Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନନ୍ଦନକାନନର ରୋପୱେ ମାସେ ମଧ୍ୟରେ ଚାଲୁ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ବିଶେଷ ଖବର

ନନ୍ଦନକାନନର ରୋପୱେ ମାସେ ମଧ୍ୟରେ ଚାଲୁ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

December 10, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନନ୍ଦନକାନନର ରୋପୱେ ମାସେ ମଧ୍ୟରେ ଚାଲୁ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ନନ୍ଦନକାନନ ଗସ୍ତ କରି ସେଠାରେ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ପର୍ଯ୍ୟଟକମାନଙ୍କ ନିମନ୍ତେ ଆନୁଷଙ୍ଗିକ ବ୍ୟବସ୍ଥା ଓ ଉନ୍ନତି ମୂଳକ କାର୍ଯକୁ ତ୍ବରାନ୍ବିତ କରିବାକୁ ଅଧିକାରୀ ମାନଙ୍କୁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟ ଶାସନ ସଚିବ ପ୍ରଥମେ ଚୁଡଙ୍ଗ ସଂରକ୍ଷିତ ଓ କୃଷ୍ଣନଗର ପ୍ରସ୍ତାବିତ ଜଙ୍ଗଲ ଅଞ୍ଚଳ ବୁଲି ଦେଖିଛନ୍ତି। ଉଭୟ ଜଙ୍ଗଲର ୬୦୪ ହେକ୍ଟର ଜମିରେ ନନ୍ଦନକାନନର ସଂପ୍ରସାରିତ କାର୍ଯ୍ୟକ୍ରମ ଆରମ୍ଭ ହେବ। ଏହି ଅଞ୍ଚଳରେ ବାଘ,ସିଂହ, ଭାଲୁ ଓ ତୃଣଭୋଜୀ ଜୀବଜନ୍ତୁ ମାନଙ୍କ ପାଇଁ ସଫାରି ନିର୍ମାଣ ହେବ। ସଫାରି ମଧ୍ୟରେ ପର୍ଯ୍ୟଟକ ମାନଙ୍କ ବୁଲିବା ବ୍ୟବସ୍ଥା, ପ୍ରାଣୀ ଚିକିତ୍ସାକେନ୍ଦ୍ର ମଧ୍ୟ ରହିବ। ଏହି ସଂକ୍ରାନ୍ତୀୟ କାର୍ଯ୍ୟକୁ ତ୍ବାରନ୍ବିତ କରିବାକୁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି।

ପରେ ବଟାନିକାଲ ଗାର୍ଡେନ ଯାଇ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ। ରୋପୱେକୁ ଆସନ୍ତା ଏକମାସ ମଧ୍ୟରେ କାର୍ଯ୍ୟକ୍ଷମ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ପର୍ଯ୍ୟଟନ ଋତୁରେ ଅଧିକ ସଂଖ୍ୟକ ପର୍ଯ୍ୟଟକ ନନ୍ଦନକାନନ ଆସିବା ଆଶା କରାଯାଉଥିବାରୁ ଶ୍ରୀ ମହାପାତ୍ର ଏହି ନିର୍ଦ୍ଦେଶ ଦେଇଛନ୍ତି। ରୋପୱେରେ ଦୈନିକ ପ୍ରାୟ ୩ ହଜାର ପର୍ଯ୍ୟଟକ ଯିବା ଆସିବାର ବ୍ୟବସ୍ଥା କରାଯାଉଛି। ଏହାଦ୍ବାରା ପର୍ଯ୍ୟଟକ ମାନେ ବଟାନିକାଲ ଓ ଜୁଲୋଜିକାଲ ଉଦ୍ୟାନ ମଧ୍ୟରେ ସିଧାସଳଖ ଭାବେ ଯିବା ଆସିବା କରିପାରିବେ।

ସେହିଭଳି ୯ କୋଟି ଟଙ୍କା ବିନିମୟରେ ବଟାନିକାଲ ଗାର୍ଡେନ ମଧ୍ୟସ୍ଥ କିଆକଣି ହ୍ରଦର ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି ହ୍ରଦରେ ପର୍ଯ୍ୟଟକ ମାନଙ୍କ ମନୋରଞ୍ଜନ ନିମନ୍ତେ ବୋଟିଂ ବ୍ୟବସ୍ଥା ମଧ୍ୟ କରାଯିବ। ବଟାନିକାଲ ଗାର୍ଡେନ ସମ୍ମୁଖ ଗେଟ ନିର୍ମାଣ, ସଂଲଗ୍ନ ରାସ୍ତା, ଶୌଚାଳୟ, ପାଦଚଲା ରାସ୍ତା ନିର୍ମାଣ ସଂପର୍କରେ ଅବଗତ ହେବା ସହ ନିର୍ମାଣ କାର୍ଯ୍ୟକୁ ତ୍ବରାନିତ କରିବାକୁ ସେ ପରାମର୍ଶ ଦେଇଥିଲେ।

ଏହାପରେ ପ୍ରାଣୀ ଉଦ୍ୟାନରେ ଥିବା ଟୟଟ୍ରେନ, ପ୍ରସ୍ଥାନ ସ୍ଥାନର ନିର୍ମାଣ କାର୍ଯ୍ୟ, ପର୍ଯ୍ୟଟନ ସହାୟତା କେନ୍ଦ୍ର ମଧ୍ୟ ବୁଲି ଦେଖିଥିଲେ। ବହୁତଳ ଓ ବସ ପାର୍କିଂ ବ୍ୟବସ୍ଥାର ମଧ୍ୟ ଯାଞ୍ଚ କରିଥିଲେ। ନନ୍ଦନକାନନର ଆଧୁନିକିକରଣ ନିମନ୍ତେ ଖୁବଶୀଘ୍ର ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶକଙ୍କୁ ସେ ପରାମର୍ଶ ଦେଇଛନ୍ତି। ଆସନ୍ତା ଏକ ବର୍ଷ ମଧ୍ୟରେ ଏହି ଆଧୁନିକୀକରଣ ଶେଷ ହେବା ନେଇ ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି।

ଏହି ଅବସରରେ ନନ୍ଦନକାନନ ନିର୍ଦ୍ଦେଶକ ଡଃ ମନୋଜ ଭି. ନାୟାର, ଉପନିର୍ଦ୍ଦେଶକ ଡଃ ସଞ୍ଜିତ କୁମାର, ଖୋରଧା ଜିଲ୍ଲାପାଳ ଶ୍ରୀ ସୁଦର୍ଶନ ଚକ୍ରବର୍ତ୍ତୀ ପ୍ରମୁଖ ଉପସ୍ଥିତ ଥିଲେ।

nandankanan ନନ୍ଦନକାନନ
Share. Facebook Twitter LinkedIn Email WhatsApp Copy Link

Related Posts

ଭଦ୍ରକରେ ବନ୍ୟା ସ୍ଥିତି ଗମ୍ଭୀର, ୧.୦୭ ଲକ୍ଷ ଲୋକ ସ୍ଥାନାନ୍ତର

August 17, 2026

ଲୁଟ୍‌ ମାମଲାରେ ଅଭିଯୁକ୍ତ ଥାନାରୁ ଫେରାର, ASI ଓ କନେଷ୍ଟବଳ ନିଲମ୍ବିତ

August 17, 2026

ପ୍ରଶ୍ନପତ୍ର ତ୍ରୁଟି ପରେ NTAର ବଡ଼ ନିଷ୍ପତ୍ତି, ହେବ ପୁନଃ ପରୀକ୍ଷା

August 16, 2026

Odisha Flood Alert: ୪ ଜିଲ୍ଲାରେ ସ୍କୁଲ ବନ୍ଦ, ଉତ୍କଳ ବିଶ୍ବବିଦ୍ୟାଳୟ ପରୀକ୍ଷା ବାତିଲ

August 16, 2026
Latest News

ଭଦ୍ରକରେ ବନ୍ୟା ସ୍ଥିତି ଗମ୍ଭୀର, ୧.୦୭ ଲକ୍ଷ ଲୋକ ସ୍ଥାନାନ୍ତର

August 17, 2026

ଲୁଟ୍‌ ମାମଲାରେ ଅଭିଯୁକ୍ତ ଥାନାରୁ ଫେରାର, ASI ଓ କନେଷ୍ଟବଳ ନିଲମ୍ବିତ

August 17, 2026

ପ୍ରଶ୍ନପତ୍ର ତ୍ରୁଟି ପରେ NTAର ବଡ଼ ନିଷ୍ପତ୍ତି, ହେବ ପୁନଃ ପରୀକ୍ଷା

August 16, 2026

Odisha Flood Alert: ୪ ଜିଲ୍ଲାରେ ସ୍କୁଲ ବନ୍ଦ, ଉତ୍କଳ ବିଶ୍ବବିଦ୍ୟାଳୟ ପରୀକ୍ଷା ବାତିଲ

August 16, 2026

୧୫ ଲକ୍ଷ ଲାଞ୍ଚ ନେଉଥିବା ବେଳେ ନିର୍ଦ୍ଦେଶକଙ୍କ ପୁଅଙ୍କ ସମେତ ରେଳ ଇଞ୍ଜିନିୟର ଗିରଫ

August 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.