Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଯୁବ ସମାଜ ମଧ୍ୟରେ ଓଡିଆ ଭାଷା ପ୍ରତି ଆଦର ବୃଦ୍ଧି ପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ
ବିଶେଷ ଖବର

ଯୁବ ସମାଜ ମଧ୍ୟରେ ଓଡିଆ ଭାଷା ପ୍ରତି ଆଦର ବୃଦ୍ଧି ପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

December 23, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଓଡିଆ ‘ଭାଷା ଆଇନ’ ପୁସ୍ତକ ଉନ୍ମୋଚନ କରିଛନ୍ତି। ଓଡିଆ ଭାଷା ଆନ୍ଦୋଳନର ଆବାହକ ଶ୍ରୀ ପବିତ୍ର ମହାରଥାଙ୍କ ଦ୍ବାରା ସଂପଦିତ ତଥା ପ୍ରକାଶିତ ଏହି ପୁସ୍ତକରେ ୧୯୪୮ରୁ ୨୦୧୯ ପର୍ଯ୍ୟନ୍ତ ଓଡିଆ ସରକାରୀ ଭାଷା ଆଇନ ପ୍ରସ୍ତାବ ଠାରୁ ଆରମ୍ଭ କରି ସଂଶୋଧିତ ଦଣ୍ଡବିଧାନ ପର୍ଯ୍ୟନ୍ତ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଧେୟକ, ଅଧିନିୟମ, ବିଜ୍ଞପ୍ତି, ନଥି ଓ ଚିଠିପତ୍ର ସ୍ଥାନିତ ହୋଇଛି। ପୁସ୍ତକଟିରେ ସମୁଦାୟ ୨୦ଟି ବିଷୟ ସ୍ଥାନିତ ହୋଇଛି।

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପୁସ୍ତକଟିକୁ ଉନ୍ମୋଚନ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଭାଷା ହେଉଛି ଗୋଟିଏ ଜାତିର ଶ୍ରେଷ୍ଠ ସଂପଦ ଓ ସବୁଠାରୁ ବଡ ପରିଚୟ। ଓଡିଆ ଭାଷା ବହୁ ପୁରୁଣା ଭାଷା ଏବଂ ଓଡିଆ ଭାଷାକୁ ନେଇ ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ, ଓଡିଶା ଗଠିତ ହୋଇଥିଲା। ଯୁବ ସମାଜ ମଧ୍ୟରେ ଓଡିଆ ଭାଷା ପ୍ରତି ଆଦର ବୃଦ୍ଧି ପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

୨୦୩୬ରେ ସ୍ବତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପାଳନ କରାଯିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଭାଷାର ସୁରକ୍ଷା ଓ ପ୍ରଚାର ପ୍ରସାର ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି ଏବଂ ଆଗକୁ ମଧ୍ୟ ନିଆଯିବ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ପ୍ରକାଶକ ସରୋଜ ବଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଭାଷା ଆନ୍ଦୋଳନର ଆବାହକ ପବିତ୍ର ମହାରଥା ଧନ୍ୟବାଦ ଅର୍ପଣ କରିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ଆର. ବାଲକ୍ରିଷ୍ଣନ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ଉନ୍ନୟନ କମିଶନର ପି.କେ. ଜେନା ଉପସ୍ଥିତ ଥିଲେ।

ବିଶିଷ୍ଟ ଭାଷାବିତ୍‌ ଡଃ ଦେବୀ ପ୍ରସନ୍ନ ପଟ୍ଟନାୟକ, ଡଃ ଭଗବାନ ପ୍ରକାଶ, ପ୍ରମେୟର ସଂପାଦକ ଗୋପାଳ ମହାପାତ୍ର, ପ୍ରଗତୀବାଦୀର ସଂପାଦକ ବିରୁପାକ୍ଷ ତ୍ରିପାଠୀ ଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ।

ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ
Share. Facebook Twitter LinkedIn Email WhatsApp Copy Link

Related Posts

ସତରେ କ’ଣ ଖୁବ୍ ଶୀଘ୍ର ଆସିବ ଲକଡାଉନ୍?: ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବଢିଲା ଚର୍ଚ୍ଚା

March 26, 2026

ସେହି ପାଞ୍ଚ “ବନ୍ଧୁ” ଦେଶ କିଏ?: ଯାହାଙ୍କ ପାଇଁ ଖୋଲାଅଛି ହରମୁଜ୍

March 26, 2026

ଆଜି ଲିଙ୍ଗରାଜ ମହାପ୍ରଭୁଙ୍କ ରୂକୁଣା ରଥଯାତ୍ରା: ଜାଣନ୍ତୁ ଏହାର ପ୍ରଥା ଓ ପରମ୍ପରା

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026
Latest News

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026

ସତରେ କ’ଣ ଖୁବ୍ ଶୀଘ୍ର ଆସିବ ଲକଡାଉନ୍?: ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବଢିଲା ଚର୍ଚ୍ଚା

March 26, 2026

ଆଜି ପ୍ରଭୃ ଲିଙ୍ଗରାଜଙ୍କ ରଥଯାତ୍ରା: ଜାଣନ୍ତୁ କେଉଁ ସମୟରେ ଆରମ୍ଭ ହେବ ରଥଟଣା?

March 26, 2026

ସେହି ପାଞ୍ଚ “ବନ୍ଧୁ” ଦେଶ କିଏ?: ଯାହାଙ୍କ ପାଇଁ ଖୋଲାଅଛି ହରମୁଜ୍

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.