Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଖୋଲା ଆକାଶ ତଳେ ଯେପରି କେହି ନ ରହିବେ, ସେଥିପାଇଁ ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ
ବିଶେଷ ଖବର

ଖୋଲା ଆକାଶ ତଳେ ଯେପରି କେହି ନ ରହିବେ, ସେଥିପାଇଁ ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ

November 25, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ପଡିବା ଆରମ୍ଭ ହୋଇଗଲାଣି। କୋରାପୁଟ, କନ୍ଧମାଳ ଆଦି ଆଭ୍ୟନ୍ତରୀଣ ଅଞ୍ଚଳରେ ତାପମାତ୍ରରେ ବିଶେଷ ହ୍ରାସ ଘଟିବା ସହିତ ଆଗାମୀ ଦିନରେ ଶୀତର ପ୍ରକୋପ ଆହୁରି ବୃଦ୍ଧି ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆଜି ରାଜ୍ୟରେ ଶୀତ ଲହରୀ ଏବଂ ଗରିବ ଲୋକଙ୍କୁ ଶୀତ ସହାୟତା ଯୋଗାଇବା ସଂପର୍କରେ ଏକ ସମୀକ୍ଷା ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।

ଶୀତର ପ୍ରକୋପକୁ ଦୃଷ୍ଟିରେ ରଖି ଗରିବ ଲୋକ ବିଶେଷ କରି ବରିଷ୍ଠ ନାଗରିକ ମାନଙ୍କୁ ସୁରକ୍ଷିତ ରଖିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ଡିସେମ୍ବର ପହିଲା ସୁଦ୍ଧା ସବୁ ହିତାଧିକାରୀଙ୍କୁ କମ୍ବଳ କିଣିବା ପାଇଁ ୩୦୦ ଟଙ୍କା ଲେଖାଏ ଶୀତ ସହାୟତା ଭାବରେ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ମଧୁବାବୁ ପେନ୍ସନ ଯୋଜନା ଓ ଜାତୀୟ ପେନ୍‌ସନ ଯୋଜନା (NSAP) ଅନ୍ତର୍ଗତ ୪୮ ଲକ୍ଷରୁ ଉର୍ଦ୍ଧ୍ବ ହିତାଧିକାରୀ ଉପକୃତ ହେବେ ଏବଂ ଏଥିପାଇଁ ରାଜ୍ୟ ସରକାର ୧୪୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ଏହାସହିତ ଶୀତ ପ୍ରବାହ ସମୟରେ କେହି ଯେପରି ଖୋଲା ସ୍ଥାନରେ ଅସହାୟ ଭାବରେ ନ ରୁହନ୍ତି, ସେଥିପ୍ରତି ବିଶେଷ ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ ପଞ୍ଚାୟତିରାଜ ବିଭାଗ, ନଗର ଉନ୍ନୟନ ବିଭାଗ ତଥା ଜିଲ୍ଲାପାଳ ଓ ମ୍ୟୁନିସପାଲ କର୍ତ୍ତୃପକ୍ଷମାନେ ତୁରନ୍ତ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ସୂଚନାଯୋଗ୍ୟ ଯେ ପ୍ରତି ଦୁଇ ବର୍ଷରେ ଥରେ ରାଜ୍ୟ ସରକାର ପେନ୍ସନ ହିତାଧିକାରୀ ମାନଙ୍କୁ ଗ୍ରୀଷ୍ମ ଓ ଶୀତ ସହାୟତା ଯୋଗାଇ ଦେଇଆସିଛନ୍ତି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୫୫ଟି ଯାତ୍ରୀ ଆଶ୍ରୟସ୍ଥଳୀ ଖୋଲାଯାଇଥିବା ବେଳେ ଆବଶ୍ୟକସ୍ଥଳେ ପଞ୍ଚାୟତ କାର୍ଯ୍ୟାଳୟ ଓ ସ୍କୁଲ ଘର ଗୁଡିକୁ ମଧ୍ୟ ରାତ୍ରି ଆଶ୍ରୟସ୍ଥଳ ଭାବରେ ବ୍ୟବହାର କରିବାପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନଭେମ୍ବର ୩୦ ଓ ଡିସେମ୍ବର ୧, ଏହି ଦୁଇ ଦିନ ମଧ୍ୟରେ ସବୁ ହିତାଧିକାରୀ ଯେପରି ଏ ସହାୟତା ପାଇବେ, ସେଥିପାଇଁ ପଦକ୍ଷେପ ନିଆଯିବ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ତଥା ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାରେ ସିଙ୍ଗାପୁର’ର ନିବେଶ ପ୍ରସ୍ତାବ ଗୁଡ଼ିକ କାର୍ଯ୍ୟକାରୀ କରିବା ପାଇଁ ଗଠନ ହେବ SEM

June 17, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ବାତିଲ ହେଲା ଟ୍ରେନ

June 17, 2026

ଛଅ ଶିବସେନା ସାଂସଦଙ୍କ ଯୋଗଦାନ ସହିତ NDA କେତେ ମଜବୁତ ହେବ?: ପଢନ୍ତୁ ସମ୍ପୂର୍ଣ୍ଣ ବିଶ୍ଳେଷଣ

June 17, 2026

ଆମେରିକା ଆକ୍ରମଣରେ ତିନି ଭାରତୀୟଙ୍କ ମୃତ୍ୟୁ ପ୍ରସଙ୍ଗ: ଟ୍ରମ୍ପଙ୍କୁ ସ୍ପଷ୍ଟ ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦୀ

June 17, 2026
Latest News

ଭାରତରେ ଶସ୍ତା ହେବ କି ଡିଜେଲ ଏବଂ ପେଟ୍ରୋଲ?: ବିବୃତ୍ତି ଜାରି କଲେ ଭାରତ ସରକାର

June 18, 2026

କାହିଁକି ବିଭାଜିତ ହେଲା ଶିବସେନା ୟୁବିଟି?: ଜଣାପଡିଲା କାରଣ

June 18, 2026

ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର

June 18, 2026

ଘର ଗ୍ରିଲ ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କା ସହିତ ସୁନା ରୁପା ଅଳଙ୍କାର ଲୁଟ

June 18, 2026

ବାଲୁଗାଁ: ୧୦ ଜୁଆଡ଼ି ଗିରଫ

June 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.