Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଚିଲିକା ବିଧାୟକଙ୍କ ବିରୋଧରେ ବିସ୍ପୋରକ ମନ୍ତବ୍ୟ ଦେଲେ ପୂର୍ବତନ ବିଧାୟକ ରଘୁନାଥ ସାହୁ
ଜାତୀୟ ଖବର

ଚିଲିକା ବିଧାୟକଙ୍କ ବିରୋଧରେ ବିସ୍ପୋରକ ମନ୍ତବ୍ୟ ଦେଲେ ପୂର୍ବତନ ବିଧାୟକ ରଘୁନାଥ ସାହୁ

November 23, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଚିଲିକା ବିଧାୟକଙ୍କ ବିରୋଧରେ ବିସ୍ପୋରକ ମନ୍ତବ୍ୟ ଦେଲେ ପୂର୍ବତନ ବିଧାୟକ ରଘୁ ସାହୁ

ସୀତାରାମ ଅଗ୍ରୱାଲା

ବାଲୁଗାଁ : ଆଜି ଚିଲିକାର ପୂର୍ବତନ ବିଧାୟକ ରଘୁନାଥ ସାହୁ ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ବିରୋଧରେ ଦେଇଛନ୍ତି ବିସ୍ପୋରକ ମନ୍ତବ୍ୟ। ବାଲୁଗାଁରେ ଥିବା ରଘୁନାଥଙ୍କ ବିଜେଡି କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ କରି ପ୍ରଶାନ୍ତଙ୍କ ବିରୋଧରେ ଗର୍ଜନ କରିଛନ୍ତି। ଯାହାକୁ ନେଇ ବର୍ତ୍ତମାନ ରାଜ୍ୟ ରାଜନୀତିରେ କମ୍ପନ ସୃଷ୍ଟି ହୋଇଛି।

ସାମ୍ବାଦିକ ସମ୍ମିଳନୀରେ ରଘୁନାଥ ସିଧା ପ୍ରଶାନ୍ତ ଜଗଦେବଙ୍କୁ ଏକ ଦୁର୍ନିତି ଗସ୍ତ ବିଧାୟକ ବୋଲି କହିଛନ୍ତି। ସେ କହିଛନ୍ତି ଯେ, ବିଧାୟକ ପାଞ୍ଚ ପ୍ରତିଶତ ପିସି ନ ନେଲେ କୌଣସି କାମ କାହାକୁ ଦେଉ ନାହାଁନ୍ତି। ତାଙ୍କର ଗତ ଚାରି ବର୍ଷରେ ଚିଲିକା ପୁରା ଦୁର୍ନିତିରେ ବୁଡି ଗଲାଣି। ସେ ଏବଂ ତାଙ୍କ ସହଯୋଗୀମାନେ ଚିଲିକା ନିର୍ବାଚନ ମଣ୍ଡଳୀକୁ ଲୁଟିବାରେ ଲାଗିଛନ୍ତି ବୋଲି କହିଛନ୍ତି।

ସେ ସିଧା ଖୋର୍ଦ୍ଧା ଜିଲ୍ଲା ପରିଷଦର ଉପାଧ୍ୟକ୍ଷ ଗୋପୀନାଥ ମହାରଣାଙ୍କ ନାମ ନେଇଛନ୍ତି। ସେ ତାଙ୍କର ପରିବାର ସଦସ୍ୟଙ୍କ ନାମରେ କୋଟି କୋଟି ଟଙ୍କାର କାମ ନେଇଛନ୍ତି। ସେହିପରି ମାନସ ପ୍ରଧାନ ମଧ୍ୟ କୋଟିକୋଟି ଟଙ୍କାର କାମ ନେଇଛନ୍ତି। ବିଧାୟକଙ୍କ ସହିତ ସମସ୍ତେ ମିଶି ଚିଲିକା ନିର୍ବାଚନ ମଣ୍ଡଳିକୁ ଲୁଟିବାରେ ଲାଗିଛନ୍ତି। ଏହି ଖବର ନବୀନ ନିବାସରେ ପହଁଚିଛି ବୋଲି ରଘୁନାଥ କହିଛନ୍ତି।

ରଘୁନାଥ ଏହି ସାମ୍ବାଦିକ ସମ୍ମିଳନୀରେ ଏହା ମଧ୍ୟ ସୂଚାଇ ଦେଇଛନ୍ତି ଯେ, ଯଦି ନବୀନ ପଟ୍ଟନାୟକ ଏହି ଦୁର୍ନିତିକୁ ନ ରୋକିବେ ତେବେ ତାହାର ପରିଣାମ ଭୋଗୀବେ। ଆସନ୍ତା ନିର୍ବାଚନରେ ବିଜୁ ଜନତା ଦଳ ଚିଲିକାର ଜିତିବା କଷ୍ଟକର ହୋଇଯିବ ବୋଲି ରଘୁନାଥ କହିଛନ୍ତି। ଏ ନେଇ ସେ ବିଜେଡି ଦଳ ଚିଲିକାର ଦୁର୍ନିତି ଉପରେ ସମୀକ୍ଷା କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ସେ କହିଛନ୍ତି।

ତେବେ ଏହାକୁ ନେଇ ଚିଲିକା ରାଜନୀତି ନୁହେଁ ରାଜ୍ୟ ରାଜନୀତିରେ ମଧ୍ୟ କମ୍ପନ ସୃଷ୍ଟି ହୋଇଛି। ହଠାତ ରଘୁନାଥଙ୍କ ଜୟ ବିଜେଡି କହି ସାମ୍ବାଦିକ ସମ୍ମିଳନୀ କରିବା ନେଇ ଅନେକ ସନ୍ଦେହ କରିଛନ୍ତି। ତେବେ ଉଭୟ ରଘୁ ସାହୁ ଏବଂ ପ୍ରଶାନ୍ତ ଜଗଦେବଙ୍କ ମଧ୍ୟରେ ବହୁ ଦିନ ଧରି ଛକାପଞ୍ଚା ଚାଲିଛି। ତେବେ ଆଜିର ସାମ୍ବାଦିକ ସମ୍ମିଳନୀ ଉପରେ ବିଧାୟକ ପ୍ରଶାନ୍ତ ଜଗଦେବ ଏବଂ ଅନ୍ୟମାନଙ୍କର ପ୍ରତିକ୍ରିୟା ମିଳିପାରି ନାହିଁ।

BJD Chilika Chilika BJD Raghunath Sahoo ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ରଘୁନାଥ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ସାଂସ୍କୃତିକ ବିବିଧତାକୁ ଜଗତିକରଣ ପରିବେଶ ମଧ୍ୟରେ ପାଳନ କରିବା ଉଚିତ୍‌: ବିଶେଷଜ୍ଞ

May 23, 2026

ଭାରତର ଦ୍ୱିତୀୟ ହସ୍ପିଟାଲ୍ ଭାବେ ସମ ହସ୍ପିଟାଲ୍‌ରେ ଅତ୍ୟାଧୁନିକ ଡିଜିସ୍କାନର ସ୍ଥାପନ

May 23, 2026

ଇୟୁଜେନିକ୍ସ ହେୟାର ସାଇନ୍ସେସ ପକ୍ଷରୁ ଭୁବନେଶ୍ୱରରେ ବିଶ୍ୱସ୍ତରୀୟ ହେୟାର୍ ରିଷ୍ଟୋରେସନ୍ କ୍ଲିନିକର ଶୁଭାରମ୍ଭ

May 23, 2026

ସିିଜିମାଳି ବିସ୍ଥାପିତଙ୍କୁ ନ୍ୟାୟ ଦାବୀରେ ଯୁବ କଂଗ୍ରେସ ତରଫରୁ ପଦଯାତ୍ରା 

May 23, 2026
Latest News

ସାଂସ୍କୃତିକ ବିବିଧତାକୁ ଜଗତିକରଣ ପରିବେଶ ମଧ୍ୟରେ ପାଳନ କରିବା ଉଚିତ୍‌: ବିଶେଷଜ୍ଞ

May 23, 2026

ଭାରତର ଦ୍ୱିତୀୟ ହସ୍ପିଟାଲ୍ ଭାବେ ସମ ହସ୍ପିଟାଲ୍‌ରେ ଅତ୍ୟାଧୁନିକ ଡିଜିସ୍କାନର ସ୍ଥାପନ

May 23, 2026

ଇୟୁଜେନିକ୍ସ ହେୟାର ସାଇନ୍ସେସ ପକ୍ଷରୁ ଭୁବନେଶ୍ୱରରେ ବିଶ୍ୱସ୍ତରୀୟ ହେୟାର୍ ରିଷ୍ଟୋରେସନ୍ କ୍ଲିନିକର ଶୁଭାରମ୍ଭ

May 23, 2026

ସିିଜିମାଳି ବିସ୍ଥାପିତଙ୍କୁ ନ୍ୟାୟ ଦାବୀରେ ଯୁବ କଂଗ୍ରେସ ତରଫରୁ ପଦଯାତ୍ରା 

May 23, 2026

ଏଥର ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ

May 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.