Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡ଼ିଶା ରାଜ୍ୟ ସଂଗ୍ରହାଳୟକୁ ବିଶ୍ୱସ୍ତରୀୟ କରିବାକୁ ପ୍ରୟାସ ଆରମ୍ଭ
ବିଶେଷ ଖବର

ଓଡ଼ିଶା ରାଜ୍ୟ ସଂଗ୍ରହାଳୟକୁ ବିଶ୍ୱସ୍ତରୀୟ କରିବାକୁ ପ୍ରୟାସ ଆରମ୍ଭ

December 29, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
State Museum
ଓଡ଼ିଶା ରାଜ୍ୟ ସଂଗ୍ରହାଳୟକୁ ବିଶ୍ୱସ୍ତରୀୟ କରିବାକୁ ପ୍ରୟାସ ଆରମ୍ଭ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ୯୦ ବର୍ଷ ପୂର୍ତ୍ତି ଉତ୍ସବ ଆଜି ଅପରାହ୍ନରେ
ସଂଗ୍ରହାଳୟରେ ଅନୁଷ୍ଠିତ ହୋଇଯାଇଛି l ଉତ୍ସବରେ ଉଦ୍ଘାଟକ ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଯୋଗଦେଇ ଉଦଘାଟନ କରିଥିଲେ। ଓଡ଼ିଶା ରାଜ୍ୟ ସଂଗ୍ରହାଳୟକୁ କିପରି ଭାବରେ ବିଶ୍ଵସ୍ତରୀୟ ସଂଗ୍ରହାଳୟରେ ପରିଣତ କରାଯାଇପାରିବ, ସେ ସମ୍ବନ୍ଧରେ ଅତିରିକ୍ତ ମୁଖ୍ୟଶାସନ ସଚିବ ଆଲୋକପାତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜାତୀୟ ସ୍ମାରକୀ ପ୍ରାଧିକରଣର ଅଧ୍ୟକ୍ଷ ପ୍ରଫେସର କିଶୋର କୁମାର ବାସା ଯୋଗଦାନ କରିଥିଲେ। ସମ୍ମାନିତ ଅତିଥି ଭାବେ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ଶ୍ରୀ ରଞ୍ଜନ କୁମାର ଦାସ ଯୋଗଦେଇ ରାଜ୍ୟ ସଂଗ୍ରହାଳୟର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ସମ୍ବନ୍ଧରେ ତଥ୍ୟ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓଡିଶା ରାଜ୍ୟ ସଂଗ୍ରହାଳୟର ଅଧିକ୍ଷକ ଭାଗ୍ୟଲିପି ମଲ୍ଲ ଉପସ୍ଥିତ ଥିଲେ।

ଏହି ଉପଲକ୍ଷେ ସଂଗ୍ରହାଳୟରେ ଟେରାକୋଟା ପ୍ରଦର୍ଶନୀ ” ସଂସ୍କୃତି ଯାତ୍ରା ” ଉଦଘାଟିତ ହୋଇଥିଲା ଏବଂ ବରିଷ୍ଠ ନାଗରିକ ବିଶ୍ରାମ କକ୍ଷ ଲୋକାର୍ପିତ ହୋଇଥିଲା। ଆହୁରି ମଧ୍ୟ ଓଡିଶା ଐତିହ୍ୟ ଜର୍ଣ୍ଣାଲ ଓ ପ୍ରତ୍ନତତ୍ତ୍ୱ କାଟଲଗ ଏବଂ ପାଇକ ବିଦ୍ରୋହର ଇଂରାଜୀ ଭାଷାନ୍ତର ଉନ୍ମୋଚିତ ହୋଇଥିଲା। ପରିଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଗଞ୍ଜାମର ପୁରାତନ ନାଟକ “ପ୍ରହଲ୍ଲାଦ ” ପରିବେଷିତ ହୋଇଥିଲା।

ଏହି ଅବସରରେ ଏଠାରେ ଦଶ ଜଣ ଜାତୀୟ ସ୍ତରର ଚିତ୍ରଶିଳ୍ପୀଙ୍କୁ ନେଇ ଏକ ଚିତ୍ରକଳା ଶିବିର ଆୟୋଜିତ ହୋଇଥିଲା। ୯୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଆଜି ରାଜ୍ୟ ସଂଗ୍ରହାଳୟକୁ ପ୍ରବେଶ ଦେୟମୁକ୍ତ ଥିବାରୁ ଏଠାକୁ ପ୍ରାୟ ଦଶ ହଜାରରୁ ଊର୍ଦ୍ଧ୍ଵ ଦର୍ଶକ ପରିଭ୍ରମଣ କରି ବିଭିନ୍ନ ଗ୍ୟାଲେରୀ ବୁଲି ଦେଖିଥିଲେ।

State Museum ଓଡ଼ିଶା ରାଜ୍ୟ ସଂଗ୍ରହାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରା-୨୦୨୬ ପ୍ରସ୍ତୁତି ସଂପର୍କିତ ୪ର୍ଥ ବୈଠକ ଅନୁଷ୍ଠିତ

April 25, 2026

ବିଧାନସଭାର ସ୍ୱତନ୍ତ୍ର ଅଧିବେଶନକୁ କଟାକ୍ଷ କଲେ ଅରୁଣ

April 25, 2026

ବାଇକକୁ ଧକ୍କା ଦେଲା ଆମ ବସ

April 25, 2026

ଗାଡ଼ି ପାର୍କିଂକୁ ନେଇ ରାଜଧାନୀରେ ବୁଲିଲା ଖଣ୍ଡା

April 25, 2026
Latest News

ପିଠି ଯନ୍ତ୍ରଣାରେ ପୀଡିତ କି ? ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ

April 26, 2026

ଆଜି ଏପ୍ରିଲ ୨୬ ତାରିଖ ରବିବାର, କେମିତି ରହିବ ଆଜିର ଦିନ

April 26, 2026

ରଥଯାତ୍ରା-୨୦୨୬ ପ୍ରସ୍ତୁତି ସଂପର୍କିତ ୪ର୍ଥ ବୈଠକ ଅନୁଷ୍ଠିତ

April 25, 2026

ପୁଣି ଶାନ୍ତି ଆଲୋଚନା ବିଫଳ

April 25, 2026

ପୁଣି ମଣିପୁର ଅଶାନ୍ତ

April 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.