Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଉପନିର୍ବାଚନ ପାଇଁ ପ୍ରଚାର କଲେ ନବୀନ, କହିଲେ ଧାମନଗର ବିକାଶ ମୋର ଦାୟିତ୍ବ
ଜାତୀୟ ଖବର

ଉପନିର୍ବାଚନ ପାଇଁ ପ୍ରଚାର କଲେ ନବୀନ, କହିଲେ ଧାମନଗର ବିକାଶ ମୋର ଦାୟିତ୍ବ

October 31, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଉପନିର୍ବାଚନ ପାଇଁ ପ୍ରଚାର କଲେ ନବୀନ, କହିଲେ ଧାମନଗର ବିକାଶ ମୋର ଦାୟିତ୍ବ

ଧାମନଗର : ଧାମନଗର ହେଉଛି ଶାନ୍ତି, ସଦ୍‌ଭାବ ଓ ଭାଇଚାରାର ଭୂମି। ଏହା ଧାମନଗରର ସବୁଠାରୁ ବଡ଼ ପରିଚୟ। ଏହି ପରିଚୟର ସୁରକ୍ଷା ପାଇଁ ଆମେ ସମସ୍ତେ କାମ କରୁଛୁ । ବିଜୁ ଜନତା ଦଳ ସୁଖଦୁଃଖ ସବୁବେଳେ ଆପଣମାନଙ୍କ ପାଖରେ ଅଛି । ସବୁବର୍ଗର ଲୋକଙ୍କ କଲ୍ୟାଣ ପାଇଁ କାମ କରୁଛି । ଆପଣମାନଙ୍କ ସହଯୋଗରେ ଓଡ଼ିଶା ଆଜି ବିକାଶ କ୍ଷେତ୍ରରେ ସାରା ଦେଶରେ ସୁନାମ କରିଛି । ଧାମନଗରର ବିକାଶ ମଧ୍ୟ କେମିତି ଆଗକୁ ବଢ଼ିବ, ତାହା ମୁଁ ନିଜେ ଦେଖିବି।

ଧାମନଗର ନିର୍ବାଚନ ମଣ୍ଡଳୀର ବିକାଶ ଦାୟିତ୍ବ ମୋର। ସାଧାରଣ ନିର୍ବାଚନକୁ ଆଉ ମାତ୍ର ୧୮ ମାସ ରହିଲା । ଏ ସମୟ ଭିତରେ ଆମେ ପାଞ୍ଚ ବର୍ଷର କାମ କରିପାରିବା। ଆଜି ଧାମନଗର ନିର୍ବାଚନ ମଣ୍ଡଳୀର ବିଭିନ୍ନ ଜନସଭାକୁ ସମ୍ବୋଧିତ କରି ‌ଧାମନଗରବାସୀଙ୍କୁ ଏଭଳି ନିର୍ଭର ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଆଗାମୀ ୩ ତାରିଖରେ ଧାମନଗର ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନରେ ବିଜୁ ଜନତା ଦଳର ପ୍ରାର୍ଥୀ ଅବନ୍ତି ଦାସଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀ ପଟ୍ଟନାୟକ ପ୍ରଚାର ମଇଦାନକୁ ଓହ୍ଲାଇଥିଲେ। ଧାମନଗର ନିର୍ବାଚନ ମଣ୍ଡଳୀର ୧୩ଟି ସ୍ଥାନରେ ଆୟୋଜିତ ଏହିସବୁ ନିର୍ବାଚନୀ ସଭାରେ ବିପୁଳ ଜନସମାଗମ ହୋଇଥିଲା।

ପ୍ରତ୍ୟେକ ସଭାରେ ଧାମନଗରର ଅଞ୍ଚଳର ହଜାର ହଜାର ମହିଳା ଏବଂ ଆବାଳବୃଦ୍ଧବନିତା ନିଜ ହୃଦୟରେ ସ୍ଥାନ ଦେଇଥିବା ସେମାନଙ୍କର ପ୍ରିୟ ମୁଖ୍ୟମନ୍ତ୍ରୀ ମୁହଁରୁ ପଦେ ଭାଷଣ ଶୁଣିବା ପାଇଁ ଉତ୍କଣ୍ଠାର ସହ ‌ଅପେକ୍ଷା କରିଥିଲେ। ନାଚ, ଗୀତ, ବାଜା ଓ ସ୍ଳୋଗାନରେ ସମଗ୍ର ଅଞ୍ଚଳ କମ୍ପି ଉଠିଥିଲା। ଶେଷରେ ସବୁ ପ୍ରତୀକ୍ଷାର ଅବସାନ ଘଟାଇ ସନ୍ଧ୍ୟା ଠିକ୍ ସାଢ଼େ ୫ଟାବେଳେ ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଜନତାଙ୍କୁ ଉଦ୍‌ବୋଧନ ଦେଇଥିଲେ।

ଏହି ଅବସରରେ ଖୁସି ବ୍ୟକ୍ତ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ କାଳିଆ ଯୋଜନା ହେଉ, ବା ମିଶନ ଶକ୍ତି, ବା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା – ସବୁ ଯୋଜନାର ସୁବିଧା ଆପଣମାନଙ୍କ ପାଖରେ ପହଞ୍ଚି ପାରିଛି । ମା’ ମାନେ ସଶକ୍ତ ହେଉଛନ୍ତି। ମିଶନ ଶକ୍ତି ସେମାନଙ୍କୁ ନୂଆ ପରିଚୟ ହୋଇଛି । ମା’ମାନଙ୍କ ଭଲ କାମ ହିଁ ମୋତେ ବହୁତ ଖୁସି ଦେଇଛି। ମା’ମାନେ ସବୁ ଦାୟିତ୍ବକୁ ସୁନ୍ଦର ଭାବରେ ନିର୍ବାହ କରିପାରୁଛନ୍ତି। ତେଣୁ ଜଣେ ମା’ଙ୍କୁ ମୁଁ ଆପଣଙ୍କ ବିଧାୟିକା ଭାବରେ ଦେଖିବାକୁ ଚାହେଁ, ଯାହା ଆପଣମାନେ ବି ଚାହାନ୍ତି।

ଶ୍ରୀ ପଟ୍ଟନାୟକ ଆହୁରି କହିଲେ ଯେ ୨୦୧୯ ନିର୍ବାଚନରେ ଆପଣମାନେ ଯେଉଁ ମତ ରଖିଥିଲେ, ୨୦୨୨ ପଞ୍ଚାୟତ ଓ ପୌର ନିର୍ବାଚନରେ ସେଥିରେ ପରିବର୍ତ୍ତନ କରିଛନ୍ତି। ଶଙ୍ଖ ଚିହ୍ନରେ ବିଶ୍ବାସ ରଖିଛନ୍ତି। ଗତ ପଞ୍ଚାୟତ ଓ ପୌର ନିର୍ବାଚନରେ ଆପଣମାନେ ବିଜୁ ଜନତା ଦଳକୁ, ଶଙ୍ଖ ଚିହ୍ନକୁ ଯେଭଳି ବିପୁଳ ସମର୍ଥନ ଦେଇଛନ୍ତି ଏବଂ ସେବାର ସୁଯୋଗ ଦେଇଛନ୍ତି, ସେଥିପାଇଁ ମୁଁ ଋଣୀ।

ଧାମନଗରର ୬ଟି ଯାକ ଜିଲ୍ଲା ପରିଷଦ ଆସନରେ ଆପଣମାନେ ବିଜୁ ଜନତା ଦଳକୁ ସେବାର ସୁଯୋଗ ଦେଇଛନ୍ତି। ସେହିପରି ଧାମନଗର ଏନ.ଏ.ସିର ୧୧ଟି ୱାର୍ଡରୁ ୯ଟି ୱାର୍ଡ ସହିତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଦାୟିତ୍ବ ମଧ୍ୟ ଆପଣମାନେ ବିଜେଡିକୁ ଦେଇଛନ୍ତି। ତେଣୁ ମୋର ପୂରା ବିଶ୍ବାସ, ଏ ନିର୍ବାଚନରେ ବି ସେ ଧାରା ଜାରି ରହିବ ଏବଂ ଧାମନଗରର ବିକାଶ ଆହୁରି ଆଗକୁ ବଢ଼ିବ।

ଶେ‌ଷରେ ଧାମନଗରର ବିକାଶ କାର୍ଯ୍ୟ ସେ ନିଜେ ଦେଖିବେ ଏବଂ ଆଗାମୀ ୧୮ ମାସ ଭିତରେ ଧାମନଗରରେ ୫ ବର୍ଷର କାର୍ଯ୍ୟ ହେବ ବୋଲି ମୁଖ୍ୟମନ୍ତ୍ରୀ ଅତ୍ୟନ୍ତ ଦୃଢ଼ତା ଓ ପ୍ରତିବଦ୍ଧତାର ସହ କହିଥିଲେ ଏବଂ ବିଜୁ ଜନତା ଦଳର ପ୍ରାର୍ଥୀ ଅବନ୍ତୀ ଦାସଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେଇ ଆଶୀର୍ବାଦ କରିବାକୁ ନିବେଦନ କରିଥିଲେ।

ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେବା ପୂର୍ବରୁ ଏହିସବୁ ଜନସଭାରେ ବିଜୁ ଜନତା ଦଳର ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ, ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର, ମନ୍ତ୍ରୀ ଅଶୋକ ପଣ୍ଡା, ପ୍ରମିଳା ମଲ୍ଲିକ, ପ୍ରତାପ କେଶରୀ ଦେବ, ରଣେନ୍ଦ୍ର ପ୍ରତାପ ସ୍ବ‌ାଇଁ, ପ୍ରୀତିରଞ୍ଜନ ଘଡ଼େଇ, ସାଂସଦ ମୁନ୍ନା ଖ‌ାଁ, ସୁଲତା ଦେଓ, ଭଦ୍ରକ ଜିଲ୍ଲା ପର୍ଯ୍ୟବେକ୍ଷକ ବିଧାୟକ ପ୍ରଣବ ବଳବନ୍ତରାୟ, ବ୍ୟୋମକେଶ ରାୟ ପ୍ରମୁଖ ବରିଷ୍ଠ ନେତୃବନ୍ଦ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ଭିକ୍ଷା କରିଥିଲେ।

Dhamnagar Byelection ଧାମନଗର ଉପନିର୍ବାଚନ ବିଜେଡି ପ୍ରଚାର
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026
Latest News

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.