍ର ଭିତରକୁ ନଯାଇପାରିବ ସେଥି ନିମନ୍ତେ ସାଗର ମିତ୍ର ଏବଂ ମତ୍ସ୍ୟ ବିଭାଗର ଅଧିକାରୀଙ୍କ ଦ୍ୱାରା ଉପକୂଳରେ ସତର୍କ ଦୃଷ୍ଟି ରଖାଯାଇଛି। ଅନ୍ୟ ରାଜ୍ୟର ମାଛଧରା ଡଙ୍ଗାଗୁଡ଼ିକୁ ରାଜ୍ୟର ମାଛଧରା ବନ୍ଦର ଓ ମତ୍ସ୍ୟ ଅବତରଣ କେନ୍ଦ୍ରଗୁଡ଼ିକରେ ନିରାପଦ ଆଶ୍ରୟ ନିମନ୍ତେ ଅନୁମତି ଦିଆଯାଇଛି। ସାମୁଦ୍ରିକ ମତ୍ସ୍ୟ ସମବାୟ ସମିତି ଏବଂ ମାଛଧରା ଡଙ୍ଗା ଆସୋସିଏସନ୍‌ ପକ୍ଷରୁ ବୈଠକ କରାଯାଇ ସମ୍ଭାବ୍ୟ ବାତ୍ୟା ନିମନ୍ତେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।

ଅବପାତ ଗଭୀର ଅବପାତ ବାତ୍ୟା ସିତ୍ରାଙ୍ଗ ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026

ଡିଜିଟାଲ୍ ଯୁଗରେ ନୂଆ ରୂପରେ ରାଜସ୍ୱ ପର୍ଷଦ, ୱେବସାଇଟ୍ ଓ ତ୍ରୈମାସିକ ଜର୍ଣ୍ଣାଲର ଶୁଭାରମ୍ଭ

September 11, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.