Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସରିଲା ଧାମନଗନର ଉପନିର୍ବାଚନ ପ୍ରଚାର, ଭୋଟ ଗ୍ରହଣ ପାଇଁ ବିଭିନ୍ନ ବୁଥକୁ ଗଲେ ପୁଲିଂ ପାର୍ଟି
ଜାତୀୟ ଖବର

ସରିଲା ଧାମନଗନର ଉପନିର୍ବାଚନ ପ୍ରଚାର, ଭୋଟ ଗ୍ରହଣ ପାଇଁ ବିଭିନ୍ନ ବୁଥକୁ ଗଲେ ପୁଲିଂ ପାର୍ଟି

November 1, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସରିଲା ଧାମନଗନର ଉପନିର୍ବାଚନ ପ୍ରଚାର, ଭୋଟ ଗ୍ରହଣ ପାଇଁ ବିଭିନ୍ନ ବୁଥକୁ ଗଲେ ପୁଲିଂ ପାର୍ଟି

ଭୁବନେଶ୍ବର: ଶେଷ ହେଲା ଧାମନଗର ଉପନିର୍ବାଚନର ପ୍ରଚାର। ଆସନ୍ତା ୩ ଗୁରୁବାର ଦିନ ହେବ ଭୋଟ ଗ୍ରହଣ। ଦୀର୍ଘଦିନ ଧରି ଧାମନଗର ବେଶ କଂପମାନ ହେଉଥିଲା। ଏଥର ଏହି ନିର୍ବାଚନରେ ତିନି ଦଳ ଏବଂ ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସଙ୍କୁ ନେଇ ଚର୍ତୁମୁଖୀ ପ୍ରତିଦ୍ବନ୍ଦିତା ହେବାର ସମ୍ଭାବନା ସୃଷ୍ଟି ହୋଇଛି। ହେଲେ ମୁଖ୍ୟ ପ୍ରତିଦ୍ବନ୍ଦିତା ବିଜେଡି ସହିତ ବିଜେପିର ହେବ ବୋଲି ଅନୁମାନ କରାଯାଇଛି।

ଶାନ୍ତି ଶୃଙ୍ଖଳାର ସହିତ ଭୋଟ ଗ୍ରହଣ ପାଇଁ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କଡା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହି ଭୋଟ ଗ୍ରହଣ ପରିଚାଳନା କରିବା ପାଇଁ ସମୁଦାୟ ୧୧୦୮ ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି।

ଉପନିର୍ବାଚନକୁ ନିରପେକ୍ଷ ଭାବେ ପରିଚାଳନା କରିବା ନିମନ୍ତେ ପ୍ରଶାସନ ତରଫରୁ ଧାମନଗର ବିଧାନସଭା ନିର୍ବାଚନ ମଣ୍ଡଳୀର ବାସିନ୍ଦା, ନିର୍ବାଚନ ମଣ୍ଡଳୀର ଭୋଟର ହୋଇଥିବା କର୍ମଚାରୀମାନଙ୍କୁ ଉପନିର୍ବାଚନ କାର୍ଯ୍ୟରେ ନିୟୋଜିତ କରାଯାଇ ନାହିଁ। ଉକ୍ତ ଉପନିର୍ବାଚନ କାର୍ଯ୍ୟ ପରିଚାଳନା ନିମନ୍ତେ ଧାମନଗର ନିର୍ବାଚନ ମଣ୍ଡଳୀ ବାହାରର କର୍ମଚାରୀମାନଙ୍କୁ ନିୟୋଜିତ କରାଯାଇଛି।

ଏପରିକି ଯେଉଁମାନେ ସ୍ଥାୟୀ କର୍ମଚାରୀ ନୁହନ୍ତି, ସେମାନଙ୍କୁ ନିର୍ବାଚନ କାର୍ଯ୍ୟରେ ନିୟୋଜିତ କରାଯାଇନାହିଁ। ଉପନିର୍ବାଚନରେ ସମୁଦାୟ ବୁଥ୍‌ର ଶତକଡ଼ା ୫୦ ଭାଗ ବୁଥ୍‌ରେ ୱେବ୍‌କାଷ୍ଟିଙ୍ଗ କରାଯିବ ଓ ଚିହ୍ନଟ ହୋଇଥିବା ସମ୍ବେଦନଶୀଳ ବୁଥ୍‌ରେ ୨୬ ଜଣ ମାଇକ୍ରୋ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଜଣାଇଛନ୍ତି ।

ଉପନିର୍ବାଚନ ପାଇଁ ଆବଶ୍ୟକ ହେଉଥିବା ପର୍ଯ୍ୟାପ୍ତ ପରିମାଣର ଇଭିଏମ୍‌ ଓ ଭିଭିପ୍ୟାଟ୍‌ ରିଟର୍ଣ୍ଣିଂ ଅଧିକାରୀଙ୍କ ସ୍ତରରେ ଗଚ୍ଛିତ ଅଛି। ଆଜି ପୁଲିଙ୍ଗ୍‌ ପାର୍ଟିମାନେ ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ନିର୍ବାଚନ ସାମଗ୍ରୀ ଧରି ଭୋଟଗ୍ରହଣ ନିମନ୍ତେ ନିଜ ନିଜ ବୁଥ୍‌ଗୁଡ଼ିକୁ ଯିବେ। ସମୁଦାୟ ୨୫୨ ବୁଥ୍‌ ମଧ୍ୟରୁ ୧୦୬ ଗୋଟି ବୁଥ୍‌କୁ ସମ୍ବେଦନଶୀଳ ବୁଥ୍‌ ଭାବେ ଚିହ୍ନଟ କରାଯାଇଛି ଓ ସେସବୁ ବୁଥ୍‌ରେ ଶାନ୍ତିଶୃଙ୍ଖଳା ସହ ଭୋଟ ଗ୍ରହଣ ନିମନ୍ତେ ପର୍ଯ୍ୟାପ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଧାମନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ସମୁଦାୟ ଭୋଟରଙ୍କ ସଂଖ୍ୟା ହେଉଛି ୨୩୮୪୧୭ ଜଣ। ତନ୍ମଧ୍ୟରେ ପୁରୁଷ ଭୋଟରଙ୍କ ସଂଖ୍ୟା ୧୨୩୦୩୮ ହୋଇଥିବାବେଳେ ମହିଳା ଭୋଟରଙ୍କ ସଂଖ୍ୟା ୧୧୫୩୪୬ ଜଣ, ତୃତୀୟ ଲିଙ୍ଗ ଭୋଟରଙ୍କ ସଂଖ୍ୟା ୩୩ ଜଣ, ଦିବ୍ୟାଙ୍ଗ ଭୋଟରଙ୍କ ସଂଖ୍ୟା ୪୬୫୬ ଜଣ। ୮୦ ବର୍ଷରୁ ଊଦ୍ଧ୍ୱର୍ ଭୋଟରଙ୍କ ସଂଖ୍ୟା ୭୨୦୬ ଜଣ ଓ ସର୍ଭିସ ଭୋଟରଙ୍କ ସଂଖ୍ୟା ୪୫୬ ଜଣ। ୩ ତାରିଖରେ ଭୋଟ ଗ୍ରହଣ ଶେଷ ହେବା ପରେ ଆସନ୍ତା ୬ ରେ ଭୋଟ ଗଣତି କରାଯିବ।

Dhamnagar Byelection Dhamnagar Bypoll ଧାମନଗର ଉପନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ସତରେ କ’ଣ NEET ଫଳାଫଳରେ ଅନିୟମିତତା ହୋଇଛି?: ଜାଣନ୍ତୁ NTA ର ପ୍ରତିକ୍ରିୟା

July 20, 2026

ଇରାନରେ କିଛି ବଡ଼ ଘଟଣା ଘଟିବ?: ନିଜ ନାଗରିକମାନଙ୍କୁ ତୁରନ୍ତ ଦେଶ ଛାଡିବାକୁ ଅନୁରୋଧ କଲା ଭାରତ

July 20, 2026

ଐତିହ୍ୟ କାହାଣୀ ବା ‘ହେରିଟେଜ୍ ଟେଲ୍ସ’ କଳା ପ୍ରଦର୍ଶନୀ ଉଦ୍ଘାଟିତ

July 20, 2026

୧୬ ବର୍ଷ ପରେ ବିଶ୍ୱ ଚାମ୍ପିଅନ୍ ହେଲା ସ୍ପେନ: ଫିଫା ବିଶ୍ୱକପ୍ ଫାଇନାଲରେ ପରାସ୍ତ ହେଲା ଆର୍ଜେଣ୍ଟିନା

July 20, 2026
Latest News

ସତରେ କ’ଣ NEET ଫଳାଫଳରେ ଅନିୟମିତତା ହୋଇଛି?: ଜାଣନ୍ତୁ NTA ର ପ୍ରତିକ୍ରିୟା

July 20, 2026

CJP ର ସଂସଦ ପଦଯାତ୍ରା ମଧ୍ୟରେ ବଡ଼ ନିଷ୍ପତ୍ତି: ଅନଶନ ସମାପ୍ତ କଲେ ତିନି AISA ଛାତ୍ରଛାତ୍ରୀ

July 20, 2026

ଦେଶରେ ଚାଲିବ B-28 ବୁଲେଟ୍ ଟ୍ରେନ୍: ଜାଣନ୍ତୁ ଏହାର ଗତି ଏବଂ ରୁଟ୍

July 20, 2026

ହଙ୍ଗମା ସହିତ ଆରମ୍ଭ ହେଲା ମୌସୁମୀ ଅଧିବେଶନ: ଅପରାହ୍ନ ୧୨ ଟା ଯାଏଁ ଲୋକସଭା ମୁଲତବୀ

July 20, 2026

ସଂସଦ ମାର୍ଚ୍ଚ ଆରମ୍ଭ ହେବା ମାତ୍ରେ ପୋଲିସର ଲାଠିଚାର୍ଜ

July 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.