Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଜନଜାତି ପିଲାମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବୋଧନ: ଜୀବନରେ ପ୍ରତିଷ୍ଠା ଲାଭ କର, ତୁମ ସାଥିରେ ଅଛି ମୋ ଆଶୀର୍ବାଦ
ବିଶେଷ ଖବର

ଜନଜାତି ପିଲାମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବୋଧନ: ଜୀବନରେ ପ୍ରତିଷ୍ଠା ଲାଭ କର, ତୁମ ସାଥିରେ ଅଛି ମୋ ଆଶୀର୍ବାଦ

December 23, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସର୍ଗିଫୁଲ ମହୋତ୍ସବର ଉଦ୍‌ଯାପନ ଦିବସରେ ଉଦ୍‌ବୋଧନ ଦେଇ ପ୍ରତିଯୋଗିତାମୂଳକ ମନୋଭାବ ନେଇ ଆଗକୁ ବଢିବାକୁ ପରାମର୍ଶ ଦେଇଛନ୍ତି। SCST ଉନ୍ନୟନ୍ ବିଭାଗ ଅନ୍ତର୍ଗତ ବିଦ୍ୟାଳୟ ସମୂହର ଏହି ଅନନ୍ୟ କାର୍ଯ୍ୟକ୍ରମରେ ପିଲାମାନଙ୍କୁ ପ୍ରେରଣା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ପିଲା କାହା ଠାରୁ କମ୍‌ ନୁହଁ। ପ୍ରତିଯୋଗିତାମୂଳକ ମନୋଭାବ ନେଇ ଆଗକୁ ବଢ ଓ ଜୀବନରେ ପ୍ରତିଷ୍ଠା ଲାଭ କର। ‘ ତୁମେମାନେ ସଫଳତା ପାଇଁ ଉଦ୍ୟମ କର, ମୋ ଆଶୀର୍ବାଦ ତୁମ ସାଥିରେ ଅଛି’ ବୋଲି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଉତ୍ସାହିତ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତୁମମାନଙ୍କ କାର୍ଯ୍ୟକ୍ରମରେ ମୁଁ ପ୍ରତିବର୍ଷ ଯୋଗ ଦେଉଛି ଏବଂ ତୁମ ଖୁସିରେ ମଧ୍ୟ ସାମିଲ ହେଉଛି।

ବିଶିଷ୍ଟ କ୍ରୀଡାବିତ୍‌ ଦିଲ୍ଲୀପ ତିର୍କିଙ୍କ ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସେ ଜଣେ ଓଡିଆ ପୁଅ  ନିଜ ଦକ୍ଷତା ଓ ପରିଶ୍ରମ ଯୋଗୁ ସେ ଭାରତୀୟ ହକି ଟିମ୍‌ର କ୍ୟାପଟେନ୍ ହେବା ସହିତ ଆଜି ହକି ଇଣ୍ଡିଆର ସଭାପତି ମଧ୍ୟ ହୋଇପାରିଛନ୍ତି। ଯୁବ ସମାଜ ପାଇଁ ସେ ଜଣେ ରୋଲ ମଡେଲ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ମାଟ୍ରିକ ପରୀକ୍ଷାରେ କୃତୀତ୍ବର ସହ ସଫଳତା ହାସଲ କରିଥିବା ପିଲାମାନଙ୍କୁ ଓ ଶିକ୍ଷକମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ବିଭିନ୍ନ ସରକାରୀ ହଷ୍ଟେଲରେ ଏବେ ୫ ଲକ୍ଷ ଅନୁସୂଚିତ ଜାତି ଓ ଜନଜାତି ପିଲା ପାଠ ପଢୁଛନ୍ତି। ଡିସେମ୍ବର ୨୦୨୩ ସୁଦ୍ଧା ସେମାନଙ୍କ ପାଇଁ ଆହୁରି ୧୦୦ଟି ହଷ୍ଟେଲ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଅନୁସୂଚିତ ଜାତି ଓ ଜନଜାତି ବିଭାଗର ମନ୍ତ୍ରୀ ଜଗନ୍ନାଥ ସାରକା ତାଙ୍କ ଅଭିଭାଷଣରେ ଜନଜାତି ପିଲା ମାନଙ୍କ ପାଇଁ ବିଭାଗ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସର୍ଗିଫୁଲ ନାମକ ଏକ ସ୍ମରଣିକା ଉନ୍ମୋଚନ କରିଥିଲେ। ଏହାସହିତ ସାମଗ୍ରିକ ଶିକ୍ଷା ଉପରେ ଏକ ପୋଷ୍ଟର ବୁକ୍‌ର ଡିଜିଟାଲ ଲୋକାର୍ପଣ କରିଥିଲେ। ସାମଗ୍ରିକ ଶିକ୍ଷା ସଂପର୍କିତ ଏକ ଭିଡିଓ ଫିଲ୍ମ ମଧ୍ୟ ପ୍ରଦର୍ଶିତ ହୋଇଥିଲା।

ସୂଚନାଯୋଗ୍ୟ ଯେ ସର୍ଗିଫୁଲ ମହୋତ୍ସବ ଦୀର୍ଘ ୧୨ ବର୍ଷ ଧରି ଅନୁଷ୍ଠିତ ହୋଇଆସୁଛି। ଚଳିତ ବର୍ଷର ଉତ୍ସବରେ ୧୨୦୦ ଛାତ୍ରଛାତ୍ରୀ ଓ ୧୭୦ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ। ୨୦୨୧ ଓ ୨୦୨୨ର ହାଇସ୍କୁଲ ପରୀକ୍ଷାରେ କୃତୀତ୍ବ ହାସଲ କରିଥିବା ପିଲାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବିଭିନ୍ନ ପ୍ରତିଯୋଗିତା ଯଥା- ତର୍କ, କୁଇଜ, ବିଜ୍ଞାନ ପ୍ରଦର୍ଶନୀ, ସୃଜନାତ୍ମକ ଲିଖନ, ବାଦ୍ୟଯନ୍ତ୍ର ପ୍ରତିଯୋଗିତା, ଖେଳ ପ୍ରତିଯୋଗିତା ତଥା ଲୋକନୃତ୍ୟ ପ୍ରତିଯୋଗିତାରେ ଉଲ୍ଲେଖନୀୟ କୃତୀତ୍ବ ହାସଲ କରିଥିବା ପିଲାମାନଙ୍କୁ ପୁରସ୍କୃତ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ସ୍ବତନ୍ତ୍ର ବିକାଶ ପରିଷଦର ଉପଦେଷ୍ଟା ପ୍ରଦୀପ ମାଝୀ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ଆର୍‌. ବାଲକ୍ରିଷ୍ଣନ, ଉନ୍ନୟନ କମିଶନର ପି.କେ. ଜେନା ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ ପାଣ୍ଡିଆନ ଉପସ୍ଥିତ ଥିଲେ।

ଅନୁସୂଚିତ ଜାତି ଓ ଜନଜାତି ବିଭାଗର କମିଶନର-ତଥା-ସଚିବ ରୂପାରୋଶନ ସାହୁ ସ୍ବାଗତ ଭାଷଣ ଦେଇଥିଲେ ଏବଂ ATLCର ସଦସ୍ୟ ସଚିବ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ।

ନବୀନ ପଟ୍ଟନାୟକ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026

ରାଜ୍ୟସଭା ନିର୍ବାଚନ: ଅଧିକ ଶକ୍ତିଶାଳୀ ହେଲା ଏନଡିଏ, ଜାଣନ୍ତୁ ଇଣ୍ଡି ମେଣ୍ଟର ସ୍ଥିତି

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026
Latest News

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.