Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଯୁବ ସମାଜ ମଧ୍ୟରେ ଓଡିଆ ଭାଷା ପ୍ରତି ଆଦର ବୃଦ୍ଧି ପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ
ବିଶେଷ ଖବର

ଯୁବ ସମାଜ ମଧ୍ୟରେ ଓଡିଆ ଭାଷା ପ୍ରତି ଆଦର ବୃଦ୍ଧି ପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

December 23, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଓଡିଆ ‘ଭାଷା ଆଇନ’ ପୁସ୍ତକ ଉନ୍ମୋଚନ କରିଛନ୍ତି। ଓଡିଆ ଭାଷା ଆନ୍ଦୋଳନର ଆବାହକ ଶ୍ରୀ ପବିତ୍ର ମହାରଥାଙ୍କ ଦ୍ବାରା ସଂପଦିତ ତଥା ପ୍ରକାଶିତ ଏହି ପୁସ୍ତକରେ ୧୯୪୮ରୁ ୨୦୧୯ ପର୍ଯ୍ୟନ୍ତ ଓଡିଆ ସରକାରୀ ଭାଷା ଆଇନ ପ୍ରସ୍ତାବ ଠାରୁ ଆରମ୍ଭ କରି ସଂଶୋଧିତ ଦଣ୍ଡବିଧାନ ପର୍ଯ୍ୟନ୍ତ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଧେୟକ, ଅଧିନିୟମ, ବିଜ୍ଞପ୍ତି, ନଥି ଓ ଚିଠିପତ୍ର ସ୍ଥାନିତ ହୋଇଛି। ପୁସ୍ତକଟିରେ ସମୁଦାୟ ୨୦ଟି ବିଷୟ ସ୍ଥାନିତ ହୋଇଛି।

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପୁସ୍ତକଟିକୁ ଉନ୍ମୋଚନ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଭାଷା ହେଉଛି ଗୋଟିଏ ଜାତିର ଶ୍ରେଷ୍ଠ ସଂପଦ ଓ ସବୁଠାରୁ ବଡ ପରିଚୟ। ଓଡିଆ ଭାଷା ବହୁ ପୁରୁଣା ଭାଷା ଏବଂ ଓଡିଆ ଭାଷାକୁ ନେଇ ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ, ଓଡିଶା ଗଠିତ ହୋଇଥିଲା। ଯୁବ ସମାଜ ମଧ୍ୟରେ ଓଡିଆ ଭାଷା ପ୍ରତି ଆଦର ବୃଦ୍ଧି ପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

୨୦୩୬ରେ ସ୍ବତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପାଳନ କରାଯିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଭାଷାର ସୁରକ୍ଷା ଓ ପ୍ରଚାର ପ୍ରସାର ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି ଏବଂ ଆଗକୁ ମଧ୍ୟ ନିଆଯିବ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ପ୍ରକାଶକ ସରୋଜ ବଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଭାଷା ଆନ୍ଦୋଳନର ଆବାହକ ପବିତ୍ର ମହାରଥା ଧନ୍ୟବାଦ ଅର୍ପଣ କରିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ଆର. ବାଲକ୍ରିଷ୍ଣନ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ଉନ୍ନୟନ କମିଶନର ପି.କେ. ଜେନା ଉପସ୍ଥିତ ଥିଲେ।

ବିଶିଷ୍ଟ ଭାଷାବିତ୍‌ ଡଃ ଦେବୀ ପ୍ରସନ୍ନ ପଟ୍ଟନାୟକ, ଡଃ ଭଗବାନ ପ୍ରକାଶ, ପ୍ରମେୟର ସଂପାଦକ ଗୋପାଳ ମହାପାତ୍ର, ପ୍ରଗତୀବାଦୀର ସଂପାଦକ ବିରୁପାକ୍ଷ ତ୍ରିପାଠୀ ଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ।

ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ
Share. Facebook Twitter LinkedIn Email WhatsApp Copy Link

Related Posts

Reliance Foundation: କ୍ରୀଡା କ୍ଷେତ୍ରକୁ ପ୍ରୋତ୍ସାହନ ପାଇଁ ରିଲାଏନ୍ସ ଫାଉଣ୍ଡେସନ୍ ପୁରସ୍କୃତ

November 22, 2025

India International Trade Fair: ଓଡ଼ିଶା ରାଜ୍ୟ ଦିବସ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

November 22, 2025

ଭାଙ୍ଗିଲା G-20 ଶିଖର ସମ୍ମିଳନୀ ପରମ୍ପରା, ଆମେରିକା ବୟକଟ ସତ୍ତ୍ୱେ ଗୃହୀତ ହେଲା ପ୍ରସ୍ତାବ; ଟ୍ରମ୍ପଙ୍କୁ ଦୃଢ଼ ବାର୍ତ୍ତା 

November 22, 2025

ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଝିଅ ବାହାଘର ଆଜି, କିଏ ସେହି ବର, କଣ କରନ୍ତି ତାଙ୍କ ଜ୍ବାଇଁ

November 22, 2025
Latest News

ସାମାଜିକ ସୁରକ୍ଷା ସଂହିତା, ୨୦୨୦: ସାର୍ବଜନୀନ ଏବଂ ଅନ୍ତର୍ଭୁକ୍ତ ସାମାଜିକ ସୁରକ୍ଷା ଦୃଷ୍ଟିକୋଣ

November 22, 2025

Reliance Foundation: କ୍ରୀଡା କ୍ଷେତ୍ରକୁ ପ୍ରୋତ୍ସାହନ ପାଇଁ ରିଲାଏନ୍ସ ଫାଉଣ୍ଡେସନ୍ ପୁରସ୍କୃତ

November 22, 2025

ଡିସେମ୍ବର ୨ରୁ କାଶୀ ତାମିଲ ସଙ୍ଗମମ ୪.୦

November 22, 2025

India International Trade Fair: ଓଡ଼ିଶା ରାଜ୍ୟ ଦିବସ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

November 22, 2025

ଭାଙ୍ଗିଲା G-20 ଶିଖର ସମ୍ମିଳନୀ ପରମ୍ପରା, ଆମେରିକା ବୟକଟ ସତ୍ତ୍ୱେ ଗୃହୀତ ହେଲା ପ୍ରସ୍ତାବ; ଟ୍ରମ୍ପଙ୍କୁ ଦୃଢ଼ ବାର୍ତ୍ତା 

November 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.