Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବୈଠକ, ଦେଲେ ଏହି ନିର୍ଦ୍ଦେଶ
ଜାତୀୟ ଖବର

ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବୈଠକ, ଦେଲେ ଏହି ନିର୍ଦ୍ଦେଶ

November 2, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବୈଠକ, ଦେଲେ ଏହି ନିର୍ଦ୍ଦେଶ

ଭୁବନେଶ୍ୱର: ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁଙ୍କର ଓଡ଼ିଶା ଆଗମନ ନିମନ୍ତେ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି । ଏଥି ପାଇଁ ଆଜି ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି କମିଟି ବୈଠକ ଅନୁଷ୍ଠିତ ହୋଇଥିଲା । ରାଜ୍ୟ ଲୋକସେବା ଭବନ ସଭାଗୃହରେ ଅନୁଷ୍ଠିତ ଏହି ବୈଠକରେ ଗୃହ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀମତୀ ସନ୍ତୋଷ ବାଳା ରାଷ୍ଟ୍ରପତିଙ୍କ ଗସ୍ତ ସମ୍ୱନ୍ଧିତ ପ୍ରାଥମିକ ସୂଚନା ଉପସ୍ଥାପନ କରିଥିଲେ।

ରାଷ୍ଟ୍ରପତି ଭବନରୁ ପ୍ରାପ୍ତ ପ୍ରାରମ୍ଭିକ ସୂଚନା ଭିତ୍ତିରେ ଗସ୍ତ କରିବାକୁ ଥିବା ସମସ୍ତ ସ୍ଥାନରେ ନିର୍ଦ୍ଧାରିତ ପ୍ରୋଟୋକଲ୍ ଏବଂ କାର୍ଯ୍ୟକ୍ରମ ନିମନ୍ତେ ଆବଶ୍ୟକ ସମସ୍ତ ବ୍ୟବସ୍ଥା ତୃଟି-ଶୂନ୍ୟ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ପୋଲିସ ବିଭାଗ, ପୁରୀ ଜିଲ୍ଲା ପ୍ରଶାସନ, ଖୋର୍ଦ୍ଧା ଜିଲ୍ଲା ପ୍ରଶାସନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ବୈଠକରେ ମୁଖ୍ୟତଃ ରାଷ୍ଟ୍ରପତିଙ୍କ ଗସ୍ତ, ରହଣୀ ଓ ସଭା ଆଦି ସମୟରେ ଗାର୍ଡ ଅଫ୍ ଅନର, ଜାତୀୟ ସଂଗୀତ ବାଦନ, ବାରିକେଡ୍, ନିରାପତ୍ତା, ସ୍ୱାସ୍ଥ୍ୟ ସେବା, ଅଗ୍ନିଶ୍ରମ ସେବା, ଇଣ୍ଟରନେଟ୍ ଓ ଟେଲି ଯୋଗାଯୋଗ, ବୈଷୟିକ ଉପକରଣ, ଟ୍ରାଫିକ୍ ପରିଚାଳନା, ସାଧାରଣ ଆଇନ୍ ଶୃଙ୍ଖଳା, ଗଣମାଧ୍ୟମ ପାଇଁ ଅନୁମତି ଆଦି ବିଷୟରେ ଆଲୋଚନା ହୋଇଥିଲା। ରାଷ୍ଟ୍ରପତି ଗସ୍ତ କରିବାକୁ ଥିବା ପ୍ରତି ସ୍ଥାନରେ ପୋଲିସ୍ ଏବଂ ସଂପୃକ୍ତ ବିଭାଗର ନୋଡାଲ୍ ଅଫିସର ନିୟୋଜିତ କରି ସମସ୍ତ ବ୍ୟବସ୍ଥା ସୁନିଶ୍ଚିତ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ କଡ଼ା ନିର୍ଦ୍ଦେଶ ଦେଇଥିଲେ।

ରାଷ୍ଟ୍ରପତିଙ୍କ ନିକଟକୁ ଯିବାକୁ ଥିବା ଏବଂ ତାଙ୍କ ସହ ସିଧାସଳଖ ଯୋଗାଯୋଗ କରୁଥିବା ସମସ୍ତ ବ୍ୟକ୍ତିଙ୍କର ଆର୍.ଟି.ପି.ସି.ଆର୍. ପଦ୍ଧତିରେ କୋଭିଡ଼୍ ପରୀକ୍ଷା ଏବଂ N-5 ମାସ୍କ ପରିଧାନ ନିଶ୍ଚିତ କରିବା ପାଇଁ ମଧ୍ୟ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ।

ପ୍ରାପ୍ତ ପ୍ରାରମ୍ଭିକ ସୂଚନାରୁ ଜଣାପଡିଛି ଯେ ଚଳିତ ମାସ ୧୦ ଏବଂ ୧୧ ତାରିଖ ଦୁଇଦିନ ଧରି ରାଷ୍ଟ୍ରପତି ଓଡ଼ିଶାରେ ରହିବେ। ୧୦ ତାରିଖ ପୂର୍ବାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସେଠାରୁ ଶ୍ରୀକ୍ଷେତ୍ର ପୁରୀ ଅଭିମୁଖେ ଯାତ୍ରା କରିବେ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସାରି ସିଂହଦ୍ୱାର ନିକଟସ୍ଥ ଉତ୍କଳମଣି ପଣ୍ଡିତ୍ ଗୋପବନ୍ଧୁ ଦାସଙ୍କ ପ୍ରତିମୁର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣ କରିବେ। ତାପରେ ପୁରୀ ରାଜଭବନକୁ ଯିବେ। ଅପରାହ୍ନରେ ଭୁବନେଶ୍ୱର ଆସି ସହରର ବିଭିନ୍ନ ସ୍ଥାନରେ ପ୍ରତିଷ୍ଠିତ ଉତ୍କଳର ବରପୁତ୍ରମାନଙ୍କ ପ୍ରତିମୁର୍ତ୍ତିମାନଙ୍କରେ ପୁଷ୍ପମାଲ୍ୟ ଓ ଶ୍ରଦ୍ଧାସୁମନ ଅର୍ପଣ କରିବେ।

ପରେ ପରେ ରାଷ୍ଟ୍ରପତି ରାଜଭବନ ଗସ୍ତ କରିବେ ଓ ସେଠାରେ ସିଭିକ୍ ରିସେପନ୍ କାର୍ଯ୍ୟକ୍ରମ ହେବାର ପ୍ରସ୍ତାବ ଅଛି। ୧୦ ତାରିଖ କାର୍ଯ୍ୟକ୍ରମ ପରେ ରାଷ୍ଟ୍ରପତି ରାଜଭବନରେ ବିଶ୍ରାମ ନେବେ।

ଗସ୍ତର ଦ୍ୱିତୀୟ ଦିନରେ ୧୧ ନଭେମ୍ବର ରାଷ୍ଟ୍ରପତି ଖଣ୍ଡଗିରି ସ୍ଥିତ ତପୋବନ ହାଇସ୍କୁଲ, ୟୁନିଟ-୨ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଓ କୁନ୍ତଳା କୁମାରୀ ସାବତ ଆଦିବାସୀ ଛାତ୍ରୀ ନିବାସ ପରିଦର୍ଶନ କରିବାର ସମ୍ଭାବନା ଅଛି।

ପରେ ପରେ ରାଷ୍ଟ୍ରପତି ଜୟଦେବ ଭବନରେ ସର୍ବଭାରତୀୟ ବୈଷୟିକ ଶିକ୍ଷା ପରିଷଦଙ୍କ ଦ୍ୱାରା ପ୍ରସ୍ତୁତ ଓଡ଼ିଆ ଭାଷାରେ ଇଞ୍ଜିନିଅରିଂ ପୁସ୍ତକ ସମୂହ, ବିଜ୍ଞାନ ଓ ବୈଷୟିକ ଜ୍ଞାନ ଭାଷାକୋଷ କମିଶନଙ୍କ ଦ୍ୱାରା ପ୍ରସ୍ତୁତ ଓଡ଼ିଆ ବୈଷୟିକ ଭାଷାକୋଷ, ଏବଂ ବିବିଧ ଭାରତୀୟ ଭାଷାରେ ଜ୍ଞାନ ପୋର୍ଟାଲ୍ “ଇ-କୁମ୍ଭ” ଉନ୍ମୋଚନ କରିବେ। ଦ୍ୱିତୀୟ ଦିନ ଅପରାହ୍ନରେ ରାଷ୍ଟ୍ରପତି ଭୁବନେଶ୍ୱର ବିମାନ ବନ୍ଦରରୁ ଦିଲ୍ଲୀ ପାଲାମ ବିମାନ ବନ୍ଦର ଅଭିମୁଖେ ପତ୍ୟାବର୍ତ୍ତନ ଯାତ୍ରା କରିବେ।

ଏହି ବୈଠକରେ ପୋଲିସ୍ ମହା ନିର୍ଦ୍ଦେଶକ ଶ୍ରୀ ସୁନୀଲ କୁମାର ବଂଶଲଙ୍କ ସମେତ ସଂପୃକ୍ତ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ, ଶାସନ ସଚିବ, ବରିଷ୍ଠ ଅଧିକାରୀମାନେ ବୈଠକରେ ଯୋଗ ଦେଇଥିଲେ। ପୁରୀ ଏବଂ ଖୋର୍ଦ୍ଧାର ଜିଲ୍ଲାପାଳ ଭିଡିଓ କନ୍ଫେରେନ୍ସିଂ ମାଧ୍ୟମରେ ଭାଗ ନେଇଥିଲେ।

President odisha visit ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତିଙ୍କ ଓଡିଶା ଆଗମନ
Share. Facebook Twitter LinkedIn Email WhatsApp Copy Link

Related Posts

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ଘରୋଇ ବସ ଭଡା ବଢିଲା

May 15, 2026
Latest News

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.