ସରକାରୀ ଚାକିରିଆଙ୍କ ପାଇଁ ଖୁସି ଖବର, ଓଡିଶା ସରକାର ଆଣିଲେ ସରଳ ଯୋଜନା

Published: Dec 13, 2022, 9:39 pm IST
Pension Yojana

ଭୁବନେଶ୍ବର: ସରକାରୀ ଚାକିରିଆମାନଙ୍କ ନିମନ୍ତେ ଖୁସି ଖବର। ଅବସର ଗ୍ରହଣ ପରେ ପେନସନ୍ ପାଇନଥିବା କର୍ମଚାରୀମାନେ ଏଣିକି ଜିଲ୍ଲାସ୍ତରୀୟ କାର୍ଯ୍ୟାଳୟରେ ପେନସନ୍ ଆବେଦନ କରିପାରିବେ। ଏଥି ନିମନ୍ତେ ସମସ୍ତ ସହଯୋଗ କରିବାକୁ ବିଭିନ୍ନ ବିଭାଗର ନିର୍ଦ୍ଦେଶକଙ୍କ ମାଧ୍ୟମରେ ସଂପୃକ୍ତ ଜିଲ୍ଲାସ୍ତରୀୟ ମୁଖ୍ୟ ଅଧିକାରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ରାଜ୍ୟରେ ଖୁବଶୀଘ୍ର ପେନସନ୍ ଅଦାଲତ ଅନୁଷ୍ଠିତ ହେବ। ଏଥି ନିମନ୍ତେ ତାରିଖ ଓ ସ୍ଥାନ ଘୋଷଣା କରାଯିବ। ଏଥି ପୂର୍ବରୁ ଜିଲ୍ଲାସ୍ତରୀୟ ଅଧିକାରୀମାନେ ସେମାନଙ୍କ କାର୍ଯ୍ୟାଳୟରୁ ଅବସର ଗ୍ରହଣ କରି ପେନସନ୍ ପାଇନଥିବା କର୍ମଚାରୀଙ୍କୁ ଯୋଗାଯୋଗ କରି ଆବଶ୍ୟକୀୟ କାଗଜପତ୍ର ନିମନ୍ତେ ସହଯୋଗ କରିବେ। ପ୍ରତି କାର୍ଯ୍ୟାଳୟରେ ହେଲ୍ପ ଡେସ୍କ ଖୋଲାଯିବ ବୋଲି ନିଷ୍ପତି ହୋଇଛି।

ଏପରିକି ବିଭିନ୍ନ ତଥ୍ୟ ଅଭାବରୁ, ବୟସାଧିକ, ସ୍ୱାମୀ କିମ୍ୱା ସ୍ତ୍ରୀଙ୍କ ମୃତ୍ୟୁ କାରଣରୁ ପେନସନ୍ରୁ ବଞ୍ଚିତ କର୍ମଚାରୀଙ୍କ ଘରୁ ପେନସନ୍ ପତ୍ର ସଂଗ୍ରହ କରିବାକୁ ଜିଲ୍ଲାସ୍ତରୀୟ କାର୍ଯ୍ୟାଳୟର ମୁଖ୍ୟମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥି ପାଇଁ ଆବଶ୍ୟକ ପଡିଲେ ଅନଲାଇନ ମାଧ୍ୟମରେ ପେନସନ୍ ପତ୍ର ସଂଗ୍ରହ କରିବାକୁ ପଦକ୍ଷେପ ଗ୍ରହଣ କରାଯିବ।

ଏତତ୍ ବ୍ୟତୀତ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ  ନିୟମାନୁଯାୟୀ ଯୋଗ୍ୟତା ଭିତ୍ତିକ ପଦୋନ୍ନତି ନିମନ୍ତେ ମଧ୍ୟ ଅଦାଲତ ଅନୁଷ୍ଠିତ ହେବ। ଏଥି ନିମନ୍ତେ ମୁଖ୍ୟ ଶାସନ ସଚିବଙ୍କ ସମେତ ୭ ଜଣ ବରିଷ୍ଠ ଅଧିକାରୀ ଅଦାଲତ କରିବେ। ସେମାନଙ୍କ ମଧ୍ୟରେ ବିଭିନ୍ନ ବିଭାଗ ବଣ୍ଟନ କରାଯିବ। ୩ ଦିନ ଧରି ଏହି ଅଦାଲତ ଅନୁଷ୍ଠିତ ହେବ ବୋଲି କୁହାଯାଇଛି।

Related posts