Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡ଼ିଶା ବିଧାନସଭା ସଂଖ୍ୟାଲଘୁ ଭାଷାଭାଷୀ ଗୃହ କମିଟିର ବସିଲା ପ୍ରଥମ ବୈଠକ
ବିଶେଷ ଖବର

ଓଡ଼ିଶା ବିଧାନସଭା ସଂଖ୍ୟାଲଘୁ ଭାଷାଭାଷୀ ଗୃହ କମିଟିର ବସିଲା ପ୍ରଥମ ବୈଠକ

January 3, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
HouseCommitte
ବସିଲା ଓଡ଼ିଶା ବିଧାନସଭା ସଂଖ୍ୟାଲଘୁ ଭାଷାଭାଷୀ ଗୃହ କମିଟିର ପ୍ରଥମ ବୈଠକ

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଓଡ଼ିଶା ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ମାନ୍ୟବର ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ପ୍ରଦେଶର ଉପାନ୍ତ ଅଞ୍ଚଳ ଏବଂ ଅନ୍ୟାନ୍ୟ ଓଡ଼ିଆଭାଷୀ ଅଞ୍ଚଳଗୁଡ଼ିକରେ ଓଡ଼ିଆ ଭାଷା ଓ ସଂସ୍କୃତିର ସୁରକ୍ଷା ଓ ପ୍ରଚାରପ୍ରସାର ନିମନ୍ତେ ସଂଖ୍ୟାଲଘୁ ଭାଷାଭାଷୀ ଗୃହ କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଓଡ଼ିଆ, ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମ ଓ ପଦକ୍ଷେପ ନେଇ ଏହି ବୈଠକରେ ଆଲୋଚନା ହୋଇଯାଇଛି।

କମିଟିର ସଦସ୍ୟମାନେ ବୈଠକରେ ପଡ଼ୋଶୀ ଓଡ଼ିଆ ଭାଷାଭାଷୀ ଅଞ୍ଚଳରେ ଭାଷା-ସଂସ୍କୃତିର ସୁରକ୍ଷା ଦିଗରେ ରହିଥିବା ସମସ୍ୟାଗୁଡ଼ିକ ବାବଦରେ ବିଭାଗୀୟ ଅଧିକାରୀମାନଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଏହାର ପ୍ରତିକାର ପାଇଁ ସ୍ୱତନ୍ତ୍ର ଧ୍ୟାନ ଦେବା ନିମନ୍ତେ କମିଟିରେ ଉପସ୍ଥାପନ କରିଥିଲେ ।

ପଡୋଶୀ ରାଜ୍ୟମାନଙ୍କରେ ଆମ ଶିକ୍ଷା-ସଂସ୍କୃତିର ସୁରକ୍ଷା ପାଇଁ କାର୍ଯ୍ୟରତ ଅନୁଷ୍ଠାନଗୁଡ଼ିକ ସାମ୍‌ନା କରୁଥିବା ସମସ୍ୟାର ପ୍ରତିକାର ବ୍ୟବସ୍ଥା କରିବା ସହ ସଂପୃକ୍ତ ଅନୁଷ୍ଠାନ ଏବଂ ବ୍ୟକ୍ତିବିଶେଷଙ୍କ ପ୍ରୋତ୍ସାହନକୁ ଗୁରୁତ୍ୱ ଦେଇ ଯନିର ସହିତ କାର୍ଯ୍ୟକରିବା ନିମନ୍ତେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ରାଜ୍ୟ ସଂସ୍କୃତି ବିଭାଗକୁ ବାଚସ୍ପତି ଶ୍ରୀ ଆରୁଖ ନିର୍ଦ୍ଦେଶ ଦେଇଥିଲେ ।

ଏଥି ସହିତ ଏସବୁ ପଡ଼ୋଶୀ ରାଜ୍ୟମାନଙ୍କୁ ଗସ୍ତ କରି ସେଠାରେ ବସବାସ କରୁଥିବା ସଂଖ୍ୟାଲଘୁ ଓଡ଼ିଆଙ୍କ ସମସ୍ୟା ଅନୁଧ୍ୟାନ କରି ଏହାର ପ୍ରତିକାର ପାଇଁ ମୁଖ୍ୟ କମିଟିକୁ ସୁପାରିଶ କରିବା ନିମନ୍ତେ ସବ୍‌କମିଟି ଗଠନ କରିବାକୁ ବୈଠକରେ ନିଷ୍ପତ୍ତି ନିଆଗଲା । ସଂପୃକ୍ତ ବିଭାଗଗୁଡ଼ିକ ମଧ୍ୟ ବିଭାଗୀୟ ଅଧିକାରୀଙ୍କୁ ସେସବୁ ସ୍ଥାନକୁ ପଠାଇ ସ୍ଥିତି ଅନୁଧ୍ୟାନ ସହ ସମସ୍ୟାର ସମାଧାନ ପାଇଁ ବିହିତ ପଦକ୍ଷେପ ନେବାକୁ ବାଚସ୍ପତି
କହିଥିଲେ ।

ଆଜିର ଏହି ବୈଠକରେ ମାନ୍ୟବର ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂ, ମାନ୍ୟବର ପୂର୍ତ୍ତ, ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ, ମାନ୍ୟବର ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମଙ୍କ ସମେତ ବରିଷ୍ଠ ବିଧାୟକ ଶ୍ରୀ ଅମର ପ୍ରସାଦ ଶତପଥୀ, ଶ୍ରୀ ବଦ୍ରୀନାରାୟଣ ପାତ୍ର ଯୋଗ ଦେଇଥିଲେ।

ସେହିପରି ଶ୍ରୀ ଭାସ୍କର ମଢ଼େଇ, ଶ୍ରୀ ସାଲୁଗା ପ୍ରଧାନ, ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଶ୍ରୀମତୀ ଲତିକା ପ୍ରଧାନ ଓ ଶ୍ରୀ ପ୍ରଦୀପ ପାଣିଗ୍ରାହୀଙ୍କ ସମେତ ରାଜ୍ୟ ବିଦ୍ୟାଳୟ ଓ ଗଣଣିକ୍ଷା ସଚିବ ଶ୍ରୀମତୀ ଅଶ୍ୱତୀ ଏସ୍‌., ରାଜ୍ୟ ସଂସ୍କୃତି ନିର୍ଦ୍ଦେଶକ ଶ୍ରୀ ରଞ୍ଜନ କୁମାର ଦାସ, ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଓଡ଼ିଆ, ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅନ୍ୟ ବରିଷ୍ଠ ପଦାଧିକାରୀ ଏବଂ ବିଧାନସଭାର ଅଧିକାରୀମାନେ ଉପସ୍ଥିତ ଥିଲେ ।

ଓଡିଶା ବିଧାନସଭା
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ଆଜି ୧୭ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

March 17, 2026

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.