Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମେଗା ଋଣ ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ମିଶନ ଶକ୍ତି ଗୋଷ୍ଠୀଙ୍କୁ ୧୦୦୧ କୋଟିର ଋଣ
ବିଶେଷ ଖବର

ମେଗା ଋଣ ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ମିଶନ ଶକ୍ତି ଗୋଷ୍ଠୀଙ୍କୁ ୧୦୦୧ କୋଟିର ଋଣ

January 6, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡିଶାର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଆରମ୍ଭ ହୋଇଛି ଏକ ସ୍ବର୍ଣ୍ଣିମ ଅଧ୍ୟାୟ। ଏଥିରେ ସହଯୋଗର ହାତ ବଢାଇଛି ଓଡିଶା ଗ୍ରାମ୍ୟ ବ୍ୟାଙ୍କ। ମୁଖ୍ୟମନ୍ତ୍ରୀଙ୍କ ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ ମିଶନ ଶକ୍ତିର ମା ମାନଙ୍କ ପାଇଁ ଆଜି ଆରମ୍ଭ ହୋଇଛି ମେଗା ଋଣ ପ୍ରଦାନ କାର୍ଯ୍ୟକ୍ରମ। ଓଡିଶା ଗ୍ରାମ୍ୟ ବ୍ୟାଙ୍କ ପକ୍ଷରୁ ରାଜ୍ୟର ୨୬,୭୨୨ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ୧୦୦୧ କୋଟି ଟଙ୍କାର ଋଣ ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାଦ୍ବାରା ରାଜ୍ୟର ୨.୬୮ ଲକ୍ଷ ମା’ ଉପକୃତ ହେବେ। ଏକାଦିନରେ କେବଳ ମା ମାନଙ୍କ ପାଇଁ ଏତେ ବଡ ଋଣ ପ୍ରଦାନ କାର୍ଯ୍ୟକ୍ରମ ପୂର୍ବରୁ କେବେ ହୋଇନାହିଁ। ଉପସ୍ଥିତ ଥିବା ୫ଟି ମିଶନ ଶକ୍ତି ଗୋଷ୍ଠୀଙ୍କୁ 10 ଲକ୍ଷ୍ ଲେଖା ଋଣ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପ୍ରତ୍ୟେକ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ୧୦ ଲକ୍ଷ ଟଙ୍କାର ଋଣ ମିଳିଥିଲା।

ଏହି ଅବସରରେ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ସାମିଲ ହୋଇ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମକୁ ଆଗେଇ ନେବା ଓ ଓଡିଶାର ରୂପାନ୍ତରରେ ଭାଗୀଦାର ହେବାପାଇଁ ବ୍ୟାଙ୍କର୍ସ ମାନଙ୍କୁ ଆହ୍ବାନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମା ମାନଙ୍କୁ ସଶକ୍ତ କରିବାରେ ଓଡିଶା ଏକ ଆଗୁଆ ରାଜ୍ୟ। ଓଡିଶାର ଘରେ ଘରେ, ଗାଁ ଗାଁରେ ଆଜି ମିଶନ ଶକ୍ତି ଆଜି ତାର ଜୟଯାତ୍ରା ଜାରି ରଖିଛି ଏବଂ ଆଗାମୀ ଦିନରେ ଏହା ଆହୁରି ସଶକ୍ତ ହେବ ବୋଲି ସେ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜିଲ୍ଲାସ୍ତରୀୟ ଫେଡେରେସନ ମାନଙ୍କ ପାଇଁ ଏକ କୋଟି ଏବଂ ବ୍ଲକ୍ସ୍ତରୀୟ ଫେଡେରେସନ ପାଇଁ ୫୦ ଲକ୍ଷ ଟଙ୍କାର ରିଭଲଭିଂ ଫଣ୍ଡ କରିବା ପାଇଁ ନିଷ୍ପତ୍ତି କରାଯାଇଛି। ଏହାସହିତ ମା ମାନଙ୍କୁ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବା ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି।

ମିଶନ ଶକ୍ତି କାର୍ଯ୍ୟକ୍ରମରେ ଓଡିଶା ଗ୍ରାମ୍ୟ ବ୍ୟାଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ପାଇଁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ମେକ୍‌-ଇନ୍‌-ଓଡିଶା କାର୍ଯ୍ୟକ୍ରମରେ ଏହା ସବୁଠାରୁ ଶ୍ରେଷ୍ଠ ପ୍ରଦର୍ଶନକାରୀ ବ୍ୟାଙ୍କ ଭାବେ ପୁରସ୍କାର ପାଇଛି ଏବଂ ମା ମାନଙ୍କୁ ୧୦୦୧ କୋଟି ଟଙ୍କାର ଋଣ ବ୍ୟବସ୍ଥା କରିଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫ଟି Multi Purpose Mobile Van-cum-ATMକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଗ୍ରାମାଞ୍ଚଳରେ ଆର୍ଥିକ ଅନ୍ତର୍ଭୁକ୍ତି କାର୍ଯ୍ୟକ୍ରମକୁ ଏହା ଆହୁରି ସୁଦୃଢ କରିବା ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।

ସୂଚନାଯୋଗ୍ୟ ଯେ ଓଡିଶା ଗ୍ରାମ୍ୟ ବ୍ୟାଙ୍କ, ଗ୍ରାମାଞ୍ଚଳରେ ବିଶେଷକରି ମହିଳାମାନଙ୍କୁ ଋଣ ପ୍ରଦାନ କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏଥିପାଇଁ ଗତ ୬ ବର୍ଷ ଧରି ଏହା ରାଜ୍ୟ ସରକାରଙ୍କ ଠାରୁ Excellence Award ମଧ୍ୟ ପାଇଛି।

ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଲେ ଯେ ରାଜ୍ୟରେ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଆଗକୁ ନେବା ପାଇଁ ହାରାହାରି ଋଣ ପରିମାଣ ୪ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ଉଦ୍ୟମ ଜାରି ରହିଛି। ଏଥିପାଇଁ ବ୍ୟାଙ୍କମାନେ ସହଯୋଗ କରିବାକୁ ସେ ପରାମର୍ଶ ଦେଇଥିଲେ। ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ଋଣ ପ୍ରଦାନ କ୍ଷେତ୍ରରେ ଗତ କିଛି ବର୍ଷ ଧରି ଲକ୍ଷ୍ୟ ଠାରୁ ଅଧିକ ଋଣ ଉପଲବ୍‌ଧ ହୋଇପାରୁଛି ବୋଲି ସେ କହିଥିଲେ। ଏଥିରେ ଗ୍ରାମ୍ୟ ବ୍ୟାଙ୍କର ଭୂମିକାକୁ ସେ ପ୍ରଶଂସା କରିଥିଲେ।

ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ପାଇଁ ଆଜି ମିଶନ ଶକ୍ତି ଏକ ମହାଦ୍ରୁମରେ ପରିଣତ ହୋଇପାରିଛି। ମିଶନ ଶକ୍ତିର ମା ମାନେ ଋଣ ପରିଶୋଧ କ୍ଷେତ୍ରରେ ବହୁତ ଆଗରେ ଅଛନ୍ତି ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଭାଗ ନେଇ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଜାତା କାର୍ତ୍ତିକେୟନ କହିଲେ ଯେ ମିଶନ ଶକ୍ତି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଯେ ବିଭିନ୍ନ କ୍ଷେତ୍ରରେ ଯୋଗଦାନ ରଖି ମା ମାନେ ନିଜର ଉପସ୍ଥିତି ଓ ମର୍ଯ୍ୟଦା ଜାହିର କରିବେ। ଏ କ୍ଷେତ୍ରରେ ଆଜି ଆମେ ଅନେକ ପରିମାଣରେ ସଫଳ ହୋଇଛୁ ବୋଲି ସେ କହିଥିଲେ। ସେ କହିଥିଲେ ଯେ ଦିନ ଥିଲା ମା ମାନେ ବ୍ୟାଙ୍କ କଣ ଜାଣି ନ ଥିଲେ। ବ୍ୟାଙ୍କକୁ ଯିବାକୁ ଡରୁ ଥିଲେ। କାରଣ ଏହା ଥିଲା ପୁରୁଷ ମାନଙ୍କ କ୍ଷେତ୍ର। ଆଜି ବ୍ୟାଙ୍କ ମାନେ ଗାଁ ଗାଁ, ଘର ଘର ବୁଲି ମା ମାନଙ୍କୁ ଋଣ ଦେଉଛନ୍ତି। ଏହା ହେଉଛି ରୂପାନ୍ତର ବୋଲି ସେ କହିଥିଲେ। ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ସ୍ବୟଂ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି ଗୋଷ୍ଠୀକୁ ବ୍ୟାଙ୍କର ମାନଙ୍କ ଋଣ ପ୍ରଦାନ କାର୍ଯ୍ୟକ୍ରମର ନିୟମିତ ସମୀକ୍ଷା କରନ୍ତି। ସେହିପରି ମିଶନ ଶକ୍ତିକୁ ଏକ ସ୍ବତନ୍ତ୍ର ବିଭାଗ କରିବାରେ ଓଡିଶା ପ୍ରଥମ ରାଜ୍ୟ। ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ମା ମାନଙ୍କୁ ୫ ବର୍ଷରେ ୫୦,୦୦୦ କୋଟି ଟଙ୍କାର ଋଣ ପ୍ରଦାନ କରାଯିବ ଓ ୧୨୦୦ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରାଯିବା ପାଇଁ ବ୍ୟବସ୍ଥା କରାଯାଉଛି ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଓଡିଶା ଗ୍ରାମ୍ୟ ବ୍ୟାଙ୍କର ଅଧ୍ୟକ୍ଷ ମୋହନ ଏମ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଜେନେରାଲ ମ୍ୟାନେଜର ବସନ୍ତ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ୩୮ ନବ ଦମ୍ପତିଙ୍କୁ ଆଶୀର୍ବାଦ କଲେ ଉପମୁଖ୍ୟମନ୍ତ୍ରୀ

May 13, 2026

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନେଲେ ବଡ ନିଷ୍ପତି, କାରକେଡ୍ ଗାଡି ସଂଖ୍ୟା କଲେ ହ୍ରାସ

May 13, 2026

୨୦୨୬-୨୭ ଖରିଫ୍ ବିପଣନ ଋତୁ ପାଇଁ ୧୪ଟି ଫସଲର ଏମଏସପି ବୃଦ୍ଧିକୁ କ୍ୟାବିନେଟ୍‌ ମଞ୍ଜୁରି

May 13, 2026

କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ, ନବୀନଙ୍କ ଶୋକ ପ୍ରକାଶ

May 13, 2026
Latest News

ଚିନି ରପ୍ତାନି ଉପରେ ନିଷେଧାଜ୍ଞା ଜାରି କଲେ କେନ୍ଦ୍ର ସରକାର

May 14, 2026

ଭାରତ ଇନୋଭେଟସର ‘ଇଣ୍ଡଷ୍ଟ୍ରି ଲିଡର୍ସ ରାଉଣ୍ଡଟେବୁଲ’ରେ କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତା

May 14, 2026

ପିପିପି ମୋଡରେ ନାଗପୁର ଅନ୍ତର୍ଜାତୀୟ ବିମାନବନ୍ଦର ଉନ୍ନତିକରଣକୁ କ୍ୟାବିନେଟ୍ ମଞ୍ଜୁରୀ

May 14, 2026

ଆଜି ମଇ ୧୪ ତାରିଖ ବୁଧବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

May 14, 2026

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.