Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଶିକ୍ଷା ଅଧିକାରୀଙ୍କ ତାଲିମ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ କହିଲେ ସିଧାକଥା
ବିଶେଷ ଖବର

ଶିକ୍ଷା ଅଧିକାରୀଙ୍କ ତାଲିମ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ କହିଲେ ସିଧାକଥା

December 16, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
SCHOOL
ଶିକ୍ଷା ଅଧିକାରୀଙ୍କ ତାଲିମ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ କହିଲେ ସିଧାକଥା

ଭୁବନେଶ୍ୱର: ରାଜ୍ୟର ସରକାରୀ ବିଦ୍ୟାଳୟରେ ପଢୁଥିବା ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷାଦାନ ଲାଗି ରାଜ୍ୟ ସରକାର ଏକାଧିକ ପଦକ୍ଷେପ ଗ୍ରହଣ କରୁଛନ୍ତିି। ସ୍କୁଲ ଶିକ୍ଷାକ୍ଷେତ୍ରରେ ଉତ୍କର୍ଷ ଆଣିବା ଲକ୍ଷ୍ୟରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ସରକାରୀ ସ୍କୁଲର ଭିତ୍ତିଭୂମି ବିକାଶ ସହ ରେକର୍ଡ ସଂଖ୍ୟକ ଶିକ୍ଷକ ନିଯୁକ୍ତି ଦିଆଯାଇଛି ।

ଏବେ ସରକାରୀ ବିଦ୍ୟାଳୟ ପ୍ରତି ଥିବା ଲୋକଙ୍କର ନକରାତ୍ମକ ଚିନ୍ତାଧାରାକୁ ବଦଳାଇବାର ସମୟ ଆସିଛି। କେବଳ ଶିକ୍ଷକ, ଶିକ୍ଷୟିତ୍ରୀ ନୁହଁନ୍ତି, ବ୍ଲକ୍‌ ଏବଂ ଜିଲ୍ଲା ଶିକ୍ଷାଧିକାରୀମାନେ ଏ ଦିଗରେ ସଚେତନ ହେବା ଜରୁରୀ ହୋଇପଡ଼ିଛି। ପିଲାମାନଙ୍କ ଭବିଷ୍ୟତ ଗଠନରେ କୌଣସି ପ୍ରକାର ଅବହେଳା କଲେ ତାହାକୁ ବରଦାସ୍ତ କରାଯିବ ନାହିଁ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।

ଆଜି କୃଷି ଭବନ ସମ୍ମିଳନୀ କକ୍ଷରେ ଜିଲ୍ଲା ଶିକ୍ଷା ଅଧିକାରୀ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ ପାଇଁ ଆୟୋଜିତ ଦୁଇଦିନିଆ ରାଜ୍ୟସ୍ତରୀୟ ତାଲିମ କାର୍ଯ୍ୟକ୍ରମରେ ଅଭିଭାଷଣ ଦେଇ ମନ୍ତ୍ରୀ ଶ୍ରୀ ଦାଶ କହିଥିଲେ, ଓଡ଼ିଶାର ସରକାରୀ ବିଦ୍ୟାଳୟମାନଙ୍କରେ ଗୁଣାତ୍ମକ ଶିକ୍ଷାର ପ୍ରଚଳନ ପାଇଁ ସବୁପ୍ରକାର ପଦକ୍ଷେପ ହାତକୁ ନିଆଯିବ। ତୃଣମୂଳସ୍ତରରୁ ଆରମ୍ଭ କରି ଉଚ୍ଚ ପଦାଧିକାରୀଙ୍କ ପର୍ଯ୍ୟନ୍ତ ସମସ୍ତେ ଏଦିଗରେ ମିଳିତ ଭାବରେ କାର୍ଯ୍ୟ କରିବେ।

ପ୍ରଧାନଶିକ୍ଷକ, ଶିକ୍ଷକ, ସିଆରସିସି, ବିଇଓ ଏବଂ ଡିଇଓମାନଙ୍କ ମିଳିତ ପ୍ରଚେଷ୍ଟା ଛାତ୍ରଛାତ୍ରୀମାନଙ୍କ ବୋର୍ଡ ପରୀକ୍ଷାରେ ପ୍ରତିଫଳିତ ହେବା ନେଇ ଶ୍ରୀ ଦାଶ ଆଶା ପ୍ରକାଶ କରିଥିଲେ । ସେହିଭଳି ଅବସରପ୍ରାପ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ବିଭାଗୀୟ କର୍ମଚାରୀଙ୍କୁ ଉଚିତ୍‌ ସମୟରେ ପେନ୍‌ସନ୍‌ ପ୍ରଦାନ ସହ ଛାତ୍ରଛାତ୍ରୀମାନଙ୍କୁ ନିର୍ଦ୍ଧାରିତ ସମୟରେ ମେଧାବୃତ୍ତି ବାବଦ ଆର୍ଥିକ ସହାୟତା ପ୍ରଦାନ ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ।

ଏଫ୍‌ଏଲ୍‌ଏନ୍‌ (ଫାଉଣ୍ଡେସନାଲ ଲିଟେରାସି ଆଣ୍ଡ ନିଉମେରସି) ଏବଂ ଏଲ୍‌ଆର୍‌ପି(ଲର୍ଣ୍ଣିଙ୍ଗ ରିକଭରି ପ୍ରୋଗ୍ରାମ) କାର୍ଯ୍ୟକାରୀ କରିବାରେ ରାଜ୍ୟ ସରକାରଙ୍କ ଭୂମିକା ଓ ପରବର୍ତ୍ତୀ ଫଳାଫଳର ଆଭିମୁଖ୍ୟ କାର୍ଯ୍ୟକ୍ରମର ମୁଖ୍ୟ ପ୍ରସଙ୍ଗ ରହିଥିଲା। ଶିକ୍ଷକ, ଶିକ୍ଷୟିତ୍ରୀଙ୍କ ସହ ଶିକ୍ଷା ବିଭାଗର ସମସ୍ତ ଅଧିକାରୀଙ୍କୁ ଆଚରଣରେ ପରିବର୍ତ୍ତନ ଆଣିବା ଏବଂ ଓଡ଼ିଶାର ଭବିଷ୍ୟତ ଗଠନ ପାଇଁ ସମସ୍ତେ ମିଳିତ ଭାବରେ କାର୍ଯ୍ୟ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଶ୍ରାମତୀ ଆଶ୍ୱଥୀ ଏସ୍‌. କହିଥିଲେ।

ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ, ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ, ଏମ୍‌ଡିଏମ୍‌(ମଧ୍ୟାହ୍ନ ଭୋଜନ) ଏବଂ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣର ବିଭିନ୍ନ ନୀତି ଓ କାର୍ଯ୍ୟକ୍ରମ ଉପରେ ସବିଶେଷ ଆଲୋଚନା ହୋଇଥିଲା ।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାଞ୍ଚଳ ରାଜସ୍ୱ ଡିଭିଜନ୍‌ର ୧୦୩ ଜଣ ବ୍ଲକ୍‌ ଶିକ୍ଷା ଅଧିକାରୀ ଏବଂ ୧୦ ଜଣ ଜିଲ୍ଲା ଶିକ୍ଷା ଅଧିକାରୀ ଯୋଗଦାନ କରିଥିଲେ । ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅନୁପମ ସାହା କାର୍ଯ୍ୟକ୍ରମ ପ୍ରାରମ୍ଭରେ ସ୍ୱାଗତ ଅଭିଭାଷଣ ଦେବା ସହ ପ୍ରାଥମିକ ବିଦ୍ୟାଳୟ ଭିତ୍ତିଭୂମିର ରକ୍ଷଣାବେକ୍ଷଣ ଉପରେ ଗୁରୁତ୍ୱ ଦେଇଥିଲେ।

ଶିକ୍ଷା ଅଧିକାରୀ ସମୀର ରଞ୍ଜନ ଦାଶ
Share. Facebook Twitter LinkedIn Email WhatsApp Copy Link

Related Posts

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026
Latest News

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.