Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭୁବନେଶ୍ବର କଟକର ପାର୍ଶ୍ବବର୍ତ୍ତି ଅଞ୍ଚଳର ରାସ୍ତା ହେବ ଚଉଡା, ମୁଖ୍ୟ ଶାସନ ସଚିବ କଲେ ସମୀକ୍ଷା
ବିଶେଷ ଖବର

ଭୁବନେଶ୍ବର କଟକର ପାର୍ଶ୍ବବର୍ତ୍ତି ଅଞ୍ଚଳର ରାସ୍ତା ହେବ ଚଉଡା, ମୁଖ୍ୟ ଶାସନ ସଚିବ କଲେ ସମୀକ୍ଷା

November 2, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବର କଟକର ପାର୍ଶ୍ବବର୍ତ୍ତି ଅଞ୍ଚଳର ରାସ୍ତା ହେବ ଚଉଡା, ମୁଖ୍ୟ ଶାସନ ସଚିବ କଲେ ସମୀକ୍ଷା

ଭୁବନେଶ୍ୱର: ପ୍ରମୁଖ ସହର ଗୁଡ଼ିକର ପାର୍ଶ୍ୱବର୍ତ୍ତୀ ଅଂଚଳମାନଙ୍କରେ ଗମନାଗମନ ସହ ମୌଳିକ ସେବା-ଭିତ୍ତିଭୂମି ବିକାଶ ନିମନ୍ତେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ସଂପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଲୋକସେବା ଭବନ ସଭାଗୃହରେ ରାଜଧାନୀ ସମେତ ବଡ଼ ବଡ଼ ମହାନଗର ନିଗମ ଅଂଚଳର ବିକାଶ ସମ୍ବନ୍ଧିତ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ଶ୍ରୀ ମହାପାତ୍ର ଏହି ନିର୍ଦ୍ଦେଶ ଦେଇଛନ୍ତି ।

ରାଜ୍ୟ ଲୋକସେବା ଭବନ ସଭାଗୃହରେ ଅନୁଷ୍ଠିତ ଏହି ବୈଠକରେ ଗୃହ ଓ ନଗର ଉନ୍ନୟନ ପ୍ରମୁଖ ଶାସନ ସଚିବ ଶ୍ରୀ ଜି. ମାଥିଭାଥାନନ୍ ସହରାଞ୍ଚଳ ବିକାଶ ପାଇଁ ଆନ୍ତଃ-ବିଭାଗୀୟ ସମନ୍ୱୟ ବିଷୟ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ।

ରାଜ୍ୟର ଦୃଢ଼ ବର୍ଦ୍ଧିଷ୍ଣୁ ପ୍ରମୁଖ ସହର ସହର ପାର୍ଶ୍ୱବର୍ତ୍ତୀ ଅଂଚଳମାନଙ୍କରେ ସୁଗମ ଯୋଗାଯୋଗ ଉପରେ ଗୁରୁତ୍ୱ ଆରୋପ କରି ମୁଖ୍ୟ ଶାସନ ସଚିବ କହିଥିଲେ ଯେ ବଡ଼ ବଡ଼ ସହର ଗୁଡ଼ିକରେ ବିଭିନ୍ନ ପ୍ରକାର ନିଯୁକ୍ତି ଓ ଜୀବିକା ସୁଯୋଗ ସୃଷ୍ଟି ହୋଇଥାଏ। ବିଭିନ୍ନ ଆର୍ଥିକ ବର୍ଗର ଲୋକମାନେ ଏହାର ସୁଯୋଗ ନେଇଥାଆନ୍ତି । ଯେଉଁମାନେକି ମୁଖ୍ୟତଃ ପାର୍ଶ୍ୱବର୍ତ୍ତୀ ଅଂଚଳରେ ବସବାସ କରିଥାନ୍ତି । ତା ଛଡ଼ା ନିଜର ବୃତ୍ତି, ଶିକ୍ଷା, ଚିକିତ୍ସା ଜମିଜମା ଖର୍ଦ୍ଦି-ବିକ୍ରୀ, ନ୍ୟାୟାଳୟ କାର‌୍ୟ୍ୟ, ଉତ୍ପାଦ ଦ୍ରବ୍ୟ ବିକ୍ରୀବଟା ଓ ବାଣିଜ୍ୟ ଆଦି ପାଇଁ ଅନେକ ଲୋକ ଦୈନିକ ସହରକୁ ଯିବା ଆସିବା କରିଥାଆନ୍ତି।

ପାର୍ଶ୍ୱବର୍ତ୍ତୀ ଅଂଚଳରେ ଉତ୍ତମ ରାସ୍ତା ତିଆରି ହେଲେ ସହରକୁ ଯିବା ଆସିବା ସୁଗମ ହେବ। ଟ୍ରାଫିକ୍ ଭିଡ଼ ଓ ଦୁର୍ଘଟଣା ଆଦି କମିବ। ତା ଛଡ଼ା ସହର ପାର୍ଶ୍ୱବର୍ତ୍ତୀ ଅଂଚଳରେ ଗୁଣାତ୍ମକ ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ ଓ ନାଗରିକ ସେବାକେନ୍ଦ୍ର ଆଦି ବିକଶିତ ହେଲେ ଲୋକମାନଙ୍କ ଜୀବନଧାରଣ ମାନରେ ଉନ୍ନତ୍ତି ହେବ। ସହର ଉପରେ ମଧ୍ୟ ଆବାସିକ-ଚାପ କମିବ।

ତେଣୁ ବିଭିନ୍ନ ପ୍ରମୁଖ ସହରର ପାର୍ଶ୍ୱବର୍ତ୍ତୀ ଅଂଚଳମାନଙ୍କରେ ରାସ୍ତା ପ୍ରଶସ୍ତିକରଣ ସହ ବିଭିନ୍ନ ମୌଳିକ ସେବାର ଉନ୍ନତି ପାଇଁ ଏକ ୫-ବର୍ଷିଆ କାର୍ଯ୍ୟ ଯୋଜନା ଚିଠା ପ୍ରସ୍ତୁତ କରିବା ନିମନ୍ତେ ଶ୍ରୀ ମହାପାତ୍ର ପୁର୍ତ୍ତ, ଗ୍ରାମ ଉନ୍ନୟନ, ପଂଚାୟତିରାଜ ଓ ପାନୀୟ ଜଳଯୋଗାଣ ଏବଂ ଜଳ ସଂପଦ ବିଭାଗଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ସହରକୁ ବିଭିନ୍ନ ଦିଗରୁ ସଂଯୋଗ କରୁଥିବା ରାସ୍ତା ଗୁଡ଼ିକର ଚିହ୍ନଟ କରି ସେସବୁର ତାଲିକା ପ୍ରସ୍ତୁତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଚିହ୍ନିତ ରାସ୍ତା ଗୁଡ଼ିକ ମଧ୍ୟରେ ଆନ୍ତଃ-ସଂଯୋଗୀକରଣ ମାଧ୍ୟମରେ ଏକ ରୋର୍ଡ ନେଟ୍-ଓ୍ୱାର୍କ ସୃଷ୍ଟି କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏକ ମାସ ମଧ୍ୟରେ ଏହି କାର୍ଯ୍ୟ ଯୋଜନା ତିଆରି କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା।

ପାନୀୟ ଜଳ ଓ ନର୍ଦ୍ଦମା ପାଇପ୍, ବିଭିନ୍ନ ପ୍ରକାର କେବୁଲ ଆଦି ନିମନ୍ତେ ସହର ମଧ୍ୟସ୍ଥ ରାସ୍ତାକୁ କାଟିବା, ପ୍ରଶସ୍ତିକରଣ ନିମନ୍ତେ ଚିହ୍ନିତ ରାସ୍ତା ଓ ଛକ ସ୍ଥାନମାନଙ୍କରୁ ବିଦ୍ୟୁତ ଓ ଟେଲିଫୋନ୍ ଆଦି ଖୁଣ୍ଟ ସ୍ଥାନାନ୍ତର କରିବା ଆଦି ବିଷୟରେ ବୈଠକରେ ସବିଶେଷ ଆଲୋଚନା ହୋଇ ଏ କ୍ଷେତ୍ରରେ ରହିଥିବା ସମସ୍ୟାର ଆଶୁ ସମାଧାନ ପନ୍ଥା ନିର୍ଦ୍ଧାରଣ କରାଯାଇଥିଲା। ଭୁବନେଶ୍ୱରର ରସୁଲଗଡ଼ ଜଙ୍କ୍ସନ୍, କଳ୍ପନା ଛକ, ରବିଟକିଜ୍ ଛକ ଓ ବେହେରା ସାହି ଛକ ଆଦିର ପ୍ରଶସ୍ତିକରଣ ନିମନ୍ତେ କ୍ଷେତ୍ରସ୍ତରୀୟ ସମସ୍ୟାର ସମାଧାନ ପନ୍ଥା ନିର୍ଣ୍ଣୟ କରାଯାଇଥିଲା।

ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ କୁମାର ଜେନା କହିଥିଲେ ଯେ ରାସ୍ତା ତଳେ ପାଇପ୍ ଓ କେବୁଲ ନେବା ପାଇଁ ରାସ୍ତା କାଟିବା ଅନୁମତି ରାସ୍ତା ନିର୍ମାଣ ଓ ରକ୍ଷଣାବେକ୍ଷଣ କରୁଥିବା ବିଭାଗ ଦେବେ। ରାସ୍ତାର ଏକ ନିର୍ଦ୍ଦିଷ୍ଟ ଅଂଶରେ ପାଇପ୍ ବିଛା କାମ ସାରି ତୁରନ୍ତ ରାସ୍ତାକୁ ପୂର୍ବାବସ୍ଥାକୁ ଆଣିବା ପାଇଁ କାମ କରୁଥିବା ସଂସ୍ଥା ବା ବିଭାଗ ଦାୟୀ ରହିବେ।

ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ କୁମାର ଜେନା, ପୁର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବୀର ବିକ୍ରମ ଯାଦବ, ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଜି.ମାଥିଭାଥାନନ୍ଙ୍କ ସମେତ ସଂପୃକ୍ତ ବିଭାଗର ପ୍ରଧାନ ମୁଖ୍ୟ ଯନ୍ତ୍ରୀ ଏବଂ ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

କଟକ-ଭୁବନେଶ୍ବର ମୁଖ୍ୟଶାସନ ସଚିବ ସୁରେଶ ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରେନ୍ ଧକ୍କାରେ ଭାରତୀୟ ବଂଶୋଦ୍ଭବ ଯୁବତୀ ଓ ନେପାଳୀ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

September 16, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ: ଅନେକ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ

September 16, 2026

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ: ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଜେନ୍-ଜି’ କାର୍ଯ୍ୟକ୍ରମ ‘ଛାତ୍ର କି ଗୁଞ୍ଜ’

September 16, 2026

ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ କେରଳମ୍‌ ଓ ରାଜସ୍ଥାନ ଗଣମାଧ୍ୟମ ପ୍ରତିନିଧି

September 16, 2026
Latest News

ସେପ୍ଟେମ୍ବର ୧୮ରେ ହକି ଇଣ୍ଡିଆର ଜରୁରୀ ବୈଠକ

September 16, 2026

ଟ୍ରେନ୍ ଧକ୍କାରେ ଭାରତୀୟ ବଂଶୋଦ୍ଭବ ଯୁବତୀ ଓ ନେପାଳୀ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

September 16, 2026

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ: ଅନେକ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ

September 16, 2026

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ: ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଜେନ୍-ଜି’ କାର୍ଯ୍ୟକ୍ରମ ‘ଛାତ୍ର କି ଗୁଞ୍ଜ’

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.