ପୁଣି ଫେରିବ ମାସ୍କ ପିନ୍ଧା ନିୟମ, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ହେବ ଲାଗୁ

Published: Dec 23, 2022, 11:19 am IST
Mask Return

ନୂଆଦିଲ୍ଲୀ: ପୁଣି ଥରେ ଦେଶରେ ଲାଗୁ ହେବ ମାସ୍କ ପିନ୍ଧା ନିୟମ। କାରଣ ବର୍ତ୍ତମାନ କରୋନା ଯେପରି ଡରାଇଲାଣ ସେଥିରେ ଏହି ଲାଗୁ କରିବାକୁ ସରକାର ବାଧ୍ୟ ହେବେ। ତେବେ ଗତକାଲି ସ୍ବାସ୍ଥ୍ୟ ବିଭାଗ ବୈଠକରେ ଏହି ମାସ୍କ ପିନ୍ଧିବା ପାଇଁ ପରାମର୍ଶ ଦିଆଯାଇଥିଲେ ମଧ୍ୟ ନିୟମ  ଲାଗୁ କରାଯାଇ ନାହିଁ। ହେଲେ ଖୁବ ଶିଘ୍ର ଏହାକୁ ବାଧ୍ୟତାମୂଳକ କରିବା ପାଇଁ କେନ୍ଦ୍ର ସରକାର ଚିନ୍ତା କରୁଛନ୍ତି।

ଗତକାଲି ବୈଠକରେ ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ କୋଭିଡ ଉପଯୁକ୍ତ ଆଚରଣ ପାଳନ ବିଶେଷ କରି ଆଗାମୀ ଉତ୍ସବ ଋତୁକୁ ଦୃଷ୍ଟିରେ ରଖି ଜନଗହଳି ପୂର୍ଣ୍ଣ ସ୍ଥାନରେ ମାସ୍କ ପିନ୍ଧିବାକୁ ଅନୁରୋଧ କରିଥିଲେ। ପ୍ରଧାନମନ୍ତ୍ରୀ ଏହା ମଧ୍ୟ ଅନୁରୋଧ କରିଛନ୍ତି ଯେ ବିଶେଷ ଭାବରେ ସମ୍ବେଦନଶୀଳ ଏବଂ ବୟସ୍କ ବର୍ଗଙ୍କ ପାଇଁ ସତର୍କତାର ଡୋଜ୍‍ ଫଳପ୍ରଦ ହୋଇପାରେ।

ଔଷଧ, ଟିକା ଏବଂ ଡାକ୍ତରଖାନା ଶଯ୍ୟା ସମ୍ବନ୍ଧରେ ପର୍ଯ୍ୟାପ୍ତ ଉପଲବ୍ଧତା ରହିଛି ବୋଲି ପ୍ରଧାନମନ୍ତ୍ରୀଙ୍କୁ ସୂଚନା ଦିଆଯାଇଥିଲା। ଅତ୍ୟାବଶ୍ୟକ ଔଷଧର ଉପଲବ୍ଧତା ଏବଂ ମୂଲ୍ୟ ଉପରେ ନିୟମିତ ନଜର ରଖିବାକୁ ସେ ପରାମର୍ଶ ଦେଇଛନ୍ତି।

ସମୁଖ ଭାଗରେ ରହି କାର୍ଯ୍ୟ କରୁଥିବା ସ୍ୱାସ୍ଥ୍ୟ କର୍ମଚାରୀଙ୍କ ସର୍ବଭାରତୀୟ ସ୍ତରରେ ପ୍ରଶଂସିତ କାର୍ଯ୍ୟକୁ ଆଲୋକପାତ କରି ପ୍ରଧାନମନ୍ତ୍ରୀ ସେମାନଙ୍କୁ ସମାନ ନିଃସ୍ୱାର୍ଥପର ତଥା ଉତ୍ସର୍ଗୀକୃତ ଢଙ୍ଗରେ କାର୍ଯ୍ୟ ଜାରି ରଖିବାକୁ ପରାମର୍ଶ ଦେଇଥିଲେ।

ବୁ ସ୍ତରରେ କୋଭିଡ ଯନ୍ତ୍ରପାତି, ପ୍ରସ୍ତୁତି ପ୍ରକ୍ରିୟା ଏବଂ ମାନବ ସମ୍ବଳ ଦୃଷ୍ଟିରୁ ଭିତ୍ତିଭୂମିକୁ ଏକ ଉଚ୍ଚ ସ୍ତରରେ ପ୍ରସ୍ତୁତି ନିଶ୍ଚିତ କରିବାକୁ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଅମ୍ଳଜାନ ସିଲିଣ୍ଡର, ପିଏସ୍‍ଏ ପ୍ଲାଣ୍ଟ, ଭେଣ୍ଟିଲେଟର ଏବଂ ମାନବ ସମ୍ବଳ ସମେତ ହସ୍ପିଟାଲ ଭିତ୍ତିଭୂମିର କାର୍ଯ୍ୟ ପ୍ରସ୍ତୁତି ସୁନିଶ୍ଚିତ କରିବାକୁ କୋଭିଡ ପାଇଁ ଥିବା ବ୍ୟବସ୍ଥାଗୁଡିକର ଅଡିଟ୍ କରିବାକୁ ସେ ରାଜ୍ୟମାନଙ୍କୁ ପରାମର୍ଶ ଦେଇଛନ୍ତି।

ପରୀକ୍ଷା ଏବଂ ଜେନୋମିକ୍ ସିକ୍ୱେନ୍ସିଂ ବଢାଇବାକୁ ପ୍ରଧାନମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟମାନଙ୍କୁ ଜେନୋମ ସିକ୍ୱେନ୍ସିଂ ପାଇଁ ର୍ନିଦ୍ଦିଷ୍ଟ ଆଇଏନଏସଏସିଓଜି ଜେନୋମ ସିକ୍ୱେନ୍ସିଂ ପରୀକ୍ଷାଗାର (ଆଜିଏସଏଲଏସ) ସହିତ ଅଧିକ ସଂଖ୍ୟକ ନମୂନା ପଠାଇବାକୁ କୁହାଯାଇଛି। ଏହା ସଠିକ୍ ସମୟରେ ଏହି ନୂତନ ପ୍ରଜାତିକୁ ଚିହ୍ନଟ କରିପାରିବ, ଯଦି ଏହା ଥାଏ, ତେବେ ଆବଶ୍ୟକ ଅନୁଯାୟୀ ପଦକ୍ଷେପ ଗ୍ରହଣ କରିବା ସହଜ ହେବ।

Related posts