Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଫସଲ ବୀମା ନେଇ ମୁହିଁମୁହିଁ ହେଲେ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସହ ବିଜେଡି ସାଂସଦ ସସ୍ମିତ ପାତ୍ର
ଜାତୀୟ ଖବର

ଫସଲ ବୀମା ନେଇ ମୁହିଁମୁହିଁ ହେଲେ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସହ ବିଜେଡି ସାଂସଦ ସସ୍ମିତ ପାତ୍ର

November 15, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଫସଲ ବୀମା ନେଇ ମୁହିଁମୁହିଁ ହେଲେ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସହ ବିଜେଡି ସାଂସଦ ସସ୍ମିତ ପାତ୍ର

ଭୁବନେଶ୍ୱର : ବରଗଡ଼ ଜିଲ୍ଲା ବିଶେଷ କରି ପଦ୍ମପୁର ନିର୍ବାଚନ ମଣ୍ଡଳୀର ଚାଷୀଙ୍କୁ ବକେୟା ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ତୁରନ୍ତ ପ୍ରଦାନ ନେଇ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଆଜି ଯେଉଁ ଟୁଇଟ୍ କରିଛନ୍ତି, ସେଥିରୁ ଗୋଟିଏ କଥା ସ୍ପଷ୍ଟ ହୋଇଯାଇଛି ଯେ, ଏଯାଏ ଏହା କେନ୍ଦ୍ର ସରକାର ହିଁ ଦେଇ ନ ଥିଲେ।

ତେଣୁ ଏବେ ଚାଷୀଙ୍କୁ ବୀମା ରାଶି ପ୍ରଦାନ କରିବାକୁ କେନ୍ଦ୍ର କୃଷି ମନ୍ତ୍ରୀ ବୀମା କମ୍ପାନିଗୁଡ଼ିକୁ ନିର୍ଦ୍ଦେଶ ଦେଉଛନ୍ତି। କେନ୍ଦ୍ର କୃଷି ମନ୍ତ୍ରୀଙ୍କ ଟୁଇଟ୍ର ଜବାବ ଦେଇ ଟୁଇଟରରେ ଏଭଳି ମନ୍ତବ୍ୟ ଦେଇଛନ୍ତି, ବିଜୁ ଜନତା ଦଳର ରାଷ୍ଟ୍ରୀୟ ମୁଖପାତ୍ର ତଥା ରାଜ୍ୟସଭା ସାଂସଦ ଡ.ସସ୍ମିତ ପାତ୍ର।

ଡ.ପାତ୍ର କହିଛନ୍ତି ଯେ ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡ଼ିଶାର ଚାଷୀମାନଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ପ୍ରଦାନ କରିବାକୁ କେନ୍ଦ୍ର କୃଷି ମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ଆଉ ନଭେମ୍ବର ୭ ତାରିଖ ଦିନ ବୈଷୟିକ ପରାମର୍ଶଦାତା କମିଟି ଏ ନେଇ ନିର୍ଦ୍ଦେଶନାମା ଜାରି କରିଥିଲେ। ଏହାର ଦୁଇ ଦିନ ପରେ ନଭେମ୍ବର ୯ ତାରିଖ ଦିନ ଓଡ଼ିଶାର ସମବାୟ ମନ୍ତ୍ରୀ କେନ୍ଦ୍ର କୃଷିମନ୍ତ୍ରୀଙ୍କୁ ସାକ୍ଷାତ କରି ତୁରନ୍ତ ରାଜ୍ୟର ବଞ୍ଚିତ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ପ୍ରଦାନ କରିବାକୁ ଅନୁରୋଧ କରିଥିଲେ।

କେନ୍ଦ୍ର କୃଷି ମନ୍ତ୍ରୀ ଭଲ ଭାବେ ଜାଣିଛନ୍ତି ଯେ ଏହି ବୀମା ରାଶି ପ୍ରଦାନ ପାଇଁ କେନ୍ଦ୍ର ନିର୍ଦ୍ଦେଶ ଦେବା ପରେ ଏହା ପ୍ରଦାନ କରିବା ବୀମାକମ୍ପାନିଗୁଡ଼ିକର କାମ। ଏଥିରେ ରାଜ୍ୟ ସରକାରଙ୍କର କୌଣସି ଭୂମିକା ନାହିଁ। ଯଦି କେନ୍ଦ୍ର ସରକାର ପୂର୍ବରୁ ଏହି ନିଷ୍ପତ୍ତି ନେଇଥାନ୍ତେ, ତେବେ ବରଗଡ଼ ଜିଲ୍ଲା ଏବଂ ପଦ୍ମପୁର ନିର୍ବାଚନ ମଣ୍ଡଳୀର ହଜାର ହଜାର ଚାଷୀଙ୍କୁ ଏତେ ଦିନ ଧରି ଦୁର୍ଦ୍ଦଶାରେ କାଳ କାଟିବାକୁ ପଡ଼ି ନ ଥାନ୍ତା।

ଡ. ପାତ୍ର ଆହୁରି କହିଛନ୍ତି ଯେ କେବଳ ପଦ୍ମପୁର ନିର୍ବାଚନ ମଣ୍ଡଳୀର ଚାଷୀଙ୍କ ବକେୟା ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ନୁହେଁ, କେନ୍ଦ୍ର କୃଷି ମନ୍ତ୍ରୀ ଓଡ଼ିଶାର ଲକ୍ଷ ଲକ୍ଷ ଚାଷୀଙ୍କ ଫସଲ ବୀମା ରାଶି ପ୍ରଦାନର ବ୍ୟବସ୍ଥା କରନ୍ତୁ। କାରଣ ଦୀର୍ଘ ଦିନ ହେଲା ସେମାନେ ମଧ୍ୟ ଦୁର୍ଦ୍ଦଶା ଭୋଗ କରୁଛନ୍ତି।

କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ସସ୍ମିତ ପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026
Latest News

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.