Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଧାନସଭା ଶୀତ ଅଧିବେଶନ ନେଇ ବସିଲା ସର୍ବଦଳୀୟ ବୈଠକ, ନିଆଗଲା ଏହି ନିଷ୍ପତି
ବିଶେଷ ଖବର

ବିଧାନସଭା ଶୀତ ଅଧିବେଶନ ନେଇ ବସିଲା ସର୍ବଦଳୀୟ ବୈଠକ, ନିଆଗଲା ଏହି ନିଷ୍ପତି

November 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଧାନସଭା ଶୀତ ଅଧିବେଶନ ନେଇ ବସିଲା ସର୍ବଦଳୀୟ ବୈଠକ, ନିଆଗଲା ଏହି ନିଷ୍ପତି

ଭୁବନେଶ୍ୱର: ଆସନ୍ତା ୨୪ ତାରିଖରୁ ଆରମ୍ଭ ହେଉଥିବା ଷୋଡ଼ଶ ବିଧାନସଭାର ଏକାଦଶ ଅଧିବେଶନ ପାଇଁ ଆଜି ପୂର୍ବାହ୍ନରେ ମାନ୍ୟବର ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ବିଧାନସଭା ସମ୍ମିଳନୀ କକ୍ଷଠାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏହି ବୈଠକରେ ବିରୋଧି ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ର, ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ, ମାନ୍ୟବର ବିଜ୍ଞାନ ଓ କାରିଗରୀ, ସରକାରୀ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମାନ୍ୟବର ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି ଯୋଗ ଦେଇଥିଲେ।

ସେହିପରି କଂଗ୍ରେସ ବିଧାୟକ ଦଳର ନେତା ଶ୍ରୀ ନରସିଂହ ମିଶ୍ର, ଭାରତୀୟ ଜନତା ପାର୍ଟି ବିଧାୟକ ଦଳର ମାନ୍ୟବର ମୁଖ୍ୟ ସଚେତକ ଶ୍ରୀ ମୋହନ ଚରଣ ମାଝୀ, ମାନ୍ୟବର ସଦସ୍ୟ ଶ୍ରୀ ସୁଦାମ ମାର୍ଣ୍ଡି ଏବଂ ମାନ୍ୟବର ସଦସ୍ୟ ଶ୍ରୀ ଲକ୍ଷ୍ମଣ ମୁଣ୍ଡା ଉପସ୍ଥିତ ରହି ବିଧାନସଭା ଅଧିବେଶନର ସୁପରିଚାଳନା ପାଇଁ ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ। ଏହି ଅଧିବେଶନରେ ରାଜ୍ୟର ୨୦୨୨-୨୩ ମସିହାର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ ହୋଇ ପାରିତ ହେବା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମ ରହିଛି।

କୋଭିଡ୍‌ କଟକଣା ପ୍ରତ୍ୟାହାର କରାଯାଇଥିବା ଦୃଷ୍ଟିରୁ ଗୃହରେ ସଦସ୍ୟମାନେ ସ୍ୱାଭାବିକ ଭାବେ ନିଜ ନିଜ ସ୍ଥାନରେ ବସିବେ ଏବଂ ପ୍ରେସ୍‌ ଗ୍ୟାଲେରୀକୁ କୋଭିଡ୍‌ ପୂର୍ବବର୍ଷ ଭଳି ଗଣମାଧ୍ୟମ ପ୍ରତିନିଧିମାନେ ଆସିପାରିବେ।

ଏଥି ସହିତ ଅସୁସ୍ଥତା କାରଣରୁ ଭିଡ଼ିଓ କନ୍‌ଫରେନ୍ସିଂ ଜରିଆରେ ଗୃହ କାର୍ଯ୍ୟରେ ଯୋଗଦେବାକୁ ଚାହୁଁଥିବା ସଦସ୍ୟମାନେ ଦରଖାସ୍ତ ଜରିଆରେ ଜଣାଇଲେ ତାଙ୍କୁ ସେହି ସୁବିଧା ଯୋଗାଇଦେବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି ବୋଲି ବାଚସ୍ପତି ଶ୍ରୀ ଆରୁଖ କହିଛନ୍ତି।

ବିଧାନସଭା ବିଧାନସଭା ଶୀତ ଅଧିବେସନ ସର୍ବଦଳୀୟ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.