Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ପୂରଣ ହେବ ସରକାରୀ ହାଇସ୍କୁଲର ସବୁ ପଦବୀ
ବିଶେଷ ଖବର

ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ପୂରଣ ହେବ ସରକାରୀ ହାଇସ୍କୁଲର ସବୁ ପଦବୀ

November 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲ ମାନଙ୍କରେ ବିଭିନ୍ନ ବିଷୟରେ ଖାଲି ଥିବା ଶିକ୍ଷକ ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଖୁବଶୀଘ୍ର ୭୫୪୦ ହାଇସ୍କୁଲ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଓଡିଶା ଷ୍ଟାଫ ସିଲେକ୍‌ସନ କମିଶନଙ୍କୁ ଅନୁରୋଧ କରାଯାଇଛି। ଏହି ପଦବୀ ଗୁଡିକ ପୂରଣ ହେବା ପରେ ରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ଶିକ୍ଷକ ପଦବୀ ପୂରଣ ହୋଇପାରିବ।

ଟିଜିଟି (କଳା), ଟିଜିଟି (ପିସିଏମ ଓ ସିବିଜେଡ୍), ସଂସ୍କୃତ, ହିନ୍ଦି, ଉର୍ଦ୍ଦୁ, ତେଲୁଗୁ ଓ ଶାରୀରିକ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଚୟନ ପ୍ରକ୍ରିୟା ଆରମ୍ଭ କରାଯିବ।

ପ୍ରକାଶ ଥାଉ କି, ୨୦୨୧-୨୨ ବର୍ଷରେ କରାଯାଇଥିବା ଦୁଇଟି ଚୟନ ପ୍ରକ୍ରିୟାରେ ୧୩ ହଜାରରୁ ଉର୍ଦ୍ଧ୍ବ ଶିକ୍ଷକ ପଦବୀ ପୂରଣ କରାଯାଇ ବିଭିନ୍ନ ସରକାରୀ ବିଦ୍ୟାଳୟ ମାନଙ୍କରେ ନିଯୁକ୍ତ କରାଯାଇଥିଲା।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାରଙ୍କ ୫-ଟି ଉପକ୍ରମରେ ରାଜ୍ୟର ବିଭିନ୍ନ କାର୍ଯ୍ୟକ୍ରମରେ ରୂପାନ୍ତର ଆଣିବା ପ୍ରକ୍ରିୟା ଜାରି ରହିଥିବା ବେଳେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମକୁ ଗୁରୁତ୍ବ ଦିଆଯାଇ ପିଲାମାନଙ୍କ ପାଇଁ ଆଧୁନିକ ଶିକ୍ଷା ବ୍ୟବସ୍ଥା କରାଯାଇଛି। କମ୍ପୁଟର, ଇଣ୍ଟରନେଟ ଠାରୁ ଆରମ୍ଭ କରି ଇ-ଲାଇବ୍ରେରୀ, ଉନ୍ନତ ଖେଳ ଉପକରଣ ଓ ପଡିଆ ତଥା ଅନ୍ୟାନ୍ୟ ସୁବିଧାର ବିକାଶ କରାଯାଉଛି। ୫-ଟିରେ ନିଯୁକ୍ତି କାର୍ଯ୍ୟକ୍ରମକୁ ମଧ୍ୟ ତ୍ବରାନ୍ବିତ କରାଯାଉଛି। ବିଭିନ୍ନ ବିଭାଗରେ ଥିବା ଖାଲି ପଦବୀ ଗୁଡିକୁ ସଂପୂର୍ଣ୍ଣ ସ୍ବଚ୍ଛତାର ସହିତ କ୍ଷୀପ୍ର ଗତିରେ ପୂରଣ କରାଯାଉଛି। ଗତ କିଛି ବର୍ଷ ମଧ୍ୟରେ ବିଭିନ୍ନ ବିଭାଗର ହଜାର ହଜାର ପଦବୀ ପୂରଣ କରାଯାଇଥିବା ବେଳେ ଏହି ନିଯୁକ୍ତି ପ୍ରକ୍ରିୟା ଆଗକୁ ମଧ୍ୟ ଜାରି ରହିବ।

ମୁଖ୍ୟମନ୍ତ୍ରୀ ନବୀନ ସରକାରୀ ହାଇସ୍କୁଲ
Share. Facebook Twitter LinkedIn Email WhatsApp Copy Link

Related Posts

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026
Latest News

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.