Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବିଶ୍ୱବିଦ୍ୟାଳୟରେ ଦିଆଯିବ ଦକ୍ଷତା ବିକାଶ ଶିକ୍ଷା, ଅଷ୍ଟ୍ରେଲିଆ ପ୍ରତିନିଧିଙ୍କ ସହ ଆଲୋଚନା
ଜାତୀୟ ଖବର

ବିଶ୍ୱବିଦ୍ୟାଳୟରେ ଦିଆଯିବ ଦକ୍ଷତା ବିକାଶ ଶିକ୍ଷା, ଅଷ୍ଟ୍ରେଲିଆ ପ୍ରତିନିଧିଙ୍କ ସହ ଆଲୋଚନା

December 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Skill Education in University
ବିଶ୍ୱବିଦ୍ୟାଳୟରେ ଦିଆଯିବ ଦକ୍ଷତା ବିକାଶ ଶିକ୍ଷା, ଅଷ୍ଟ୍ରେଲିଆ ପ୍ରତିନିଧିଙ୍କ ସହ ଆଲୋଚନା

ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ ଥିବା ସରକାରୀ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କର ଦକ୍ଷତା ବିକାଶ କରାଯିବା ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ଗୁରୁତ୍ୱାରୋପ କରିଛି। ଏଥି ନିମନ୍ତେ ବିଭିନ୍ନ ପ୍ରକ୍ରିୟା ଆରମ୍ଭ କରାଯାଇଛି।

ଏହି ପରିପ୍ରେକ୍ଷୀରେ ଆଜି ଭୁବନେଶ୍ୱରଠାରେ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ର୍ରୀ ରୋହିତ ପୂଜାରୀଙ୍କ ଉପସ୍ଥିତିରେ ମିନିଷ୍ଟର କାଉନ୍‌ସିଲ୍‌ର (ଶିକ୍ଷା ଓ ଗବେଷଣା) ଅଷ୍ଟ୍ରେଲିଆ ମି. ମାଥୁ୍ୟ ଜନ୍‌ଷ୍ଟନ, ଡାଇକିନ୍‌ ବିଶ୍ୱବିଦ୍ୟାଳୟର କୁଳପତି ପ୍ର. ଇୟାନ୍‌ ମାର୍ଟିନ୍‌ ଏବଂ ମି. ଡାନିୟେଲ୍‌ ସିମ୍‌ (ଡେପୁଟି କନ୍‌ସୁଲେଟ୍‌ ଜେନେରାଲ୍‌), ଅଷ୍ଟ୍ରେଲିଆନ୍‌ କନ୍‌ସୁଲେଟ୍‌ ଜେନେରାଲ୍‌, କୋଲକାତାଙ୍କ ମିଳିତ ପ୍ରତିନିଧି ମଣ୍ଡଳୀ ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦକ୍ଷତା ଓ ସୃଜନଶୀଳତାର ବିକାଶ ନିମନ୍ତେ ସହଯୋଗର ନକ୍ସା ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କ ନିକଟରେ ଉପସ୍ଥାପିତ କରିଥିଲେ।

ଅଷ୍ଟ୍ରେଲିଆର ବିଭିନ୍ନ ବିଶ୍ୱବିଦ୍ୟାଳୟଗୁଡ଼ିକର ଉଚ୍ଚଶିକ୍ଷାର ସମ୍ପୂର୍ଣ୍ଣ ଚିତ୍ର ତଥା ବିଶ୍ୱରେ ଗବେଷଣା କ୍ଷେତ୍ରରେ ଉପଲବ୍ଧି କରିଥିବା ପ୍ରସିଦ୍ଧିର ତଥ୍ୟ ଶିକ୍ଷାବିତ୍‌ମାନେ ଅବଗତ ହୋଇଥିଲେ।

ଅନ୍ୟପକ୍ଷରେ ଛାତ୍ରଛାତ୍ରୀମାନେ ଦକ୍ଷ ହେବା ଜରୁରୀ। ଚାକିରି ନଖୋଜି ଚାକିରି ପ୍ରଦାନକାରୀ ହୋଇପାରିବେ ବୋଲି ମନ୍ତ୍ରୀ ଶ୍ରୀ ପୂଜାରୀ ପ୍ରକାଶ କରିଥିଲେ। ସହଯୋଗଭିତ୍ତିକ ଶିକ୍ଷା ପ୍ରଦାନରେ ଓଡ଼ିଶାର ଛାତ୍ରଛାତ୍ରୀମାନେ ପରିବର୍ତ୍ତନଶୀଳ ଶିକ୍ଷା ବ୍ୟବସ୍ଥାରେ ସମ୍ବଳ ବନିପାରିବା ସହ ଆନ୍ତର୍ଜାତିକ ସ୍ତରରେ ଗବେଷଣାରେ ପ୍ରସିଦ୍ଧି ଲାଭ କରିପାରିବେ ବୋଲି ସେ ମତପ୍ରକାଶ କରିଥିଲେ।

ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ବିଶ୍ୱବିଦ୍ୟାଳୟ ଶିକ୍ଷାରେ ରୂପାନ୍ତରୀକରଣ ପ୍ରକିି୍ରୟା ସମ୍ବନ୍ଧରେ ବିଶେଷ ତଥ୍ୟ ଉପସ୍ଥାପିତ କରିଥିଲେ । ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା କାଉନ୍‌ସିଲର (ଓଏସ୍‌ଏଚ୍‌ଇସି) ଉପାଧ୍ୟକ୍ଷ ପ୍ର. ଅଶୋକ ଦାସ ଦକ୍ଷତା ବିକାଶ ଓ ଗବେଷଣା କ୍ଷେତ୍ରରେ ସହଯୋଗର ବିଭିନ୍ନ ଦିଗ ସମ୍ବନ୍ଧରେ ଆଲୋଚନା କରିବା ସହ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତିମାନେ ବିଭିନ୍ନ ତଥ୍ୟ ଉପସ୍ଥାପିତ କରିଥିଲେ।

ଶେଷରେ ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ବୀରେନ୍ଦ୍ର କରକରା ଧନ୍ୟବାଦ ଅର୍ପଣ କରିଥିଲେ। ସେଞ୍ଚୁରିଅନ୍‌ ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ମୁକ୍ତିକାନ୍ତ ମିଶ୍ର ମଧ୍ୟ ଉପସ୍ଥିତ ଥିଲେ।

ବିଶ୍ୱବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

March 31, 2026

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026

ନକ୍ସଲମୁକ୍ତ ଭାରତ ଘୋଷଣା ପରେ ଶିବସେନା ସାଂସଦଙ୍କ ପ୍ରତିକ୍ରିୟା: ସରକାରକୁ କଲେ ପ୍ରଶ୍ନ

March 31, 2026

ଖୋଲାଖୋଲି ବିକ୍ରି ହେଉଥିଲା “ମେଡ୍ ଇନ୍ ପାକିସ୍ତାନ” ସାମଗ୍ରୀ: ରାକେଟର ପର୍ଦ୍ଦାଫାସ କଲା ପୋଲିସ

March 31, 2026
Latest News

ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

March 31, 2026

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026

ନକ୍ସଲମୁକ୍ତ ଭାରତ ଘୋଷଣା ପରେ ଶିବସେନା ସାଂସଦଙ୍କ ପ୍ରତିକ୍ରିୟା: ସରକାରକୁ କଲେ ପ୍ରଶ୍ନ

March 31, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଖୋଲାଖୋଲି ବିକ୍ରି ହେଉଥିଲା “ମେଡ୍ ଇନ୍ ପାକିସ୍ତାନ” ସାମଗ୍ରୀ: ରାକେଟର ପର୍ଦ୍ଦାଫାସ କଲା ପୋଲିସ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.