Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟ ଶାସନ ସଚିବଙ୍କ ପୁରୀ ଜିଲ୍ଲା ଗସ୍ତ ଓ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ସମୀକ୍ଷା
ବିଶେଷ ଖବର

ମୁଖ୍ୟ ଶାସନ ସଚିବଙ୍କ ପୁରୀ ଜିଲ୍ଲା ଗସ୍ତ ଓ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ସମୀକ୍ଷା

December 28, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ପୁରୀ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ସ୍ୱତନ୍ତ୍ର ପ୍ରଦକ୍ଷଣଗୃହ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଜିଲ୍ଲାରେ ଯାରି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ସଂପୃକ୍ତ ବରିଷ୍ଠ ଅଧିକାରୀମାନଙ୍କ ସହ ଶ୍ରୀ ମହାପାତ୍ର ଆଲୋଚନା କରିଛନ୍ତି।

ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ, ଅବଢ଼ା ଯୋଜନା ଅନ୍ତର୍ଗତ ଶ୍ୱେତଗଙ୍ଗା, ମାର୍କଣ୍ଡ, ନରେନ୍ଦ୍ର ଓ ଇନ୍ଦ୍ରଦ୍ୟୁମ୍ନ ଐତିହ୍ୟ ସଂପର୍ଣ୍ଣ ତୀର୍ଥ ପୁଷ୍କରଣୀ ଗୁଡିକର ଉନ୍ନତିକରଣ, ମୋଚିସାହି ସ୍ଥିତ ମହୋଦଧି ମାର୍କେଟ କମ୍ପ୍ଲେକ୍ସ ଓ ବଡଦାଣ୍ଡ ସ୍ଥିତ ମ୍ୟୁନିସପାଲଟି ମାର୍କେଟ କମ୍ପ୍ଲେକ୍ସ, ଜେଲ ରୋଡ ସ୍ଥିତ ବହୁତଳ ପାର୍କିଂ ବ୍ୟବସ୍ଥା, ଓଡ଼ିଆ ବିଶ୍ୱବିଦ୍ୟାଳୟ, ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଜନ୍ମ ପୀଠର ଉନ୍ନତିକରଣ, ଜିଲ୍ଲାର ବିଭିନ୍ନ ବ୍ଲକରେ ବିଜୁପଟ୍ଟନାୟକ ଇନଣ୍ଡୋର ଷ୍ଟାଡିୟମ୍ ଏବଂ ଆଦର୍ଶ ବିଦ୍ୟାଳୟ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ସହ କାର୍ଯ୍ୟ ତ୍ୱରାନିତ୍ୱ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି।

ଏହା ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଅବଢ଼ା ଯୋଜନା ଅନ୍ତର୍ଗତ ଜଗନ୍ନାଥବଲ୍ଲଭ ପାର୍କିଂ ସ୍ଥଳୀ, ପ୍ରାୟ ୧୯୦ କୋଟି ଟଙ୍କା ଅଟକଳରେ ନିର୍ମାଣଧୀନ ଶ୍ରୀ ସେତୁ ପ୍ରକଳ୍ପ, ପ୍ରାୟ ୧୩୩ କୋଟି ଟଙ୍କା ଅଟକଳରେ ମୂଶା ନଦୀର ଦୁଇ ପର୍ଯ୍ୟାୟ ସଂପ୍ରସାରଣ କାର୍ଯ୍ୟ, ୧୮୦ କୋଟି ଟଙ୍କାରେ ନିର୍ମାଣ କରାଯାଉଥିବା ସମଙ୍ଗସ୍ଥିତ ପ୍ରଦର୍ଶନୀ ତଥା ପାର୍କିଂ ଏରିନା, ହବିଷ୍ୟାଳୀ ଆଶ୍ରୟସ୍ଥଳୀ- ବୃନ୍ଦାବତୀ ନିବାସ, ନିର୍ମାଣଧିନ ଶ୍ରୀଜଗନ୍ନାଥ ଷ୍ଟାଡିୟମ୍ ପରିଦର୍ଶନ କରି ଅଧିକାରୀମାନଙ୍କ ସହ କ୍ଷେତ୍ରସ୍ତରୀୟ ସମୀକ୍ଷା କରିଛନ୍ତି। ପ୍ରକଳ୍ପଗୁଡିକର ଅଗ୍ରଗତି ସଂପର୍କରେ ଅବଗତ ହେବା ସହ କାର୍ଯ୍ୟ ତ୍ୱରାନିତ୍ୱ ନିମନ୍ତେ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ।

ଏହି ଗସ୍ତ କାର୍ଯ୍ୟକ୍ରମ ସମୟରେ ଜିଲ୍ଲାପାଳ ସମର୍ଥ ବର୍ମା,ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) କୈଳାସ ଚନ୍ଦ୍ର ନାୟକ, ଉପଜିଲ୍ଲାପାଳ ଭବତାରଣ ସାହୁ, ପୌରନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ୱାଇଁ, ଡେପୁଟି କଲେକ୍ଟର ରାକେଶ କୁମାର ପଣ୍ଡା, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଅଜିତ କୁମାର ମହାପାତ୍ର, ସିଡିଏମଓ ଡା ସୁଜାତା ମିଶ୍ର, ଓବିସିସି ଜିଏମ ପ୍ରଭାତ କୁମାର ପାଣିଗ୍ରାହୀ ଏବଂ ଶ୍ରୀଧର ରାଉତ ପ୍ରମୁଖ ଉପସ୍ଥିତ ଥିଲେ।

ମୁଖ୍ୟ ଶାସନ ସଚିବ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ସୁରେଶ ଚନ୍ଦ୍ର ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେଦରଲ୍ୟାଣ୍ଡ ଗସ୍ତ ସମ୍ପର୍କରେ ଭାରତ-ନେଦରଲ୍ୟାଣ୍ଡ ମିଳିତ ବିବୃତ୍ତି

May 18, 2026

ଜାତୀୟ ପଞ୍ଚାୟତ ପୁରସ୍କାର ପାଇଁ ଓଡ଼ିଶାର ୫ ଟି ପଞ୍ଚାୟତ ମନୋନୀତ, ଜାଣନ୍ତୁ କିଏ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026
Latest News

ଦ୍ରୁତଗାମୀ ଟ୍ରକ୍ ଏବଂ ଟାଟା ମ୍ୟାଜିକ୍ ଭ୍ୟାନ ମୁହାଁମୁହିଁ ଧକ୍କା : ୯ ମୃତ

May 18, 2026

ତେଲ ନେଲା ଜୀବନ

May 18, 2026

କୋର କମିଟି ବୈଠକରେ ନୀତିନ ନବୀନ

May 18, 2026

ଆଜି ଶପଥ ନେବେ ଭି.ଡି. ସତିସନ୍

May 18, 2026

ଜଗମରା ଫୁଡ କୋର୍ଟରେ ଅଗ୍ନିକାଣ୍ଡ

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.