Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଖୁବ୍ ଶୀଘ୍ର ବନ୍ଦେ ଭାରତ ଏକ୍ସପ୍ରେସ ପାଇବ ଓଡ଼ିଶା: ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ
ଜାତୀୟ ଖବର

ଖୁବ୍ ଶୀଘ୍ର ବନ୍ଦେ ଭାରତ ଏକ୍ସପ୍ରେସ ପାଇବ ଓଡ଼ିଶା: ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ

November 26, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ ଆଜି ଓଡ଼ିଶା ଗସ୍ତରେ ଆସି ପୂର୍ବତଟ ରେଳପଥ ମୁଖ୍ୟାଳୟ ଚନ୍ଦ୍ରଶେଖରପୁର ସ୍ଥିତ ରେଳ ସଦନ ଠାରେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ଏବଂ ଅନ୍ୟାନ ପ୍ରମୁଖ ବିଭାଗୀୟ ଅଧିକାରୀମାନଙ୍କ ସହିତ ଓଡ଼ିଶାରେ ଚାଲୁରହିଥିବା ରେଳ ପ୍ରକଳ୍ପ ଗୁଡିକର ସମୀକ୍ଷା କରିଛନ୍ତି।

ଯେହେତୁ ରାଜ୍ୟରେ ରେଳ ପ୍ରକଳ୍ପଗୁଡିକର ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରି ଶୀଘ୍ର ସମାପ୍ତି ପାଇଁ ପ୍ରାଥମିକତା ଦିଆଯାଉଛି ସେଥିପାଇଁ ଶ୍ରୀ ବୈଷ୍ଣବ ରେଳ ଅଧିକାରୀଙ୍କୁ ପରାମର୍ଶ ଦେଇ କହିଛନ୍ତି ଯେ ଏଥିପ୍ରତି ପ୍ରାଥମିକତା ଦେଇ ଚାଲୁରହିଥିବା ପ୍ରକଳ୍ପ ଗୁଡିକୁ ଶୀଘ୍ର ସମ୍ପାଦନ ପାଇଁ ବିଶେଷ ଧ୍ୟାନ ଦିଆଯିବ ଦରକାର ଯାହା ଦ୍ୱାରା ଚାଲୁରହିଥିବା ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ଶେଷ ହେବ। ପ୍ରକଳ୍ପଗୁଡିକ ଶୀଘ୍ର ଶେଷ କରିବାକୁ ରାଜ୍ୟ ସରକାରଙ୍କ ଅଧିକାରୀଙ୍କ ସମେତ ସମସ୍ତ ସଂସ୍ଥା ସହିତ ନିରନ୍ତର ସମ୍ପର୍କ ଏବଂ ସମନ୍ୱୟ ରକ୍ଷା କରିବାକୁ ସେ ରେଳ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି।

ପରେ ଶ୍ରୀ ବୈଷ୍ଣବ ଓଡ଼ିଶା ନିର୍ମାଣ କନକ୍ଲେଭ-୨୦୨୨ ରେ ଅଂଶଗ୍ରହଣ କରିଥିଲେ ଏବଂ ରେଳବାଇରେ ଏକାଧିକ ରୂପାନ୍ତରଣ, ନୂତନ ଉଦ୍ଭାବନ, ପ୍ରକଳ୍ପର ଶୀଘ୍ର ସମାପ୍ତି, ବନ୍ଦର ସଂଯୋଗ ଇତ୍ୟାଦି ସହିତ ଭାରତୀୟ ରେଳବାଇରେ ପରିବର୍ତ୍ତନ ବିଷୟରେ ସୂଚନା ଦେଇଥିଲେ।

ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀ ବୈଷ୍ଣବ କହିଛନ୍ତି ଯେ ୨୦୧୪ ପୂର୍ବରୁ ଓଡିଶାକୁ କେବଳ ୮୩୦ କୋଟି ବଜେଟ୍ ଆବଣ୍ଟନ ମିଳୁଥିଲା। ଚଳିତ ବର୍ଷ ଓଡିଶା ପ୍ରାୟ ୧୦ ହଜାର କୋଟି ବଜେଟ୍ ଆବଣ୍ଟନ ପାଇଛି, ଯାହା ଆଶା ଠାରୁ ବହୁତ ଅଧିକ। ସେ ଏହା ମଧ୍ୟ ସୂଚନା ଦେଇଛନ୍ତି ଯେ, ୨୦୧୪ ପୂର୍ବରୁ ରାଜ୍ୟରେ ମାତ୍ର ୨୦ ରୁ ୨୫ କିଲୋମିଟର ରେଳ ଲାଇନର ବିକାଶ କରାଯାଉଥିଲା। ଗତ ବର୍ଷ ରାଜ୍ୟରେ ପ୍ରାୟ ୧୮୦ କିଲୋମିଟର ରେଳ ଲାଇନ ନିର୍ମାଣ କାର୍ଯ୍ୟ ଶେଷ ହୋଇଥିଲା ଏବଂ ଚଳିତ ବର୍ଷ ପ୍ରାୟ ୫୫୦ କିଲୋମିଟର ରେଳ ଲାଇନ ବିକଶିତ କରାଯିବ। ଏହା ରେଳ ବିକାଶ କ୍ଷେତ୍ରରେ ଓଡିଶାର ବୃହତ ପରିବର୍ତ୍ତନକୁ ସୂଚିତ କରେ।

ଶ୍ରୀ ବୈଷ୍ଣବ ଏହା ମଧ୍ୟ ସୂଚନା ଦେଇଛନ୍ତି ଯେ, ୨୮ ଟି ଷ୍ଟେସନ୍ କୁ ବିଶ୍ୱସ୍ତରୀୟ ଢାଞ୍ଚାରେ ନିର୍ମାଣ କରିବାକୁ ଯୋଜନା କରାଯାଇଛି, ଯେଉଁଠାରେ ଟେଣ୍ଡର ପ୍ରକ୍ରିୟା ସମାପ୍ତ ହୋଇଛି ଏବଂ କାର୍ଯ୍ୟ ଚାଲିଛି। ଖୁବ ଶୀଘ୍ର ଓଡିଶାକୁ ବନ୍ଦେ ଭାରତ ଏକ୍ସପ୍ରେସ ମିଳିବ ବୋଲି ସେ ସୂଚନା ଦେଇଛନ୍ତି। ଏହା ବ୍ୟତୀତ ଖୁବ୍ ଶୀଘ୍ର ରାଜ୍ୟରେ ୫-ଜି କନେକ୍ଟିଭିଟି ଯୋଗାଇ ଦିଆଯିବ ବୋଲି ସେ ସୂଚନା ଦେଇଛନ୍ତି।

ଏହା ବ୍ୟତୀତ ଶ୍ରୀ ବୈଷ୍ଣବ ଏହା ମଧ୍ୟ ସୂଚନା ଦେଇଛନ୍ତି ଯେ, ରଥ ଯାତ୍ରା ପୂର୍ବରୁ ଜଗନ୍ନାଥ ସର୍କିଟ ଟ୍ରେନ୍ ଚଳାଇବାକୁ ରେଳବାଇ ଯୋଜନା କରୁଛି ଯାହା ପ୍ରଭୁ ଜଗନ୍ନାଥ ଏବଂ ଓଡିଶାର ମହାନ ସଂସ୍କୃତି, ଐତିହ୍ୟ ଏବଂ ଇତିହାସ ଓ କଥାବଳିକୁ ପ୍ରଦର୍ଶନ କରିବ।

ଅଶ୍ୱିନୀ ବୈଷ୍ଣବ ଓଡିଶା ପୂର୍ବତଟ ରେଳପଥ ବନ୍ଦେ ଭାରତ ଏକ୍ସପ୍ରେସ ରେଳମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ଆନ୍ଧ୍ରପ୍ରଦେଶ ଏବଂ କର୍ଣ୍ଣାଟକ ଗସ୍ତ

August 1, 2026

ବ୍ରିଟେନର ନୂତନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦୀ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 1, 2026

“ବାଣିଜ୍ୟିକ ଜାହାଜକୁ ଟାର୍ଗେଟ କରନ୍ତୁ ନାହିଁ,”: ଇରାନର ବୈଦେଶିକ ମନ୍ତ୍ରୀଙ୍କୁ କହିଲେ ଜୟଶଙ୍କର

August 1, 2026
Latest News

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ଆନ୍ଧ୍ରପ୍ରଦେଶ ଏବଂ କର୍ଣ୍ଣାଟକ ଗସ୍ତ

August 1, 2026

ବ୍ରିଟେନର ନୂତନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦୀ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 1, 2026

“ବାଣିଜ୍ୟିକ ଜାହାଜକୁ ଟାର୍ଗେଟ କରନ୍ତୁ ନାହିଁ,”: ଇରାନର ବୈଦେଶିକ ମନ୍ତ୍ରୀଙ୍କୁ କହିଲେ ଜୟଶଙ୍କର

August 1, 2026

ରାଷ୍ଟ୍ରପତି ଭବନରେ ନିଜର ଅଭିନବ ଉତ୍ପାଦ ପ୍ରଦର୍ଶନ କଲେ ଓଡ଼ିଶାର ୩ ଷ୍ଟାର୍ଟଅପ୍

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.