Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଦୁର୍ନୀତି ନିବାରଣ ସପ୍ତାହରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ,14 ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ
ଜାତୀୟ ଖବର

ଦୁର୍ନୀତି ନିବାରଣ ସପ୍ତାହରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ,14 ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

November 1, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ 14 ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏଥିରେ ୪ ଜଣଙ୍କୁ ଚାକିରୀରୁ ବହିଷ୍କାର କରାଯାଇଥିବା ବେଳେ, ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଓ ଅନ୍ୟ ୬ ଜଣଙ୍କ ପେନ୍‌ସନ୍‌ ସ୍ଥାୟୀଭାବେ ସ୍ଥଗିତ କରାଯାଇଛି। ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀ, ଯଥା – ଜଣେ ସୁପରିନ୍‌ଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଡି.ଏସ୍‌.ପି., ଜଣେ ସିଡିପିଓ, ଜଣେ ଫରେଷ୍ଟ ରେଞ୍ଜ ଅଫିସର, ଜଣେ ତହସିଲଦାର, ଜଣେ ବି.ଡି.ଓ, ଜଣେ ସିନିଅର ମ୍ୟାନେଜର, ଜଣେ ଟ୍ୟାକ୍ସ କଲେକ୍ଟର, ଜଣେ ସପ୍ଲାଇ ଇନସପେକ୍ଟର ଓ ୩ ଜଣ ଜୁନିଅର ଇଞ୍ଜିନିୟର ଅନ୍ତର୍ଭୁକ୍ତ। ପୂର୍ବରୁ ୧୭୩ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବା ବେଳେ, ଏହି ୧୪ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୮୭ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।5T ଓ ମୋ ସରକାର ଉପକ୍ରମ ଜରିଆରେ ମିଳିଥିବା feedback ଭିତ୍ତି ରେ ଏହି କଠୋର ପଦକ୍ଷେପ ନିଆଯାଇଛି।

କଟକ ପି.ଏଚ.ଡିଭିଜନର ସୁପରିଟେଣ୍ଡିଂ ଇଞ୍ଜିନିୟର ଶ୍ରୀ ନବକିଶୋର ସାମଲଙ୍କ ନାମରେ ଟେଣ୍ଡର ଓ ଚୁକ୍ତି ପରିଚାଳନା ପ୍ରକ୍ରିୟାରେ ଅନିୟମିତତା ଓ ନିଜ ପଦବୀର ଅପବ୍ୟବହାର ଆଦି ଗମ୍ଭୀର ଅଭିଯୋଗ ଥିଲା। ତାଙ୍କୁ ପୂର୍ବରୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

କୋରାପୁଟ ଲମତାପୁଟ ବ୍ଲକ୍‌ର ପୂର୍ବତନ ସିଡିପିଓ ଶ୍ରୀମତୀ ସ୍ବର୍ଣ୍ଣଭା ଦାସଙ୍କ ନାମରେ ଲାଞ୍ଚ ଗ୍ରହଣ ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲା ଥିଲା। ସେଥିରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା ଓ ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି।

ବୌଦ ଜିଲ୍ଲା କଣ୍ଟାମାଳ ବ୍ଲକ୍ର ପୂର୍ବତନ ବିଡିଓ ଶ୍ରୀ ଦାମୋଦର ମହାଲିକ ଏକ ଲାଞ୍ଚ ଗ୍ରହଣ ତଥା ନିଜ ପଦବୀର ଅପବ୍ୟବହାର ଆଦି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଅସାଧୁତା ଓ ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି।

ନୟାଗଡ ଖଣ୍ଡପଡା ତହସିଲର ପୂର୍ବତନ ତହସିଲଦାର ଶ୍ରୀ ପଞ୍ଚାନନ ବାରିକ ଗୋଟିଏ ଲାଞ୍ଚ ଗ୍ରହଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି।

ଢେଙ୍କାନାଳ IUCAWର (ମହିଳା ମାନଙ୍କ ଉପରେ ଅପରାଧ ଘଟଣାର ତଦନ୍ତ କରୁଥିବା ୟୁନିଟ) ପୂର୍ବତନ ଡିଏସ୍‌ପି ଶ୍ରୀ ମଳୟ କିଶୋର ନାୟକଙ୍କ ନାମରେ ଲାଞ୍ଚ ଗ୍ରହଣର ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲା ଥିଲା। ତାଙ୍କ ନାମର ଦୁଇଟି ବିଭାଗୀୟ କାର୍ଯ୍ୟାନୁଷ୍ଠାନ ମଧ୍ୟ ଆରମ୍ଭ କରାଯାଇଥିଲା । ଅସାଧୁତା ଓ ଅପାରଗତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଗଜପତି ଜିଲ୍ଲା ମୋହନା ବ୍ଲକ୍ର ପୂର୍ବତନ ସପ୍ଲାଇ ଇନ୍ସପେକ୍ଟର ଶ୍ରୀ ପ୍ରକାଶ ଚନ୍ଦ୍ର ପାତ୍ର ଆୟ ବହିର୍ଭୁତ ସଂପତ୍ତି ଠୁଳ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି।

କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ୍‌ର ପୂର୍ବତନ ଜୁନିଅର ଇଞ୍ଜିନିୟର ତଥା ବର୍ତ୍ତମାନ ଦଶମନ୍ତପୁର ବ୍ଲକ୍‌ର ଜୁନିଅର ଇଞ୍ଜିନିୟର ଶ୍ରୀ ମନୋଜ କୁମାର ବେଉରା ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା ଓ ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି।

ସୁନ୍ଦରଗଡ ମ୍ୟୁନିସ୍ପାଲଟିର ଆସିଷ୍ଟାଣ୍ଟ ଇଞ୍ଜିନିୟର ଶ୍ରୀ ଜୟନ୍ତ ନାରାୟଣ ପଣ୍ଡାଙ୍କୁ ଅପାରଗତା କାରଣରୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ।

ଢେଙ୍କାନାଳ RWSS Divisionର ପୂର୍ବତନ ଆସିଷ୍ଟାଣ୍ଟ ଇଞ୍ଜିନିୟର ଶ୍ରୀ ପ୍ରସନ୍ନ କୁମାର ପାଣି। ଅର୍ଥ ଆତ୍ମସାତ ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲାରେ ସେ ଦୋଷୀସାବ୍ୟସ୍ତ ହୋଇଛନ୍ତି। ଅସାଧୁତା କାରଣରୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥଗିତ ରଖାଯାଇଛି।

କୋରାପୁଟ ନନ୍ଦପୁର ବ୍ଲକ୍‌ର ଦାୟିତ୍ବରେ ଥିବା ପୂର୍ବତନ ଜୁନିଅର ଇଞ୍ଜିନିୟର ଶ୍ରୀ ଦୁଷ୍ମନ୍ତ କୁମାର ନାୟକ ସରକାରୀ ଅର୍ଥ ଆତ୍ମସାତ କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି।

ସେହିପରି ଭୁବନେଶ୍ବର ଓବିସିସିର ପୂର୍ବତନ ସିନିଅର ମ୍ୟାନେଜର(ଟେଣ୍ଡର) ଶ୍ରୀ ସୋମନାଥ ପଣ୍ଡା ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି।

ଭୁବନେଶ୍ବର ଆଇଆରସି ଭିଲେଜ ମେଣ୍ଟେନାନ୍‌ସ ସେକ୍‌ସନର ପୂର୍ବତନ ଜୁନିଅର ଇଞ୍ଜିନିୟର ଶ୍ରୀ କୁଞ୍ଜବିହାରୀ ମହାପାତ୍ରଙ୍କ ନାମରେ ଅର୍ଥ ଆତ୍ମସାତ ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲା ଥିଲା। ସେଥିରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି।

ତାଳଚେର ମ୍ୟୁନିସପାଲ୍ଟିର ପୂର୍ବତନ ଟ୍ୟାକ୍ସ କଲେକ୍ଟର ଶ୍ରୀ କ୍ଷୀରୋଧ ଚନ୍ଦ୍ର ରାଉତଙ୍କୁ ଅପାରଗତା କାରଣରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ବୌଦ ଫରେଷ୍ଟ ଡିଭିଜନର ପୂର୍ବତନ ରେଞ୍ଜ ଅଫିସର ତଥା ବର୍ତ୍ତମାନ ସୁନ୍ଦରଗଡ ବଡଗାଁ ରେଞ୍ଜରେ ଅବସ୍ଥାପିତ ଫରେଷ୍ଟ ରେଞ୍ଜର ଶ୍ରୀ ଦିଲ୍ଲିପ କୁମାର ଦିଗଲ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସେ ଦୋଷୀସାବ୍ୟସ୍ତ ହୋଇଛନ୍ତି। ଅସାଧୁତା ତଥା ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି।

ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୮୭ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ପେନ୍‌ସନକୁ ସ୍ଥାୟୀ ଭାବେ ସ୍ଥଗିତ ରଖାଯାଇଛି।

ଦୁର୍ନିତି ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ନା ପାକିସ୍ତାନ, କାହାକୁ ଗ୍ରହଣ କରିବେ ତାରିକ ରହମାନ? ଏପର୍ଯ୍ୟନ୍ତ କ’ଣ ସଙ୍କେତ ମିଳୁଛି?

February 14, 2026

କୃଷି କ୍ଷେତ୍ରରେ ବିପ୍ଳବ ଆଣିବ କୃଷି ଭିତ୍ତିଭୂମି ପାଣ୍ଠି: ଶିବରାଜ ସିଂ ଚୌହାନ

February 14, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ୱାଲଟେୟାର ମଣ୍ଡଳର ପ୍ରମୁଖ ସେକ୍ସନ ଗୁଡିକର ନୀରିକ୍ଷଣ

February 14, 2026

ଆଜି ଆସାମ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

February 14, 2026
Latest News

ଭାରତ ନା ପାକିସ୍ତାନ, କାହାକୁ ଗ୍ରହଣ କରିବେ ତାରିକ ରହମାନ? ଏପର୍ଯ୍ୟନ୍ତ କ’ଣ ସଙ୍କେତ ମିଳୁଛି?

February 14, 2026

ଭାରତକୁ ପରାସ୍ତ କରିବ ପାକିସ୍ତାନ!: ଜିମ୍ବାୱେ ର ଉଦାହରଣ ଦେଇ ଉପହାସ କଲେ ମହମ୍ମଦ ୟୁସୁଫ

February 14, 2026

କୃଷି କ୍ଷେତ୍ରରେ ବିପ୍ଳବ ଆଣିବ କୃଷି ଭିତ୍ତିଭୂମି ପାଣ୍ଠି: ଶିବରାଜ ସିଂ ଚୌହାନ

February 14, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ୱାଲଟେୟାର ମଣ୍ଡଳର ପ୍ରମୁଖ ସେକ୍ସନ ଗୁଡିକର ନୀରିକ୍ଷଣ

February 14, 2026

ଆଜି ଆସାମ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.