Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଭୁବନେଶ୍ବର ଏକ୍ରାମ ହାଟରେ ଚାଲିଛି ଜାତୀୟ ପ୍ରଦର୍ଶନୀ ‘ଗାନ୍ଧୀ ଶିଳ୍ପ ବଜାର-୨୦୨୨’
ଜାତୀୟ ଖବର

ଭୁବନେଶ୍ବର ଏକ୍ରାମ ହାଟରେ ଚାଲିଛି ଜାତୀୟ ପ୍ରଦର୍ଶନୀ ‘ଗାନ୍ଧୀ ଶିଳ୍ପ ବଜାର-୨୦୨୨’

October 30, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବର ପ୍ରଦର୍ଶନୀ ପଡିଆରେ ଚାଲିଛି ଜାତୀୟ ପ୍ରଦର୍ଶନୀ ‘ଗାନ୍ଧୀ ଶିଳ୍ପ ବଜାର-୨୦୨୨’

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ, ଓଡ଼ିଶା, ଭୁବନେଶ୍ୱର ଓ ଓଡ଼ିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ (ଉତ୍କଳିକା) ଦ୍ୱାରା ବିକାଶ ଆୟୁକ୍ତ (ହସ୍ତଶିଳ୍ପ), ନୁଆଦିଲ୍ଲୀ ଭାରତ ସରକାରଙ୍କ ଆର୍ଥିକ ସହାୟତାରେ ଏକ ୧୦ ଦିନ ବ୍ୟାପୀ ସର୍ବଭାରତୀୟ ସ୍ତରର ପ୍ରଦର୍ଶନୀ-‘ଗାନ୍ଧୀ ଶିଳ୍ପ ବଜାର-୨୦୨୨’ ଅକ୍ଟୋବର ୨୮ ତାରିଖରୁ ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ଏକାମ୍ର ହାଟ, ଭୁବନେଶ୍ୱରଠାରେ ଆୟୋଜିତ ହେଉଛି।

ଏଥିରେ ସର୍ବଭାରତୀୟ ସ୍ତରର ୧୨ଟି ରାଜ୍ୟରୁ ୧୦୦ ଜଣ ଶିଳ୍ପୀ/ହସ୍ତଶିଳ୍ପ କାରିଗର ଭାଗନେଇ ସେମାନଙ୍କ ଦ୍ୱାରା ଉତ୍ପାଦିତ ସାମଗ୍ରୀର ମାନ ପ୍ରଦର୍ଶନ କରିବା ସଙ୍ଗେ ସଙ୍ଗେ ବିକ୍ରୟ କରିବେ। ମହାରାଷ୍ଟ୍ର, ରାଜସ୍ଥାନ, ଆସାମ, ପଶ୍ଚିମବଙ୍ଗ, ମଧ୍ୟପ୍ରଦେଶ, ଜାମ୍ମୁ ଓ କାଶ୍ମୀର, ଗୋଆ, ମଣିପୁର, ଦିଲ୍ଲୀ, ଉତ୍ତରପ୍ରଦେଶ, ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶାର ବିଭିନ୍ନ ପ୍ରକାରର ହସ୍ତଶିଳ୍ପ ଓ ହସ୍ତତନ୍ତ ଯଥା: ପଥର ଖୋଦେଇ, କାଠ ଖୋଦେଇ, ସବାଇ ଘାସ, ଗୋଲ୍‌ଡେନ୍‌ ଗ୍ରାସ ଶିଳ୍ପ, କେ„ଇ, ଚାନ୍ଦୁଆ, ପଟ୍ଟଚିତ୍ର, ରୂପା ତାରିକସୀ, ଆଦିବାସୀ ଜୁଏଲାରୀ, ଶିଂଘ, ବାଉଁଶ ଓ ବେତ, କତା ଶିଳ୍ପ, ଚମଡ଼ା ଶିଳ୍ପ, ବନାରସୀ ଶାଢ଼ି, ପଶମୀନା ଶାଲ୍‌, ଫର୍ଣ୍ଣିଚର ତାଳପତ୍ର ଖୋଦେଇ, ଲାଖ, ଶାମୁକା, ରାଜସ୍ଥାନୀ ଚିତ୍ରଶିଳ୍ପ, କାର୍ପେଟ, ଲୌହ ଶିଳ୍ପ, କଂସା ଓ ପିତଳ, ଢୋକ୍ରା, ଜରୀ କାମ, ଟେରାକୋଟା ଭଳି ଶିଳ୍ପଗୁଡ଼ିକର ପ୍ରଦର୍ଶନ ଓ ବିକ୍ରୟ କରାଯାଉଛି।

ଏହିଭଳି ଏକ ମେଳାର ଆୟୋଜନ ଓ ପରିଚାଳନା ତଥା ସର୍ବୋପରି କ୍ରୟକୁ ଦୃଷ୍ଟିରେ ରଖାଯାଇ ଆନୁମାନିକ ୧୦୦ ଲକ୍ଷ ଟଙ୍କାର ବ୍ୟବସାୟ ଆକଳନ କରାଯାଇଛି ଏବଂ ୭୦ ହଜାର ଦର୍ଶକଙ୍କ ଆଗମନର ସମ୍ଭାବନା ରହିଛି।

ଆଜି ସନ୍ଧ୍ୟାରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ ଏହି ଉତ୍ସବର ଶୁଭ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ଭୁବନେଶ୍ୱର (ମଧ୍ୟ) ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଅରବିନ୍ଦ କୁମାର ପାଢ଼ୀ, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଶ୍ରୀକାନ୍ତ ପୃଷ୍ଟି, ହସ୍ତଶିଳ୍ପ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀ ଶ୍ୟାମଭକ୍ତ ମିଶ୍ର, ବିକାଶ ଆୟୁକ୍ତ(ହସ୍ତଶିଳ୍ପ)ର ବରିଷ୍ଠ ସହକାରୀ ନିର୍ଦ୍ଦେଶକ ଶ୍ରୀ ଅଶୋକ କୁମାର ହୋତା, ସ୍ୱତନ୍ତ୍ର ଶାସନ ସଚିବ ତଥା ଉତ୍କଳିକାର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ପଟେଲ ଏହି ବିଶେଷ ଉତ୍ସବରେ ଉପସ୍ଥିତ ଥିଲେ।

ହସ୍ତତନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳାଙ୍କ ଶରୀରରୁ ସଫଳତାର ସହ ବଡ଼ ଟ୍ୟୁମରକୁ ବାହାର କଲେ ଏମ୍ସ ଡାକ୍ତର

June 7, 2026

ଚ଼ିଲିକା ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ପୂର୍ବତନ ସରପଞ୍ଚଙ୍କ ସମେତ ଶତାଧିକ ବିଜେଡି କର୍ମକର୍ତ୍ତା

June 7, 2026

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026
Latest News

ମହିଳାଙ୍କ ଶରୀରରୁ ସଫଳତାର ସହ ବଡ଼ ଟ୍ୟୁମରକୁ ବାହାର କଲେ ଏମ୍ସ ଡାକ୍ତର

June 7, 2026

ଚ଼ିଲିକା ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ପୂର୍ବତନ ସରପଞ୍ଚଙ୍କ ସମେତ ଶତାଧିକ ବିଜେଡି କର୍ମକର୍ତ୍ତା

June 7, 2026

ବିସ୍ତୃତ ରାଶିଫଳ: ଜୁନ ୭ ତାରିଖ ରବିବାରରେ ୭ଟି ରାଶି ଉପରେ ମା’ ଲକ୍ଷ୍ମୀଙ୍କ ରହିଛି ଆର୍ଶିବାଦ

June 7, 2026

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.