Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ୱାନ ପଞ୍ଚାୟତ, ୱାନ ପ୍ରଡକ୍ଟ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ; ଏସଏଚଜି ମିଳିଲା ୨୨୦ କୋଟି ଟଙ୍କା
ଜାତୀୟ ଖବର

ୱାନ ପଞ୍ଚାୟତ, ୱାନ ପ୍ରଡକ୍ଟ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ; ଏସଏଚଜି ମିଳିଲା ୨୨୦ କୋଟି ଟଙ୍କା

December 22, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
Naveen in Balesore
ୱାନ ପଞ୍ଚାୟତ, ୱାନ ପ୍ରଡକ୍ଟ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ; ଏସଏଚଜି ମିଳିଲା ୨୨୦ କୋଟି ଟଙ୍କା

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଗସ୍ତ କରି ସେ ସେଠାରେ ୧୮୦୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୭୪ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୩୧ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତି ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ବାଲେଶ୍ବରର ସୋମନାଥପୁର ଠାରେ ଏକ ନବନିର୍ମିତ ରେଳ ଓଭରବ୍ରିଜକୁ ମଧ୍ୟ ଉଦ୍‌ଘାଟିତ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ୫୬୦୦ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ୨୨୦ କୋଟି ଟଙ୍କାର ସହାୟତା ମଧ୍ୟ ପ୍ରଦାନ କରି ମିଶନ ଶକ୍ତି ମା ମାନଙ୍କୁ ଉଦ୍ୟୋଗୀ ହେବା ପାଇଁ ଆହ୍ବାନ ଦେଇଥିଲେ ଏବଂ ଏହି ଆନ୍ଦୋଳନକୁ ଏକ ନୂଆ ସୋପାନକୁ ନେବା ପାଇଁ ଉଦ୍ୟମ କରିବାକୁ ପରାମର୍ଶ ଦେଇଥିଲେ। ଜିଲ୍ଲାର ୬୦ ହଜାର ମା ମାନଙ୍କୁ ଏହି ସହାୟତା ମିଳିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ୱାନ ପଞ୍ଚାୟତ, ୱାନ ପ୍ରଡକ୍ଟ ଉପରେ ଗୁରୁତ୍ବ ଆରୋପ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତ୍ୟେକ ପଞ୍ଚାୟତ ଯଦି ଗୋଟିଏ ଗୋଟିଏ ସ୍ବତନ୍ତ୍ର ଦ୍ରବ୍ୟ ଉତ୍ପାଦନ କରିପାରିବେ, ତେବେ ଏଥିପାଇଁ ବଜାର ସୃଷ୍ଟି ହେବାରେ ସୁବିଧା ହେବା ସହିତ ପ୍ରତ୍ୟେକ ପଞ୍ଚାୟତର ଏକ ସ୍ବତନ୍ତ୍ର ପରିଚୟ ମଧ୍ୟ ସୃଷ୍ଟି ହୋଇପାରିବ। ମା ମାନେ ଓଡିଶାର ଶିଳ୍ପ ବିକାଶରେ ନୂଆ ଇତିହାସ ସୃଷ୍ଟି କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ୫ ବର୍ଷରେ ମା ମାନଙ୍କୁ ବିନା ସୁଧରେ ୫୦ ହଜାର କୋଟି ଟଙ୍କାର ଋଣ ଦିଆଯିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାଲେଶ୍ବର ହେଉଛି ଏକ ଆଗୁଆ ଜିଲ୍ଲା। ଶିକ୍ଷା, ସାହିତ୍ୟ, ଶିଳ୍ପ, କୃଷି, ଭିତ୍ତିଭୂମି – ସବୁ କ୍ଷେତ୍ରରେ ବାଲେଶ୍ବର ଆଗୁଆ। ଆଜିର କାର୍ଯ୍ୟକ୍ରମ ବିକାଶର ଏହି ଧାରାକୁ ଆହୁରି ଆଗକୁ ନେବ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଶିଳ୍ପ ଓ ଶକ୍ତି ମନ୍ତ୍ରୀ ଶ୍ରୀ ପ୍ରତାପ ଦେବ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ବିନୀ ପାତ୍ର ଓ ବାଲେଶ୍ବର ବିଧାୟକ ଶ୍ରୀ ସ୍ବରୂପ ଦାସ ପ୍ରମୁଖ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ବାଲେଶ୍ବର ଜିଲ୍ଲାରେ ହୋଇଥିବା ଅନେକ ବିକାଶ ମୂଳକ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ।

ମେଡିକାଲ କଲେଜ ଠାରୁ ଆରମ୍ଭ କରି ରାସ୍ତାଘାଟ, ପାନୀୟ ଜଳ, ସ୍ବାସ୍ଥ୍ୟ କଲ୍ୟାଣ କାର୍ଯ୍ୟକ୍ରମ ସବୁ କ୍ଷେତ୍ରରେ ବାଲେଶ୍ବର ଜିଲ୍ଲାରେ ଉଲ୍ଲେଖନୀୟ କାର୍ଯ୍ୟ ହେଉଛି ବୋଲି ସେମାନେ କହିଥିଲେ। ମିଶନ ଶକ୍ତି କାର୍ଯ୍ୟକ୍ରମ ଦ୍ବାରା ମା ମାନଙ୍କୁ ନୂଆ ପରିଚୟ ମିଳିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଧାୟକଗଣ ଉପସ୍ଥିତ ଥିଲେ। ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଜିଲ୍ଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ।

SHG ବାଲେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026
Latest News

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.