Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଲୋକଙ୍କ ମାଗଣା ଚିକିତ୍ସା ପାଇଁ ବିଏସକେୱାଇ କୁ ନବୀନ ଦେଲେ ୧୩୮୯ କୋଟି ଟଙ୍କା
ବିଶେଷ ଖବର

ଲୋକଙ୍କ ମାଗଣା ଚିକିତ୍ସା ପାଇଁ ବିଏସକେୱାଇ କୁ ନବୀନ ଦେଲେ ୧୩୮୯ କୋଟି ଟଙ୍କା

January 8, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
BSKY
ମାଗଣା ଚିକିତ୍ସା ପାଇଁ ଗୋଟିଏ ବର୍ଷରେ ବିଏସକେୱାଇ କୁ ନବୀନ ଦେଲେ ୧୩୮୯ କୋଟି ଟଙ୍କା

ଭୁବନେଶ୍ବର: ସାର୍ବଜନୀନ ଗୁଣାତ୍ମକ ସ୍ବାସ୍ଥ୍ୟସେବା ନିମନ୍ତେ ଅଭିପ୍ରେତ ଓଡିଶା ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବି.ଏସ୍.କେ.ୱାଇ) ବିଶେଷ ଅପ୍ରଗତି ହାସଲ କିରିଛି। ଚଳିତ ବର୍ଷ ଜାନୁଆରୀ ୧ ତାରିଖରୁ ଡ଼ିସେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ପ୍ରାୟ ୬.୩୧ ଲକ୍ଷ ଲୋକ ବିଭିନ୍ନ ଘରୋଇ ହସ୍ପିଟାଲରେ ଉଚ୍ଚମାନର ଦେୟମୁକ୍ତ ଚିକିତ୍ସା ପାଇଛନ୍ତି। ସେମାନଙ୍କର ଚିକିତ୍ସା ବାବଦରେ ରାଜ୍ୟ ସରକାର ଘରୋଇ ହସ୍ପିଟାଲମାନଙ୍କୁ ପ୍ରାୟ ୧୩୮୯ କୋଟି ଟଙ୍କାର ବିଲ୍ ପୈଠ କରିଛନ୍ତି।

ରାଜ୍ୟର ସମସ୍ତ ୩୦ ଟି ଜିଲ୍ଲାର ଲୋକ ବି.ଏସ୍.କେ.ୱାଇ ରେ ଚିକିତ୍ସା ସୁବିଧା ପାଇଛନ୍ତି। ଚିକିତ୍ସା ପାଇଁ ଆସିଥିବା ଶତ ପ୍ରତିଶତ ରୋଗୀଙ୍କୁ ୧୦୪ କଲସେଣ୍ଟର୍ ମାଧ୍ୟମରେ କାଉସେଲିଂ କରାଯାଇଛି। ନିଜ ନିଜର ପସନ୍ଦର ହସ୍ପିଟାଲରେ ଚିକିତ୍ସା ପାଇଁ ସେମାନଙ୍କୁ ଆବଶ୍ୟକୀୟ ସୂଚନା ଓ ସହାୟତା ଯୋଗାଇ ଦିଆଯାଇଛି।

ହସ୍ପିଟାଲରେ ନିୟୋଜିତ ଥିବା ସ୍ବାସ୍ଥ୍ୟମିତ୍ରମାନେ ମଧ୍ୟ ସେମାନଙ୍କର ଆଡମିଶନ୍ ଓ ଚିକିତ୍ସାପାଇଁ ନିଜେ ଉପସ୍ଥିତ ରହି ଡ଼ାକ୍ତରମାନଙ୍କ ସହ ଯୋଗାଯୋଗ ଓ ଆବଶ୍ୟକୀୟ ପ୍ରକ୍ରିୟାଗତ ସହାୟତା କରିଛନ୍ତି। ବି.ଏସ୍.କେ.ୱାଇ ରେ ବର୍ତ୍ତମାନ ପର୍ଯ୍ୟନ୍ତ ସମୁଦାୟ ୨୦୫୬ ଟି ଚିକିତ୍ସା ଓ ନିଦାନ ପ୍ୟାକେଜ୍ କରାଯାଇଛି। ରୋଗୀମାନଙ୍କୁ ସେମାନଙ୍କର ରୋଗ ଅନୁସାରେ ଉପଯୁକ୍ତ ପ୍ୟାକେଜ୍ ଅନ୍ତର୍ଭୂକ୍ତ କରି ସଂପୃକ୍ତ ହସ୍ପିଟାଲମାନେ ଚିକିତ୍ସା କରିଛନ୍ତି।

ରାଜ୍ୟର ବିଭିନ୍ନ ଦୁରଦୁରାନ୍ତ ଅଂଚଳମାନଙ୍କରେ ବି.ଏସ୍.କେ.ୱାଇ ବିଷୟରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବାକୁ ସ୍ବାସ୍ଥ୍ୟ ସଚିବ ଶ୍ରୀମତି ପଣ୍ଡିତ୍ ନିର୍ଦ୍ଧେଶ ଦେଇଥିଲେ। ବିଶେଷତଃ ଗଜପତି, କନ୍ଧମାଳ, ସୋନପୁର, ନୂଆପଡ଼ା, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନାଗିରି ଆଦି ଜିଲ୍ଲାର ଗ୍ରାମାଚଂଳମାନଙ୍କରେ ସଚେତନତା ଓ ସୂଚନା ପ୍ରଦାନ କାର୍ଯ୍ୟକ୍ରମକୁ ସଘନ କରିବା ପାଇଁ କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କୁ କୁହାଯାଇଥିଲା।

ବୈଠକର ଆଲୋଚନାରୁ ଜଣାପଡ଼ିଥିଲା ଯେ କୈାଣସି ତାଲିକାଭୂକ୍ତ ହସ୍ପିଟାଲକୁ ଆସିବା ପୂର୍ବରୁ ରୋଗୀ ବା ତାଙ୍କର ନିକଟ ସମ୍ପର୍କୀୟ ଟୋଲ୍ ଫ୍ରୀ ନମ୍ବର ୧୦୪ କୁ ଆଗୁଆ ଯୋଗାଯୋଗ କରି ସୂଚନା ପାଇପାରୁଚନ୍ତି। ନିଜର ବି.ଏସ୍.କେ.ୱାଇ କାର୍ଡ଼ର ବ୍ୟବହାର ବା ଦେୟମୂକ୍ତ ଚିକିତ୍ସା ବାବଦରେ କୈାଣସି ଅସୁବିଧା ହେଲେ ୧୫୫୩୬୯ ଟୋଲ୍ ଫ୍ରୀ ନମ୍ବରକୁ ଫୋନକରି ଜଣାଉଛନ୍ତି, ଏବଂ ସେ ସମସ୍ୟାର ସମାଧାନ କରାଯାଉଛି।

ଲୋକମାନେ ନିଜର ଅଭିଯୋଗ ମଧ୍ୟ ଟୋଲ୍ ଫ୍ରୀ ନମ୍ବର ୧୪୫୪୫, ଟ୍ବିଟର୍ ଆକାଉଣ୍ଟ @bskyodisha ଓ ଫେସବୁକ୍ ଆକାଉଣ୍ଟ bskyodisha ମାଧ୍ୟମରେ ଜଣାଉଛନ୍ତି ଯାହାକୁକି ସମୟାନୁବନ୍ଧିତ ଭାବେ ସମାଧାନ କରାଯାଉଛି। ଦେୟମୁକ୍ତ ଚିକିତ୍ସା ବ୍ୟବସ୍ଥା ଏବଂ ଏଥିରୁ ସୁବିଧା ନେବାର ସରଳ ଉପାୟ ବାବଦରେ ବ୍ୟାପକ ସଚେତନତା ସୃଷ୍ଟି କରିବା ନିମନ୍ତେ ଶ୍ରୀମତୀ ପଣ୍ଡିତ୍ ନିର୍ଦ୍ଧେଶ ଦେଇଥିଲେ। ପୂର୍ଣସେବା ମନୋଭାବରେ କାର୍ଯ୍ୟ କରିବାକୁ ଜିଲ୍ଲା ସଂଯୋଜକ ଓ ସ୍ବାସ୍ଥ୍ୟମିତ୍ର ମାନଙ୍କୁ ପରାମର୍ଶ ଦିଆଯାଇଥିଲା।

ଅତିରିକ୍ତ ଶାସନ ସଚିବ ଶୁଭାନନ୍ଦ ମହାପାତ୍ରଙ୍କ ସମେତ ଓଡ଼ିଶା ହେଲଥ୍ ଆସୁରାନ୍ସ ସୋସାଇଟିର ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

BSKY ବିଏସକେୱାଇ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026
Latest News

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.