Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୮୫ଟି ସହରରେ ଶତପ୍ରତିଶତ ପାଇପ ଜଳ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ଓଡିଶା ଦେଶର ଏକମାତ୍ର ରାଜ୍ୟ
ବିଶେଷ ଖବର

୮୫ଟି ସହରରେ ଶତପ୍ରତିଶତ ପାଇପ ଜଳ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ଓଡିଶା ଦେଶର ଏକମାତ୍ର ରାଜ୍ୟ

November 2, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link

ହୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନସ୍ଥିତ କନ୍‌ଭେନ ସେଣ୍ଟରରେ ଜଳସାଥୀ ମାନଙ୍କ ପାଇଁ ଆୟୋଜିତ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମରେ ଯୋଗଦେଇ ସେମାନଙ୍କ ଯାତାୟତର ସୁବିଧା ପାଇଁ ସାଇକେଲ ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି।

ଜଳସାଥୀ ମାନେ ସରକାରଙ୍କ ଜଳଯୋଗାଣ ବିଭାଗ ଓ ଉପଭୋକ୍ତାମାନଙ୍କ ମଧ୍ୟରେ ସେତୁ ସାଜି ଉଭୟଙ୍କ ମଧ୍ୟରେ ବିଶ୍ବାସ ସୃଷ୍ଟି କରିବାରେ ସହାୟକ ହୋଇଛନ୍ତି। ସେମାନଙ୍କ କାର୍ଯ୍ୟ ଦକ୍ଷତା ଦ୍ବାରା ଜଳଯୋଗାଣର ଗୁଣବତ୍ତା ଓ ନିର୍ଭରଶୀଳତା ପ୍ରତିପାଦିତ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ ଯେ ସହରାଞ୍ଚଳ ପାନୀୟ ଜଳ ଯୋଗାଣ ଓ Water Treatment Plant କାର୍ଯ୍ୟକ୍ରମରେ ମିଶନ ଶକ୍ତିର ମା ଏବଂ ତୃତୀୟ ଲିଙ୍ଗର ଭଉଣୀ ମାନଙ୍କୁ ଦାୟିତ୍ବ ଦିଆଯାଇଛି। ସେମାନେ ମିଟର ରିଡିଂ, ଜଳର ମାନ ପରୀକ୍ଷା, ନୂତନ ସଂଯୋଗ ଓ ବେନିୟମ ସଂଯୋଗ ଦୂର କରିବା କ୍ଷେତ୍ରରେ କାମ କରୁଛନ୍ତି। ଏଥିପାଇଁ ସେମାନଙ୍କୁ ତାଲିମ ଦିଆଯାଇଛି।

ବିକେନ୍ଦ୍ରୀକରଣ ଓ ଜନ ଭାଗିଦାରୀ (Community Partnership) ରାଜ୍ୟ ସରକାରଙ୍କ ସହରାଞ୍ଚଳ ପରିଚାଳନା ମଡେଲର ଦୁଇ ଆଖି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜଳସାଥୀ ମାନେ ଏହି ଉଭୟ ଆଖିକୁ ପ୍ରତିନିଧିତ୍ବ କରୁଛନ୍ତି। ୩ ବର୍ଷ ତଳେ ୫-ଟି ଉପକ୍ରମରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ଆଜି ସାରା ଓଡିଶାର ସହରାଞ୍ଚଳରେ ଜଳସାଥୀ ମାନେ ଜଳଯୋଗାଣ କାର୍ଯ୍ୟକ୍ରମକୁ ସଫଳତାର ପରିଚାଳନା କରୁଛନ୍ତି ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ୧୧୪ଟି ସହରରୁ ୮୫ଟି ସହରରେ ଶତପ୍ରତିଶତ ପାଇପ ଜଳଯୋଗାଣର ବ୍ୟବସ୍ଥା କରାଯାଇପାରିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୪୦ ଜଣ ଜଳସାଥୀ ୮.୪୦ ଲକ୍ଷ ଉପଭୋକ୍ତାଙ୍କ ଜଳଯୋଗାଣ କାର୍ଯ୍ୟକ୍ରମ ପରିଚାଳନା କରୁଛନ୍ତି ଏବଂ ଏ ବାବଦରେ ୬୭ କୋଟି ଟଙ୍କା ଜଳକର ଆଦାୟ କରିପାରିଛନ୍ତି । ସେମାନଙ୍କ ଦ୍ବାରା ମିଟର ରିଡିଂ, ଜଳକର ଆଦାୟ ଓ ବେନିୟମ ପାଇପ ସଂଯୋଗ ଦୂର କରିବା କାର୍ଯ୍ୟରେ ବହୁତ ଉନ୍ନତି ଆସିଛି ବୋଲି ସେ କହିଥିଲେ।

ଜଳସାଥୀ କାର୍ଯ୍ୟକ୍ରମ ସଫଳତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମିଶନ ଶକ୍ତି ଗୋଷ୍ଠୀଙ୍କୁ ସମ୍ପତ୍ତି କର ଆଦାୟ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାଦ୍ବାରା ସହରାଞ୍ଚଳରେ ରାଜସ୍ବ ବୃଦ୍ଧି ହେବା ସହିତ ମିଶନ ଶକ୍ତି ମା ମାନଙ୍କର ଆର୍ଥିକ ଅଭିବୃଦ୍ଧି ସହିତ ସଶକ୍ତିକରଣ ହୋଇପାରିବ ବୋଲି ସେ କହିଛନ୍ତି।

ରାଜ୍ୟ ସରକାରଙ୍କ ଡ୍ରିଙ୍କ ଫ୍ରମ ଟ୍ୟାପ୍‌ କାର୍ଯ୍ୟକ୍ରମରେ ଆନ୍ତର୍ଜାତିକ ମାନର ପାନୀୟ ଜଳ ଦିନରାତି ୨୪ ଘଣ୍ଟା ଯୋଗାଇ ଦିଆଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି କାର୍ଯ୍ୟକ୍ରମ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ଓ ଅନୁକରଣୀୟ ହୋଇପାରିଛି। ଡ୍ରିଙ୍କ ଫ୍ରମ ଟ୍ୟାପ୍‌ ଓ ଜଳସାଥୀ କାର୍ଯ୍ୟକ୍ରମକୁ ଜାତୀୟ ସ୍ତରରେ ପ୍ରାଥମିକତା ଦିଆଯାଇ ଅମୃତ ୨.୦ କାର୍ଯ୍ୟକ୍ରମରେ ସବୁ ରାଜ୍ୟରେ କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଜାଗା ମିଶନ ଓ ଡ୍ରିଙ୍କ ଫ୍ରମ ଟ୍ୟାପ୍‌ ପରି କାର୍ଯ୍ୟକ୍ରମ ଓଡିଶାର ସହରାଞ୍ଚଳ ପାଇଁ ଏକ ସଫଳତାର କାହାଣୀ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜଳସାଥୀ ପରି ଜନଭାଗିଦାରୀ କାର୍ଯ୍ୟକ୍ରମ ବିନା ଏହା ସଫଳ ହୋଇପାରି ନଥାନ୍ତା।

ମିଶନ ଶକ୍ତିର ବିଭିନ୍ନ ଗୋଷ୍ଠୀ ଓ ଜଳସାଥୀ ମାନଙ୍କ ସହିତ ଭାଗିଦାରୀ ପାଇଁ ରାଜ୍ୟ ସରକାର ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଜନଭାଗିଦାରୀ କାର୍ଯ୍ୟକ୍ରମ ଦ୍ବାରା ପ୍ରଶାସନିକ ବ୍ୟବସ୍ଥାରେ ନାଗରିକ ମାନେ ଉତ୍କୃଷ୍ଟ ସେବା ପାଇପାରିଥାନ୍ତି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଏକ ସଶକ୍ତ ଓଡିଶା ଗଠନ ଦିଗରେ ଆମକୁ ଆଗେଇ ନେବ।

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀ ଉଷା ଦେବୀ କହିଲେ ଯେ ମା ମାନଙ୍କ ସ୍ବପ୍ନକୁ ସାକାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଆଜି ସଫଳତାର ସହ କାର୍ଯ୍ୟକାରୀ ହୋଇଛି। ମହିଳା ସଶକ୍ତିକରଣ ଦିଗରେ ଏହା ଏକ ଅନନ୍ୟ ଉଦାହରଣ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି. ମାଥିଭାତନନ ସ୍ବାଗତ ଭାଷଣ ଦେଇ କହିଲେ ଯେ ରାଜ୍ୟର ସହରାଞ୍ଚଳର ୯୭ ଭାଗ ଲୋକ ଏବେ ପାଇପ ଜଳ ପାଇପାରୁଛନ୍ତି। ରାଜ୍ୟର ୮୫ଟି ସହରରେ ଶତପ୍ରତିଶତ ପାଇପ ଜଳଯୋଗାଣ ହୋଇଥିବା ବେଳେ, ବାକି ୨୦ଟି ସହରରେ ଡିସେମ୍ବର ୨୦୨୩ ସୁଦ୍ଧା ପାଇପ ଜଳର ବ୍ୟବସ୍ଥା ସଂପୂର୍ଣ୍ଣ ହେବ ବୋଲି ସେ କହିଥିଲେ। ବିଭାଗୀୟ ସ୍ବତନ୍ତ୍ର ସଚିବ ସାଗରିକା ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

ଜଳସାଥୀ ନବୀନ ପଟ୍ଟନାୟକ ମିଶନ ଶକ୍ତି ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରରେ କାଳ ବୈଶାଖୀର ତାଣ୍ଡବ, ଉପୁଡିପଡିଲା ଗଛ ଓ ବିଦ୍ୟୁତ ଖୁଣ୍ଟ, ଜନଜୀବନ ଅସ୍ତବ୍ୟସ୍ତ

June 6, 2026

‘ଭାରତକୁ ଧମକ ଦେବା ଓଲଟା ପଡ଼ିପାରେ’: ଆମେରିକା ଏବଂ ୟୁରୋପକୁ ସ୍ପଷ୍ଟ ବାର୍ତ୍ତା ଦେଲେ ପୁଟିନ

June 6, 2026

ଏବେ ସଞ୍ଚୟ ହେବ!: ଦେଶରେ ଶୁଭାରମ୍ଭ ହେଲା ପେଟ୍ରୋଲ ଅପେକ୍ଷା ୨୦ ଟଙ୍କା ଶସ୍ତା ଇନ୍ଧନ 

June 6, 2026

ବେଆଇନ ନିଶା କାରାବାର ବିରୋଧରେ ବାରମ୍ବାର ଚଢାଉ କରିବାକୁ ଅବକାରୀ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ

June 6, 2026
Latest News

ରଣପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମକୁ ମିଳିଲା ଜନପ୍ରତିନିଧି ଓ ବୁଦ୍ଧିଜୀବୀଙ୍କ ସମର୍ଥନ

June 6, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ 

June 6, 2026

NH – ୧୬ରେ ଟ୍ରକ ଚାପାରେ ଜଣେ ମୃତ

June 6, 2026

CJP Protest: ହଜାର ହଜାର ସମର୍ଥକଙ୍କ ସହିତ ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବୀ କଲା ସିଜେପି

June 6, 2026

ଭୁବନେଶ୍ବରରେ କାଳ ବୈଶାଖୀର ତାଣ୍ଡବ, ଉପୁଡିପଡିଲା ଗଛ ଓ ବିଦ୍ୟୁତ ଖୁଣ୍ଟ, ଜନଜୀବନ ଅସ୍ତବ୍ୟସ୍ତ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.