Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବଙ୍କ ରାଉରକେଲା ଗସ୍ତ: ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟର କଲେ ସମୀକ୍ଷା
ବିଶେଷ ଖବର

ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବଙ୍କ ରାଉରକେଲା ଗସ୍ତ: ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟର କଲେ ସମୀକ୍ଷା

December 19, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ତିଆନ ରାଉରକେଲା ଗସ୍ତରେ ଆସି ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି। ଏହି ସଚିବସ୍ତରୀୟ ଟିମରେ କ୍ରୀଡ଼ା ଏବଂ ଯୁବ ସେବା ବିଭାଗର ସଚିବ ଆର୍ ଭିନିଲକ୍ରୀଷ୍ଣା ଏବଂ ଇଡକୋର ପରିଚାଳନା ନିର୍ଦ୍ଦେଶକ ଭୁପେନ୍ଦ୍ର ସିଂ ପୁନିଆ ମଧ୍ୟ ରାଉରକେଲା ଆସିଥିଲେ।

ଏହି ଟିମ୍ ରାଉରକେଲାରେ ବିପିୟୁଟି କ୍ୟାମ୍ପସରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ଅନୁଧ୍ୟାନ କରିଥିଲେ। ଉଭୟ ମୁଖ୍ୟ ଓ ଅଭ୍ୟାସ ପଡିଆର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ଷ୍ଟାଡିଅମର ଦୁଇଟି ଯାକ ପିଚ୍‌ ଓ ହାଇମାସ୍କ ଲାଇଟ ଯାଂଚ ପରେ ଖେଳ ପାଇଁ ଲାଇସେନ୍‌ସ ମିଳିଛି।

ଉଲେଖନୀୟ ଯେ, ପୁରୁଷ ହକି ବିଶ୍ବକପର ୨୦ଟି ମ୍ୟାଚ ରାଉଲକେଲାରେ ଖେଳାଯିବ। ପ୍ରଥମ ମ୍ୟାଚ ଆସନ୍ତା ଜାନୁୟାରୀ ୧୩ ତାରିଖରେ ଭାରତ ଓ ସ୍ପେନ ମଧ୍ୟରେ ଅନୁଷ୍ଠିତ ହେବ। ଏହାପୂର୍ବରୁ ଆସନ୍ତା ୨୪ ତାରିଖରୁ ତିନୋଟି ଅଭ୍ୟାସ ମ୍ୟାଚ ଖେଳାଯିବ। ଏହି ଅଭ୍ୟାସ ମ୍ୟାଚ ସମୟରେ ଯଦି କିଛି ତ୍ରୁଟିଥିବା ନେଇ ଜଣାପଡେ ତେବେ ଭିତ୍ତିଭୂମିକୁ ଦୃଢ଼ କରିବା ନିମନ୍ତେ ପଦକ୍ଷେପ ଗ୍ରହଣ କରାଯିବ। ଏହାସହ ରାଉରକେଲା ବିମାନ ବନ୍ଦରର କାର୍ଯ୍ୟଶେଷ ହୋଇଛି ଏବଂ ଖୁବଶୀଘ୍ର ଆବଶ୍ୟକୀୟ ଲାଇସେନ୍ସ ମିଳିବା ନେଇ ଶ୍ରୀ ମହାପାତ୍ର ଆଶାବ୍ୟକ୍ତ କରିଛନ୍ତି।

ଉଡାଣ ଯୋଜନାରେ ଖେଳାଳି ମାନଙ୍କ ପାଇଁ ୪ଟି ବିମାନ ଉଡାଣ ସୁବିଧା ମିଳିବ। ଗୋଟିଏ ବର୍ଷ ମଧ୍ୟରେ ଏଭଳି ଏକ ବିଶ୍ବସ୍ତରୀୟ ଷ୍ଟାଡିୟମ ନିର୍ମାଣ କରାଯାଇଛି। ଏଥିନିମନ୍ତେ ରାଜ୍ୟ ସରକାରଙ୍କୁ ସମସ୍ତ ସହଯୋଗ ପ୍ରଦାନ କରିଥିବାରୁ ସୁନ୍ଦରଗଡ ଓ ରାଉଲକେଲା ବାସୀଙ୍କୁ ମୁଖ୍ୟଶାସନ ସଚିବ ଓ ୫-ଟି ସଚିବ ଧନ୍ୟବାଦ ଦେଇଛନ୍ତି।

ରାଉରକେଲାରେ ପ୍ରଥମ ଥର ପାଇଁ ହକି ବିଶ୍ୱକପ ହେବାକୁ ଯାଉଛି। ତେଣୁ ହକି ମ୍ୟାଚ ଦେଖିବା ଲାଗି ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ଦର୍ଶକ ରାଉରକେଲାକୁ ଆସିବେ। ତେଣୁ ଦର୍ଶକମାନଙ୍କ ଗାଡ଼ିଗୁଡ଼ିକୁ ସୁବିଧାରେ ରଖିବା ପାଇଁ ଷ୍ଟାଡିୟମ ଚାରିପଟେ ଆଧୁନିକ ପାର୍କିଂ ସ୍ଥଳ କରାଯାଉଛି। ତା’ଛଡ଼ା ଷ୍ଟାଡିୟମ ଭିତରେ ପାନୀୟ ଜଳ ଏବଂ ଶୌଚାଳୟ ଆଦି ସୁବିଧା କରାଯାଉଛି। ଯେଉଁ ଦର୍ଶକମାନେ ଷ୍ଟାଡିୟମ ବାହାରେ ରହିଥିବେ ସେମାନଙ୍କ ପାଇଁ ବିଭିନ୍ନ ସ୍ଥାନରେ ଏଲଇଡି ଲଗାଇବାର ବ୍ୟବସ୍ଥା କରାଯାଉଛି।

ଏହି ଗସ୍ତ ସମୟରେ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ରଙ୍କ ସହିତ ଜିଲ୍ଲା ପ୍ରଶାସନ ଏବଂ ରାଉରକେଲା ମହାନଗର ନିଗମର ବରିଷ୍ଠ ଅଧିକାରୀମାନେ ଯୋଗ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ, ୨୦୨୩ ପୁରୁଷ ହକି ବିଶ୍ୱକପ ଓଡ଼ିଶାରେ ଖେଳାଯିବ। ଏହି ବିଶ୍ୱକପ୍ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ସହିତ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ହେବାକୁ ଯାଉଛି। ଏହି କ୍ରୀଡ଼ା ଭିତ୍ତିଭୂମି ଭାରତର ସବୁଠୁ ବଡ଼ ହକି ଷ୍ଟାଡିୟମର ରୂପ ନେବାକୁ ଯାଉଛି। ଏହି ଷ୍ଟାଡିୟମରେ ଏକାସାଙ୍ଗରେ ୨୦ ହଜାରରୁ ଅଧିକ ଦର୍ଶକ ବସି ଖେଳ ଉପଭୋଗ କରିପାରିବେ।

ନବୀନ ପଟ୍ଟନାୟକ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ମୁଖ୍ୟ ଶାସନ ସଚିବ ରାଉରକେଲା ଗସ୍ତ ରାଉରକେଲା ବିମାନ ବନ୍ଦର ସୁରେଶ ଚନ୍ଦ୍ର ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ନୂତନ ଭିଡିଓ ବାର୍ତ୍ତା ଜାରି କଲେ ପ୍ରଧାନମନ୍ତ୍ରୀ: ପେପର ଲିକ୍ ସମ୍ପର୍କରେ ନେଲେ ଆଉ ଏକ ବଡ଼ ପଦକ୍ଷେପ

July 26, 2026

୧୩ ଦିନ ପରେ ଆକ୍ରମଣ ବନ୍ଦ କଲା ଆମେରିକା!: ଜାଣନ୍ତୁ କାହିଁକି ଏଭଳି ନିଷ୍ପତ୍ତି ନେଲେ ଟ୍ରମ୍ଫ?

July 26, 2026

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଆନ୍ନା ହଜାରେଙ୍କ ପ୍ରତିକ୍ରିୟା: ଆନ୍ଦୋଳନକୁ ନେଇ ଦେଲେ ବଡ଼ ବିବୃତ୍ତି

July 26, 2026

ମହାପ୍ରଭୁଙ୍କ ସୁନାବେଶ: ଏହାର ମାହାତ୍ମ୍ୟ କଣ, କେତେଥର ହୁଏ ଏହି ବେଶ

July 26, 2026
Latest News

ପୁଣି ଟି-୨୦ରେ ଭାରତ ନମ୍ବର ୧: ଜିମ୍ବାୱେକୁ କ୍ଲିନ୍ ସୁଇପ୍ କଲା ଟିମ ଇଣ୍ଡିଆ

July 26, 2026

ନୂତନ ଭିଡିଓ ବାର୍ତ୍ତା ଜାରି କଲେ ପ୍ରଧାନମନ୍ତ୍ରୀ: ପେପର ଲିକ୍ ସମ୍ପର୍କରେ ନେଲେ ଆଉ ଏକ ବଡ଼ ପଦକ୍ଷେପ

July 26, 2026

୧୩ ଦିନ ପରେ ଆକ୍ରମଣ ବନ୍ଦ କଲା ଆମେରିକା!: ଜାଣନ୍ତୁ କାହିଁକି ଏଭଳି ନିଷ୍ପତ୍ତି ନେଲେ ଟ୍ରମ୍ଫ?

July 26, 2026

ବାଣପୁର: ୭୦ତମ ପୁଣ୍ୟତିଥିରେ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କୁ ଶ୍ରଦ୍ଧାଞ୍ଜଳି

July 26, 2026

ଆଜି ଭାରତ- ଜିମ୍ବାୱେ ଅନ୍ତିମ ଟି-୨୦ ମ୍ୟାଚ: ଟିମ ଇଣ୍ଡିଆର ପରିବର୍ତ୍ତନ ସମ୍ଭବ

July 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.