Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେନ୍ଦୁପତ୍ର କର୍ମଚାରୀଙ୍କୁ ମିଳିଲା ସହାୟତା: ୧୦୦୦ ପାଇଲେ ତୋଳାଳୀ, ବନ୍ଧାଳୀଙ୍କୁ ମିଳିଲା ୧୫୦୦
ବିଶେଷ ଖବର

କେନ୍ଦୁପତ୍ର କର୍ମଚାରୀଙ୍କୁ ମିଳିଲା ସହାୟତା: ୧୦୦୦ ପାଇଲେ ତୋଳାଳୀ, ବନ୍ଧାଳୀଙ୍କୁ ମିଳିଲା ୧୫୦୦

November 27, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଘୋଷଣା ଅନୁଯାୟୀ ଆଜି ସହାୟତା ପାଇଛନ୍ତି କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ସିଜିନାଲ କର୍ମଚାରୀ। ମଧ୍ୟବର୍ତ୍ତୀ କାଳୀନ ସହୟତା ଭାବରେ ତୋଳାଳୀ ୧୦୦୦ ଟଙ୍କା ପାଇଥିବାବେଳେ ବନ୍ଧାଳୀ ଓ ସିଜିନାଲ କର୍ମଚାରୀଙ୍କୁ ମିଳିଛି ୧୫୦୦ ଟଙ୍କା। ଆଜି ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସହାୟତା ବଣ୍ଟନ କରିଛନ୍ତି।

ହିତାଧିକାରୀଙ୍କ ଖାତାକୁ ୪୩ କୋଟି ଟଙ୍କା ଦିଆଗଲା।

DBT ଜରିଆରେ ଏହି ସହାୟତା ହିତାଧିକାରୀଙ୍କ ବ୍ଯାଙ୍କ ଖାତାରେ ଜମା ହୋଇଥିଲା

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗରିବ ଲୋକର ଖୁସି ହିଁ ତାଙ୍କର ସବୁଠାରୁ ବଡ ଖୁସି। ଗରିବ ଲୋକଙ୍କ ସହ ସେ ସବୁବେଳେ ରହିଛନ୍ତି ଓ ସେମାନଙ୍କ କଲ୍ଯାଣ ପାଇଁ ତାଙ୍କର ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଉପନିର୍ବାଚନ ଆଚରଣବିଧି ଉଠିବା ପରେ ବରଗଡ ଜିଲ୍ଲାର ତୋଳାଳୀ ଓ ଅନ୍ଯ କେନ୍ଦୁପତ୍ର କର୍ମଚାରୀ ମାନଙ୍କୁ ଏ ସବୁ ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।

କେନ୍ଦୁପତ୍ର ହେଉଛି ଗରିବ ଲୋକ ର ଦାନା ପାଣିର କଥା। ତେଣୁ ତା ଉପରେ ୧୮ ପ୍ରତିଶତ ଜିଏସଟିକୁ ନାପସନ୍ଦ କରି ଏହାର ସମ୍ପୂର୍ଣ୍ଣ ଉଚ୍ଛେଦ ପାଇଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ କେନ୍ଦ୍ର ନିକଟରେ ଦାବୀ କରିଥିଲେ।

ଆଜି ନୂଆପଡ଼ା କଳାହାଣ୍ଡି କୋରାପୁଟ ନବରଙ୍ଗପୁର ଅନୁଗୁଳ ସମ୍ବଲପୁର ଝାରସୁଗୁଡା କନ୍ଧମାଳ, ବୌଦ୍ଧ, କେଉଁଝର ଦେବଗଡ଼, ଓ ବଲାଙ୍ଗୀର ଆଦି ବାର ଜିଲ୍ଲାର ସତର ଡିଭିଜନର ହିତାଧିକାରୀ ମାନଙ୍କୁ ଆଜି ସହାୟତା ବଣ୍ଟନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଜଙ୍ଗଲ ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ମନ୍ତ୍ରୀ ପ୍ରଦୀପ ଅମାତ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀ ଙ୍କ କଲ୍ଯାଣ ପାଇଁ ସରକାରଙ୍କ ପଦକ୍ଷେପ ଉପରେ ଆଲୋକପାତ ସୂଚନା କରିଥିଲେ।

ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଡାଃ ମୋନା ଶର୍ମା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଜଙ୍ଗଲ ପରିବେଶ ବିଭାଗ ର ବରିଷ୍ଠ ଅଧିକାରୀ ମାନେ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ହିତାଧିକାରୀ ଶାନ୍ତନୁ କୁମାର ଭୋଇ, ଝାରସୁଗୁଡ଼ାର ପୁଷ୍ପ ଲତା ଭଇଁଶା ଓ ନୂଆପଡ଼ାର ଇଶ୍ଵର ଶବର ଙ୍କ ସହ ସହାୟତା ବିଷୟରେ ଆଲୋଚନା କରି ଏହି ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ।

PCCF କେନ୍ଦୁପତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

ସୂଚନାଯୋଗ୍ୟ ଯେ, ଗତ ତେଇଶି ତାରିଖ ଦିନ ମୁଖ୍ୟମନ୍ତ୍ରୀ ଏ ସହାୟତା ବିଷୟ ଘୋଷଣା କରିଥିଲେ।

ଆର୍ଥିକ ସହାୟତା କେନ୍ଦୁପତ୍ର କର୍ମଚାରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ଗୋଟିଏ ଦେଶ ପାଇଁ ଗୋଟିଏ ଆଇନ ରହିବା ଆବଶ୍ୟକ: ୟୁସିସିକୁ ସମର୍ଥନ କଲେ ଜିତନ ରାମ ମାଞ୍ଝି

September 20, 2026

ପିଏସ୍‌ୟୁ କର୍ମଚାରୀଙ୍କୁ ଦଶହରା ଭେଟି, ୨% ବଢିଲା ମହଙ୍ଗା ଭତ୍ତା

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.