Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପଦ୍ମପୁରରେ ୪୮୮ କୋଟି ଟଙ୍କାର ନୂଆ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଜାତୀୟ ଖବର

ପଦ୍ମପୁରରେ ୪୮୮ କୋଟି ଟଙ୍କାର ନୂଆ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

October 29, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link
ପଦ୍ମପୁରରେ ୪୮୮ କୋଟି ଟଙ୍କାର ନୂଆ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଓଡିଶାରେ ଆଜି ବିକାଶର ମାର୍ଗ ପ୍ରଶସ୍ତ ହୋଇଛି। ବିକାଶର ଗତି ମଧ୍ୟ କ୍ଷୀପ୍ର ହୋଇଛି। ସବୁଠାରେ ବିକାଶର ପଦଚିହ୍ନ ସୁସ୍ପଷ୍ଟ। କୃଷି ଉତ୍ପାଦନ, ଖାଦ୍ୟ ସୁରକ୍ଷା, ମହିଳା ସଶକ୍ତିକରଣ, ୫-ଟି ସ୍କୁଲ ରୂପାନ୍ତର, ସ୍ବାସ୍ଥ୍ୟସେବା – ସବୁ କ୍ଷେତ୍ରରେ ଓଡିଶା ଆଜି ବିକାଶର ଏକ ନୂଆସ୍ତରରେ ଅଗ୍ରସର ହେଉଛି।

ଏହି କ୍ରମରେ ଆଜି ବରଗଡ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ବିକାଶର ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ସମସ୍ତଙ୍କ ସହଯୋଗରେ ପଦ୍ମପୁର ଅଞ୍ଚଳ ବିକାଶର ଏକ ମଡେଲ ହୋଇପାରିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଆଜି ବରଗଡ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇଁ ୪୮୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି।

ପଦ୍ମପୁର ଅଞ୍ଚଳର ବିକାଶକୁ ଆଗେଇ ନେବାରେ ଏ ସବୁ ପ୍ରକଳ୍ପ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି। ବିକାଶର ଏହି ଧାରା ଆହୁରି ଆଗକୁ ବଢିବ ବୋଲି ମଧ୍ୟ ସେ କହିଛନ୍ତି । ବିକାଶ ହେଉଛି ଆମର ପରିଚୟ। ଚାଷୀ, ମହିଳା, ଯୁବବର୍ଗ ମାନଙ୍କୁ ସଶକ୍ତ କରି ସାରା ଓଡିଶାକୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି।

ପଦ୍ମପୁର ଓଡିଶାର ଭାତହାଣ୍ଡି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାକୁ ସବୁଠାରୁ ଅଧିକ ଚାଉଳ ପଦ୍ମପୁର ହିଁ ଯୋଗାଇ ଦେଉଛି। ପଦ୍ମପୁରର ଚାଷୀମାନଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ୧୦ କୋଟି ଟଙ୍କାର ୨୦ଟି ଉଠା ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଥିଲେ। ତା ସହିତ କୃଷି ବଜାର ଭିତ୍ତିଭୂମି ବିକାଶ ପାଇଁ ୧୮ କୋଟି ୪୮ ଲକ୍ଷ ଟଙ୍କାର ପ୍ରକଳ୍ପ କାମ ମଧ୍ୟ ଆରମ୍ଭ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବରଗଡ଼, ପଦ୍ମପୁର ଅଞ୍ଚଳର ଅନେକ ଚାଷୀ ଏ ପର୍ଯ୍ୟନ୍ତ ଫସଲ ବୀମା ଟଙ୍କା ପାଇନାହାନ୍ତି। ଆପଣମାନେ ଜାଣନ୍ତି ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଭରତ ସରକାରଙ୍କ ଯୋଜନା। ତେଣୁ ଭରତ ସରକାର ଙ୍କ ସହ ଆପଣ ମାନଙ୍କ ସମସ୍ୟା ବିଷୟରେ ଆଲୋଚନା କରି ସମାଧାନ ପାଇଁ ମୁଁ ବାରମ୍ବାର ଚେଷ୍ଟା ଜାରୀ ରଖିଛି।

ଏହାସହିତ ପଦ୍ମପୁରରେ ଯୋଗାଯୋଗର ବିକାଶ ପାଇଁ ୨୬୦ କୋଟି ଟଙ୍କାରେ ୩୮ଟି ସେତୁ ଓ ୧୩୬ କୋଟି ଟଙ୍କାରେ ୨୫ଟି ରାସ୍ତା କାମର ଶୁଭାରମ୍ଭ କରାଯିବା ସହିତ ୯ କୋଟି ଟଙ୍କାରେ ଗ୍ରାମ୍ୟ ଭିତ୍ତିଭୂମି ପ୍ରକଳ୍ପ, ୬୦ ଲକ୍ଷ ଟଙ୍କାରେ ୪ଟି ଗ୍ରାମୀଣ ବଜାର ଓ ୪ କୋଟି ୨୨ ଲକ୍ଷ ଟଙ୍କାରେ ୧୬ଟି ପୌରାଞ୍ଚଳ ଭିତ୍ତିଭୂମି ଯୋଜନା ମଧ୍ୟ ଆରମ୍ଭ କରାଯାଇ ଅଛି।

ପ୍ରଭୁ ନୃସିଂହନାଥଙ୍କ ଆଶୀର୍ବାଦ ପଦ୍ମପୁର ମାଟିକୁ ପବିତ୍ର କରିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ଥାନୀୟ ଲୋକଙ୍କ ରୋଜଗାର ବଢାଇବା ପାଇଁ ଏ ପୀଠର ବିକାଶ ପାଇଁ କାମ ଆରମ୍ଭ ହୋଇଛି। ନୃସିଂହନାଥ ଓ ବେଦ ବରାହ ପୀଠର ବିକାଶ ପାଇଁ ୨୬ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ସେ କହିଥିଲେ।

ସେହିପରି ଶିକ୍ଷାର ବିକାଶରେ ୫-ଟି ସ୍କୁଲ ରୂପାନ୍ତର ବିଶେଷ ଭୂମିକା ନେଇଛି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି କାର୍ଯ୍ୟକ୍ରମରେ ପଦ୍ମପୁରର ୩୦ଟି ହାଇସ୍କୁଲର ରୂପାନ୍ତର ହୋଇଛି। ଆଉ ୪୪ଟି ପାଇଁ କାମ ଆରମ୍ଭ ହୋଇଛି ବୋଲି ସେ କହିଥିଲେ।

ଏହା ସହିତ ଆଜି ପଦ୍ମପୁର ଅଞ୍ଚଳର ୩ଟି ବ୍ଲକ୍‌ ଓ ସହରାଞ୍ଚଳ ପାଇଁ ୩୦ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟ ଉଦ୍‌ଘାଟିତ ହୋଇଥିଲା। ଏଥିରେ ୨୦ଟି କଲ୍ୟାଣମଣ୍ଡପ ସହିତ ପଞ୍ଚାୟତ ଭବନ, ଗ୍ରାମୀଣ ବଜାର ଓ କମନ୍ ଫାସିଲିଟି ସେଣ୍ଟର କରାଯାଇଛି।

ଏହି କାର୍ଯ୍ୟକ୍ରମରେ ଅର୍ଥମନ୍ତ୍ରୀ ଶ୍ରୀ ନିରଞ୍ଚନ ପୂଜାରୀ, ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ, ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ, ଭଟଲୀ ବିଧାୟକ ଶ୍ରୀ ସୁଷାନ୍ତ ସିଂ, ବରଗଡ ବିଧାୟକ ଶ୍ରୀ ଦେବେଶ ଆଚାର୍ଯ୍ୟ ଓ ଅତାବିରା ବିଧାୟକ ଶ୍ରୀମତୀ ସ୍ନେହାଙ୍ଗୀନି ଛୁରିଆ ପ୍ରମୁଖ ଯୋଗ ଦେଇ ଓଡିଶାରେ ବିକାଶର ଏକ ନୂଆ ଧାରା ସୃଷ୍ଟି କରିବାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ।

ପଶ୍ଚିମ ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଧ୍ୟାନ ଦେଇ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ବୋଲି ସେମାନେ ମତବ୍ୟକ୍ତ କରିଥିଲେ। ସୃଷ୍ଟି କରିବାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ। ପଶ୍ଚିମ ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଧ୍ୟାନ ଦେଇ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ବୋଲି ସେମାନେ ମତବ୍ୟକ୍ତ କରିଥିଲେ।

୫-ଟି ସ୍କୁଲ ରୂପାନ୍ତର ଜଳସେଚନ ପ୍ରକଳ୍ପ ନବୀନ ପଟ୍ଟନାୟକ ପଦ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ନା ପାକିସ୍ତାନ, କାହାକୁ ଗ୍ରହଣ କରିବେ ତାରିକ ରହମାନ? ଏପର୍ଯ୍ୟନ୍ତ କ’ଣ ସଙ୍କେତ ମିଳୁଛି?

February 14, 2026

କୃଷି କ୍ଷେତ୍ରରେ ବିପ୍ଳବ ଆଣିବ କୃଷି ଭିତ୍ତିଭୂମି ପାଣ୍ଠି: ଶିବରାଜ ସିଂ ଚୌହାନ

February 14, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ୱାଲଟେୟାର ମଣ୍ଡଳର ପ୍ରମୁଖ ସେକ୍ସନ ଗୁଡିକର ନୀରିକ୍ଷଣ

February 14, 2026

ଆଜି ଆସାମ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

February 14, 2026
Latest News

ଭାରତ ନା ପାକିସ୍ତାନ, କାହାକୁ ଗ୍ରହଣ କରିବେ ତାରିକ ରହମାନ? ଏପର୍ଯ୍ୟନ୍ତ କ’ଣ ସଙ୍କେତ ମିଳୁଛି?

February 14, 2026

ଭାରତକୁ ପରାସ୍ତ କରିବ ପାକିସ୍ତାନ!: ଜିମ୍ବାୱେ ର ଉଦାହରଣ ଦେଇ ଉପହାସ କଲେ ମହମ୍ମଦ ୟୁସୁଫ

February 14, 2026

କୃଷି କ୍ଷେତ୍ରରେ ବିପ୍ଳବ ଆଣିବ କୃଷି ଭିତ୍ତିଭୂମି ପାଣ୍ଠି: ଶିବରାଜ ସିଂ ଚୌହାନ

February 14, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ୱାଲଟେୟାର ମଣ୍ଡଳର ପ୍ରମୁଖ ସେକ୍ସନ ଗୁଡିକର ନୀରିକ୍ଷଣ

February 14, 2026

ଆଜି ଆସାମ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.