Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»Padampur Byelection: ଉପନିର୍ବାଚନ ପାଇଁ ବିଜେଡି ଖେଳିଲା ମାଷ୍ଟ୍ରର ଷ୍ଟ୍ରୋକ
ବିଶେଷ ଖବର

Padampur Byelection: ଉପନିର୍ବାଚନ ପାଇଁ ବିଜେଡି ଖେଳିଲା ମାଷ୍ଟ୍ରର ଷ୍ଟ୍ରୋକ

November 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Padampur Byelection: ଉପନିର୍ବାଚନ ପାଇଁ ବିଜେଡି ଖେଳିଲା ମାଷ୍ଟ୍ରର ଷ୍ଟ୍ରୋକ

ଭୁବନେଶ୍ୱର : ପଦ୍ମପୁର ଉପନିର୍ବାଚନ ପୂର୍ବରୁ ବିଜେଡି ଖେଳିଲା ମାଷ୍ଟ୍ରର ଷ୍ଟ୍ରୋକ। ପଦ୍ମପୁରକୁ ଏକ ଜିଲ୍ଲା ଘୋଷଣାକୁ ପୂର୍ଣ୍ଣ ସମର୍ଥନ କରିଛି ବିଜୁ ଜନତା ଦଳ।  ଏହି ଦାବି ପୂରଣ ପାଇଁ ଗଠିତ କ୍ରିୟାନୁଷ୍ଠାନ କମିଟି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଆଜି ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ମଧ୍ୟ ଯୁକ୍ତିଯୁକ୍ତ ଦାବିକୁ ଶୁଣିବା ସହିତ ସକରାତ୍ମକ ଆଲୋଚନା କରିଥିବା କହିଛନ୍ତି ବିଜେଡିର ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂହ।

ଶ୍ରୀ ସିଂହ କହିଛନ୍ତି ଯେ ପଦ୍ମପୁରକୁ ଜିଲ୍ଲା ଗଠନ ପାଇଁ ଥିବା କ୍ରିୟାନୁଷ୍ଠାନ କମିଟି ତାଙ୍କ ନେତୃତ୍ୱରେ ଯାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ଭେଟିବା ସହିତ ଏ ସଂକ୍ରାନ୍ତରେ ଆଲୋଚନା କରିଥିଲେ । ଭୌଗଳିକ ସ୍ଥିତି ଦୃଷ୍ଟିରୁ ପଦ୍ମପୁର ଏକ ବଡ ଅଞ୍ଚଳ। ତେଣୁ ଏଭଳି ଦାବି ପ୍ରତି ବିଜେଡିର ପୂର୍ଣ୍ଣ ସମର୍ଥନ ରହିଛି।

ଶ୍ରୀ ସିଂହ କହିଛନ୍ତି ବିଜୁ ପଟ୍ଟନାୟକ ଓଡିଶାର ୧୩ଟି ଜଲ୍ଲାକୁ ୩୦ଟି ଜିଲ୍ଲାରେ ପରିଣତ କରିଥିବାବେଳେ ଅବିଭକ୍ତ ସମ୍ବଲପୁର ଜିଲ୍ଲା ୪ଟି ଜିଲ୍ଲା ହୋଇଥିଲା। ପରବର୍ତ୍ତୀ ସମୟରେ ରାଜ୍ୟରେ ଜିଲ୍ଲା ପୁର୍ନଗଠନ ବେଳେ ପଦ୍ମପୁରକୁ ନିଶ୍ଚିତ ଭାବେ ଜିଲ୍ଲା ଘୋଷଣା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଥିବା ଶ୍ରୀ ସିଂହ କହିଛନ୍ତି।

ଆଗାମୀ ଦିନରେ ଏହି ଦାବି ନେଇ ଆମେ ସକରାତ୍ମକ ଭାବେ ଲଢିବୁ ଏବଂ ପଦ୍ମପୁର ଯେଭଳି ଭାବେ ଜିଲ୍ଲାର ମାନ୍ୟତା ପାଇବ ସେଥିପାଇଁ ଆମେ ପ୍ରଚେଷ୍ଟା ଜାରି ରଖିବୁ ବୋଲି ଶ୍ରୀ ସିଂହ କହିଛନ୍ତି।

Padampur Byelection Sushant Singh ମନ୍ତ୍ରୀ ସୁଶାନ୍ତ ସିଂ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରସିଦ୍ଧ ଶୈବପୀଠ ଶ୍ରୀଦକ୍ଷେଶ୍ଵରଦେବ ମନ୍ଦିରରେ ଜାଗର ଯାତ୍ରା: ଜାଣନ୍ତୁ କେବେ ଉଠିବ ମହାଦୀପ?

February 14, 2026

ରେଢ଼ାଖୋଲରେ ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ

February 14, 2026

ବାଲୁଗାଁରେ ମାତିଲେ ଲୁଟେରା ଗ୍ୟାଙ୍ଗ: ୫ ଟି ସ୍ଥାନରୁ ୮ ମନ୍ଦିରରୁ ସିରିଜ ଲୁଟ

February 14, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୂର୍ବ ତଟ ରେଳପଥରେ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ, ଦେଖନ୍ତୁ ତାଲିକା

February 14, 2026
Latest News

ଷ୍ଟାର୍ଟଅପ୍ ଇଣ୍ଡିଆ ଫଣ୍ଡ ଅଫ୍ ଫଣ୍ଡସ୍‌ 2.0 କୁ କ୍ୟାବିନେଟ ଅନୁମୋଦନ

February 14, 2026

‘ସେବା ତୀର୍ଥ’ ଏବଂ ‘କର୍ତ୍ତବ୍ୟ ଭବନ’କୁ ପ୍ରଶାସନିକ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରି

February 14, 2026

ଜିଓ ସମେତ ୧୦ଟି ଦେଶର ୧୫ଟି ପ୍ରମୁଖ ଟେକ୍ କମ୍ପାନୀ ଗଠନ କଲେ “ଟ୍ରଷ୍ଟେଡ୍ ଟେକ୍ ଆଲାଏନ୍ସ”

February 14, 2026

ଅଭିଷେକ ଶର୍ମା ଖେଳିବେ କି?: IND vs PAK ମ୍ୟାଚ୍ ପୂର୍ବରୁ ସୂର୍ଯ୍ୟକୁମାର ଯାଦବ ଦେଲେ ସ୍ପଷ୍ଟ ଉତ୍ତର

February 14, 2026

ପ୍ରସିଦ୍ଧ ଶୈବପୀଠ ଶ୍ରୀଦକ୍ଷେଶ୍ଵରଦେବ ମନ୍ଦିରରେ ଜାଗର ଯାତ୍ରା: ଜାଣନ୍ତୁ କେବେ ଉଠିବ ମହାଦୀପ?

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.