Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭୁବନେଶ୍ବରର ଶିଖରଚଣ୍ଡୀ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଖର୍ଚ୍ଚ ହେବ ୨୫ କୋଟି
ବିଶେଷ ଖବର

ଭୁବନେଶ୍ବରର ଶିଖରଚଣ୍ଡୀ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଖର୍ଚ୍ଚ ହେବ ୨୫ କୋଟି

January 3, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
Sikharchandi
ଭୁବନେଶ୍ବରର ଶିଖରଚଣ୍ଡୀ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଖର୍ଚ୍ଚ ହେବ ୨୫ କୋଟି

ଭୁବନେଶ୍ବର: ଶିଖରଚଣ୍ଡୀ ମନ୍ଦିର ଓ ଏହାର ପାରିପାର୍ଶ୍ବିକ ଅଞ୍ଚଳର ଉନ୍ନୟନ କରାଯାଇ ଏହାକୁ ଭୁବନେଶ୍ବର ସହରର ଅନ୍ୟତମ ଆକର୍ଷଣ କେନ୍ଦ୍ର ଭାବରେ ବିକଶିତ କରାଯିବ। ୫୩.୬୪ ଏକର ଅଞ୍ଚଳରେ ଏହି ଉନ୍ନତି କାର୍ଯ୍ୟ କରାଯିବ ଏବଂ ଏଥିପାଇଁ ୨୫ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏହି ମାଷ୍ଟରପ୍ଲାନକୁ ଅନୁମୋଦନ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ଗତ କିଛି ଦିନ ତଳେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରି ଏହାର ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଉନ୍ନୟନ ଯୋଜନାକୁ ପରିବେଶ ଉପଯୋଗୀ କରିବାପାଇଁ ସେ ପରାମର୍ଶ ଦେଇଥିଲେ।

ଆଜି ସଂଧ୍ୟାରେ ଅନୁଷ୍ଠିତ ଏକ ବୈଠକରେ ବିଡିଏର ଉପାଧ୍ୟକ୍ଷ ଶ୍ରୀ ବଲବନ୍ତ ସିଂହ ଏଥିପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନ ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ। ଏହି ଯୋଜନା ଅନୁଯାୟୀ ମନ୍ଦିର ଓ ଏହାର ଆଖପାଖ ଅଞ୍ଚଳର ୫୩.୬୪ ଏକର ଜମିରେ ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯିବ। ବିଡିଏ ଏହି ଉନ୍ନୟନ କାର୍ଯ୍ୟ କରିବା ସହିତ ଆଗକୁ ମଧ୍ୟ ଏହି ଅଞ୍ଚଳର ପରିଚାଳନା ଦାୟିତ୍ବ ଗ୍ରହଣ କରିବ।

ମାଷ୍ଟରପ୍ଲାନ ଅନୁଯାୟୀ ସମୁଦାୟ ଅଞ୍ଚଳକୁ ୪ଟି ଜୋନ୍‌ରେ ବିଭକ୍ତ କରାଯାଇଛି। ଜୋନ୍‌-୧ରେ ପାର୍କିଂ, ସାଧାରଣ ଲୋକଙ୍କ କ୍ରୀଡା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ ସ୍ଥାନର ଉନ୍ନତିକରଣ ଓ ଅନ୍ୟାନ୍ୟ ସୁବିଧାର ବିକାଶ କରାଯିବ। ଜୋନ୍‌-୨ରେ ଭିୟୁ ପଏଣ୍ଟ ଓ ଟ୍ରେକିଂ ରୁଟ ରହିବ। ଜୋନ-୩ ଓ ୪ ରେ ମନୋରଞ୍ଜନ ମୂଳକ କାର୍ଯ୍ୟପାଇଁ ଭିତ୍ତିଭୂମି, କମ୍ୟୁନିଟି ସେଣ୍ଟର, ମୁଖ୍ୟ ମନ୍ଦିରର ଉନ୍ନତିକରଣ, ଦୋକାନ ଗୃହ ଓ ଅନ୍ୟାନ୍ୟ ସୁବିଧାର ବ୍ୟବସ୍ଥା କରାଯିବ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଏହି ବୈଠକ ପରିଚାଳନା କରିଥିଲେ ।

ଭୁବନେଶ୍ବର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ଶିଖରଚଣ୍ଡୀ ଆଞ୍ଚଳିକ ସେବା ସଂଘର ସଭାପତି ଶ୍ରୀ କ୍ଷୀତିଶ ତ୍ରିପାଠୀ ଓ ମନ୍ଦିର ପୂଜକ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି କହିଥିଲେ ଯେ ଶିଖରଚଣ୍ଡୀ ମନ୍ଦିରର ଉନ୍ନୟନ ସ୍ଥାନୀୟ ଜନତାଙ୍କର ବହୁ ଦିନର ଆଶା ଥିଲା। ଆଜି ମୁଖ୍ୟମନ୍ତ୍ରୀ ତାକୁ ପୂରଣ କରିଛନ୍ତି। ଏଥିପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ।

ବୈଠକରେ ଭୁବନେଶ୍ବର ମେୟର ଶ୍ରୀମତୀ ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଏବଂ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଓ ପ୍ରମୁଖ ସଚିବ ମାନେ ଯୋଗ ଦେଇଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026
Latest News

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ଭଲ ଖବର

March 18, 2026

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.