Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତି ପାଇଁ ଦେଲେ ଧନ୍ୟବାଦ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତି ପାଇଁ ଦେଲେ ଧନ୍ୟବାଦ

November 28, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତି ପାଇଁ ଦେଲେ ଧନ୍ୟବାଦ

ଭୁବନେଶ୍ବର: ଓଡିଶା କୁଲତା ସମାଜର ଏକ ପ୍ରତିନିଧି ଦଳ,ଆଜି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ସେମାନଙ୍କ ବିଭିନ୍ନ ଦାବୀ ବିଷୟରେ ଆଲୋଚନା କରିଥିଲେ।

ପ୍ରଥମେ ସେମାନଙ୍କ କୂଳ ଦେବତା ପ୍ରଭୁ ନୃସିଂହନାଥ ଙ୍କ ପୀଠ ର ଉନ୍ନତି ନିମନ୍ତେ 5T ଉପକ୍ରମ ରେ ମୁଖ୍ୟମନ୍ତ୍ରୀ ନେଇଥିବା ରୂପାନ୍ତରଣ କାର୍ଯ୍ୟକ୍ରମ ପାଇଁ ସମାଜ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା। ଆଲୋଚନା ସମୟରେ ସେମାନେ ପୁରୀଧାମରେ ଏକ ଧର୍ମଶାଳା ନିର୍ମାଣ ନିମନ୍ତେ ଜମି ଓ ଆର୍ଥିକ ଅନୁଦାନ ଯୋଗାଇ ଦେବା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ।

କୁଲତା ସମାଜ ବହୁଳ ଗ୍ରାମ ଗୁଡିକରେ ଜଗନ୍ନାଥ ମନ୍ଦିର ସ୍ଥାପନ, ପରିଚାଳନା, ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ଦିଗରେ ଏହି ସମାଜ ଅଗ୍ରଣୀ ଭୂମିକା ଗ୍ରହଣ କରିଆସୁଛି । ପୁରୀ ନିକଟସ୍ଥ ରାମଚଣ୍ଡୀ ମନ୍ଦିର ମଧ୍ୟ କୁଲତା ସମାଜର ଏକ ପ୍ରସିଦ୍ଧ ଧର୍ମପୀଠ। କୁଲତା ସମାଜର ଲକ୍ଷ ଲକ୍ଷ ଭକ୍ତ ପ୍ରତିବର୍ଷ ପୁରୀଧାମକୁ ଯାଇଥାନ୍ତି ।

ତେଣୁ ପୁରୀରେ କୁଲତା ସମାଜକୁ ଧର୍ମଶାଳା ନିମନ୍ତେ ଏକ ଏକର ଜମି ଓ ଆର୍ଥିକ ଅନୁଦାନ ଯୋଗାଇ ଦେବା ପାଇଁ ସେମାନେ ଅନୁରୋଧ କରିଥିଲେ । ଏହାଦ୍ବାରା କୁଲତା ସମାଜର ଭକ୍ତମାନେ ସୁବିଧାରେ ପୁରୀ ଧାମରେ ରହିବା ସହ ବିଭିନ୍ନ ଧାର୍ମିକ ଅନୁଷ୍ଠାନ ମଧ୍ୟ ସୁରୁଖୁରୁରେ ଆୟୋଜନ କରିପାରିବେ।

ସେମାନଙ୍କର ଅନୁରୋଧକୁ ଗ୍ରହଣ କରି ପୁରୀରେ ଉପଯୁକ୍ତ ସ୍ଥାନରେ ଏକ ସପ୍ତାହ ମଧ୍ୟରେ ଜମି ଚିହ୍ନଟ ପାଇଁ ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହାସହିତ ସରକାରଙ୍କ ତରଫରୁ ଧର୍ମଶାଳା ନିର୍ମାଣ ନିମନ୍ତେ ଆର୍ଥିକ ସହାୟତା ଯୋଗାଇ ଦେବାକୁ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏକ ବର୍ଷ ମଧ୍ୟରେ ଏହି ଧର୍ମଶାଳା ଯେପରି ସଂପୂର୍ଣ୍ଣ ହୋଇପାରିବ, ସେ ଦିଗରେ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ସେମାନଙ୍କ ଦାବି ପ୍ରତି ସହାନୁଭୂତିଶୀଳ ମନୋଭାବ ପାଇଁ ସମାଜ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା। ଏହି ପ୍ରତିନିଧି ଦଳରେ ବୌଦ୍ଧ ,ସୋନପୁର , ସମ୍ବଲପୁର, ଓ ବ୍ରଜରାଜନଗର ଅଞ୍ଚଳର କୁଲତା ସମାଜର ବନ୍ଧୁ ମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଥିଲେ।

କୁଲତା ସମାଜ
Share. Facebook Twitter LinkedIn Email WhatsApp Copy Link

Related Posts

ରାଞ୍ଚିରେ ରାଜନୈତିକ ତାପମାତ୍ରା ବଢ଼ିଲା: ଉଭୟ ମେଣ୍ଟରେ ଚାଲିଛି ଜୋରଦାର ରଣନୀତି

June 16, 2026

ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ : ୬ ଗୁରୁତର

June 16, 2026

ସ୍ଵାମୀର ଠେଙ୍ଗା ମାଡରେ ସ୍ତ୍ରୀ ମୃତ

June 16, 2026

ମଟରସାଇକେଲ ଦୁର୍ଘଟଣା: ଗଛରେ ପିଟିହୋଇ ଭାଇ ଭଉଣୀ ମୃତ

June 16, 2026
Latest News

ଆଫଗାନିସ୍ତାନ ବିପକ୍ଷ ଦ୍ୱିତୀୟ ଦିନିକିଆରେ ବଦଳିବ ଟିମ୍ ଇଣ୍ଡିଆ?: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

June 16, 2026

ଭାରତର ଶକ୍ତି କ୍ଷେତ୍ର ପାଇଁ ଏକ ବଡ଼ ବିଜୟ: ହର୍ମୁଜ୍ ପ୍ରଣାଳୀ ପାର କଲା ‘ଦିଶା’

June 16, 2026

ରାଞ୍ଚିରେ ରାଜନୈତିକ ତାପମାତ୍ରା ବଢ଼ିଲା: ଉଭୟ ମେଣ୍ଟରେ ଚାଲିଛି ଜୋରଦାର ରଣନୀତି

June 16, 2026

ପକେଟ ଉପରେ ମୁଦ୍ରାସ୍ଫୀତିର ‘ନୀରବ ଆକ୍ରମଣ’ : ଖାଦ୍ୟ ଓ ଆବଶ୍ୟକ ସାମଗ୍ରୀ ହେଲା ମହଙ୍ଗା

June 16, 2026

ଡାକ୍ତରୀ ପ୍ରେସକ୍ରିପସନ ନଥିଲେ କଫ ସିରଫ ମନା

June 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.