Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭୁବନେଶ୍ବରର ଶିଖରଚଣ୍ଡୀ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଖର୍ଚ୍ଚ ହେବ ୨୫ କୋଟି
ବିଶେଷ ଖବର

ଭୁବନେଶ୍ବରର ଶିଖରଚଣ୍ଡୀ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଖର୍ଚ୍ଚ ହେବ ୨୫ କୋଟି

January 3, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
Sikharchandi
ଭୁବନେଶ୍ବରର ଶିଖରଚଣ୍ଡୀ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଖର୍ଚ୍ଚ ହେବ ୨୫ କୋଟି

ଭୁବନେଶ୍ବର: ଶିଖରଚଣ୍ଡୀ ମନ୍ଦିର ଓ ଏହାର ପାରିପାର୍ଶ୍ବିକ ଅଞ୍ଚଳର ଉନ୍ନୟନ କରାଯାଇ ଏହାକୁ ଭୁବନେଶ୍ବର ସହରର ଅନ୍ୟତମ ଆକର୍ଷଣ କେନ୍ଦ୍ର ଭାବରେ ବିକଶିତ କରାଯିବ। ୫୩.୬୪ ଏକର ଅଞ୍ଚଳରେ ଏହି ଉନ୍ନତି କାର୍ଯ୍ୟ କରାଯିବ ଏବଂ ଏଥିପାଇଁ ୨୫ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏହି ମାଷ୍ଟରପ୍ଲାନକୁ ଅନୁମୋଦନ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ଗତ କିଛି ଦିନ ତଳେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରି ଏହାର ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଉନ୍ନୟନ ଯୋଜନାକୁ ପରିବେଶ ଉପଯୋଗୀ କରିବାପାଇଁ ସେ ପରାମର୍ଶ ଦେଇଥିଲେ।

ଆଜି ସଂଧ୍ୟାରେ ଅନୁଷ୍ଠିତ ଏକ ବୈଠକରେ ବିଡିଏର ଉପାଧ୍ୟକ୍ଷ ଶ୍ରୀ ବଲବନ୍ତ ସିଂହ ଏଥିପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନ ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ। ଏହି ଯୋଜନା ଅନୁଯାୟୀ ମନ୍ଦିର ଓ ଏହାର ଆଖପାଖ ଅଞ୍ଚଳର ୫୩.୬୪ ଏକର ଜମିରେ ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯିବ। ବିଡିଏ ଏହି ଉନ୍ନୟନ କାର୍ଯ୍ୟ କରିବା ସହିତ ଆଗକୁ ମଧ୍ୟ ଏହି ଅଞ୍ଚଳର ପରିଚାଳନା ଦାୟିତ୍ବ ଗ୍ରହଣ କରିବ।

ମାଷ୍ଟରପ୍ଲାନ ଅନୁଯାୟୀ ସମୁଦାୟ ଅଞ୍ଚଳକୁ ୪ଟି ଜୋନ୍‌ରେ ବିଭକ୍ତ କରାଯାଇଛି। ଜୋନ୍‌-୧ରେ ପାର୍କିଂ, ସାଧାରଣ ଲୋକଙ୍କ କ୍ରୀଡା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ ସ୍ଥାନର ଉନ୍ନତିକରଣ ଓ ଅନ୍ୟାନ୍ୟ ସୁବିଧାର ବିକାଶ କରାଯିବ। ଜୋନ୍‌-୨ରେ ଭିୟୁ ପଏଣ୍ଟ ଓ ଟ୍ରେକିଂ ରୁଟ ରହିବ। ଜୋନ-୩ ଓ ୪ ରେ ମନୋରଞ୍ଜନ ମୂଳକ କାର୍ଯ୍ୟପାଇଁ ଭିତ୍ତିଭୂମି, କମ୍ୟୁନିଟି ସେଣ୍ଟର, ମୁଖ୍ୟ ମନ୍ଦିରର ଉନ୍ନତିକରଣ, ଦୋକାନ ଗୃହ ଓ ଅନ୍ୟାନ୍ୟ ସୁବିଧାର ବ୍ୟବସ୍ଥା କରାଯିବ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଏହି ବୈଠକ ପରିଚାଳନା କରିଥିଲେ ।

ଭୁବନେଶ୍ବର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ଶିଖରଚଣ୍ଡୀ ଆଞ୍ଚଳିକ ସେବା ସଂଘର ସଭାପତି ଶ୍ରୀ କ୍ଷୀତିଶ ତ୍ରିପାଠୀ ଓ ମନ୍ଦିର ପୂଜକ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି କହିଥିଲେ ଯେ ଶିଖରଚଣ୍ଡୀ ମନ୍ଦିରର ଉନ୍ନୟନ ସ୍ଥାନୀୟ ଜନତାଙ୍କର ବହୁ ଦିନର ଆଶା ଥିଲା। ଆଜି ମୁଖ୍ୟମନ୍ତ୍ରୀ ତାକୁ ପୂରଣ କରିଛନ୍ତି। ଏଥିପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ।

ବୈଠକରେ ଭୁବନେଶ୍ବର ମେୟର ଶ୍ରୀମତୀ ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଏବଂ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଓ ପ୍ରମୁଖ ସଚିବ ମାନେ ଯୋଗ ଦେଇଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

‘ଭାରତ ନୁହେଁ, ଏହି ଦେଶ ଉପରେ ଲାଗିବ ୫୦୦% ଶୁଳ୍କ’: ଆମେରିକାର ଅର୍ଥ ସଚିବଙ୍କ ବଡ଼ ଖୁଲାସା

January 21, 2026

ଏହି ଦିନ ଚାଷୀଙ୍କୁ ମିଳିବ ପିଏମ କିଷାନ ଯୋଜନାର ୨୨ ତମ କିସ୍ତି: ଜାଣନ୍ତୁ ତାଜା ଅପଡେଟ୍

January 21, 2026

ଗ୍ରାମ୍ୟ ଉନ୍ନୟନ ବିଭାଗର ସମୀକ୍ଷା ବୈଠକ, ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ ସମାପ୍ତି ପାଇଁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

January 21, 2026

ଭାରତ ସହିତ FTA କୁ ନେଇ ଇୟୁ ମୁଖ୍ୟଙ୍କ ବଡ ବୟାନ: ଡୋନାଲ୍ଡ ଟ୍ରମ୍ପଙ୍କୁ ବଡ଼ ଝଟକା

January 21, 2026
Latest News

ଆଜିଠାରୁ ସ୍ମାର୍ଟ ବଜାରର ‘ଫୁଲ ପଇସା ଅସୁଲ ସେଲ୍‌’ ଆରମ୍ଭ

January 21, 2026

ନାସାରୁ ଅବସର ନେଲେ ସୁନିତା ୱିଲିୟମ୍ସ: ଜାଣନ୍ତୁ ସେ ଏବେ କେତେ ପାଇବେ ପେନସନ?

January 21, 2026

ଡବ୍ଲୁପିଏଲରେ ପଦାର୍ପଣ କଲେ ସବୁଠାରୁ କମ୍ ବୟସର ଖେଳାଳି: ଜାଣନ୍ତୁ ସେ କିଏ?

January 21, 2026

ଉଡ଼ାଣର କିଛି ସମୟ ପରେ ଟ୍ରମ୍ପଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି: ଯାତ୍ରା ବାତିଲ ହେବ କି ସ୍ୱିଜରଲ୍ୟାଣ୍ଡ ଯାତ୍ରା?

January 21, 2026

‘ଭାରତ ନୁହେଁ, ଏହି ଦେଶ ଉପରେ ଲାଗିବ ୫୦୦% ଶୁଳ୍କ’: ଆମେରିକାର ଅର୍ଥ ସଚିବଙ୍କ ବଡ଼ ଖୁଲାସା

January 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.