Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଯାଜପୁର ମିଶନ ଶକ୍ତି ଭବନ ଉଦ୍‌ଘାଟିତ: ୨.୫ ଲକ୍ଷ ବ୍ୟାଙ୍କ ଖାତାକୁ ଗଲା ୧୨୫ କୋଟି ସୁଧ ରିହାତି
ବିଶେଷ ଖବର

ଯାଜପୁର ମିଶନ ଶକ୍ତି ଭବନ ଉଦ୍‌ଘାଟିତ: ୨.୫ ଲକ୍ଷ ବ୍ୟାଙ୍କ ଖାତାକୁ ଗଲା ୧୨୫ କୋଟି ସୁଧ ରିହାତି

January 9, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ବିଭିନ୍ନ ଜିଲ୍ଲାରୁ ଆସିଥିବା ମିଶନ ଶକ୍ତି ଗ୍ରୁପର ମା ମାନଙ୍କ ହୁଳହୁଳି ଓ କରତାଳିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନ କନ୍‌ଭେନ ସେଣ୍ଟରରୁ ମିଶନ ଶକ୍ତି ଗ୍ରୁପ ମାନଙ୍କୁ ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ରାଜ୍ୟର ୩୦ଟି ଜିଲ୍ଲାର ୨.୫ ଲକ୍ଷ ମିଶନ ଶକ୍ତି ଗ୍ରୁପଙ୍କ ବ୍ୟାଙ୍କ ଖାତାକୁ ଏହି ସୁଧ ରିହାତି ପ୍ରଦାନ କରାଯାଇଛି। ୨୦୨୨ ଅପ୍ରେଲରୁ ଓ ସେପ୍ଟେମ୍ବର ମଧ୍ୟରେ ମହିଳା ମାନେ ଯେଉଁ ଋଣ ନେଇଥିଲେ, ସେହି ଋଣର ସୁଧ ପରିମାଣ ପ୍ରଦାନ କରାଯାଇଛି। ମାତ୍ର ୬ ମାସରେ ରାଜ୍ୟ ସରକାର ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି। ଉପସ୍ଥିତ ୫ଟି ମିଶନ ଶକ୍ତି ଗ୍ରୁପକୁ ଚେକ୍‌ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।

ଏହି ଅବସରରେ କନ୍‌ଭେନସନ ସେଣ୍ଟରରେ ଉପସ୍ଥିତ ମା ଓ ରାଜ୍ୟର ସବୁ ଜିଲ୍ଲା ଓ ବ୍ଲକ୍‌ରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଯୋଡି ହୋଇଥିବା ମା ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ମା ମାନେ ଆଜି ଘରର ଚାରି କାନ୍ଥରୁ ବାହାରି ବ୍ୟବସାୟ ଠାରୁ ଆରମ୍ଭ କରି, ବିକାଶର ବିଭିନ୍ନ କ୍ଷେତ୍ରରେ ନିଷ୍ପତ୍ତି ନେଉଛନ୍ତି। ମା ମାନଙ୍କର ଏହି ନିଷ୍ପତ୍ତି ନେବାର କ୍ଷମତା ହେଉଛି, ପ୍ରକୃତ ରୂପାନ୍ତର। ଆଗାମୀ ଦିନରେ ମା ମାନେ ଆହୁରି ବଡ ବଡ ନିଷ୍ପତ୍ତି ନେବେ ଓ ଓଡିଶାର ରୂପାନ୍ତରରେ ଗୁରୁତ୍ବପୂର୍ଣ୍ଣ ଅବଦାନ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକଟ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତି ଆଜି କେବଳ ଏକ ସ୍ଲୋଗାନ ନୁହେଁ, ଆଜି ଏହା ମା ମାନଙ୍କର ଏକ ଜୀବନଧାରା। ୭୦ ଲକ୍ଷ ମା ମାନଙ୍କର ଏହି ବିରାଟ ଅନୁଷ୍ଠାନ ଆଜି ଓଡିଶା ବିକାଶର ନୂଆ ଇତିହାସ ଲେଖୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମିଶନ ଶକ୍ତି ଗ୍ରୁପ ଗୁଡିକୁ ଶକ୍ତିଶାଳି କରିବା ପାଇଁ ବିଭିନ୍ନ ଘୋଷଣା ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ, ଜିଲ୍ଲାସ୍ତରୀୟ ଫେଡେରେସନକୁ ଏକ କୋଟି ଟଙ୍କା ଓ ବ୍ଲକ୍‌ ଫେଡେରେସନକୁ ୫୦ ଲକ୍ଷ ଟଙ୍କାର ରିଭଲଭିଂ ଫଣ୍ଡ ଆଦି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି, ‘ମା ମାନଙ୍କୁ ଉଦ୍ୟୋଗୀ ଭାବରେ ଦେଖିବାକୁ ମୁଁ ଚାହେଁ’। ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କାର ଋଣ ଓ ୧୨୦୦ କୋଟି ଟଙ୍କାର ସୁଧ ରିହାତି ବ୍ୟବସ୍ଥା ହୋଇଛି ବୋଲି ସେ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯାଜପୁରର ଜିଲ୍ଲାସ୍ତରୀୟ ଫେଡେରେସନ ଭବନକୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉଦ୍‌ଘାଟନ କରିଥିଲେ।

ମିଶନ ଶକ୍ତି ବିଭାଗ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଏହି ସାମାଜିକ ଓ ଆର୍ଥିକ ସଶକ୍ତିକରଣ କାର୍ଯ୍ୟକ୍ରମ ଆଜି ଏକ ବୈପ୍ଲବିକ ଆନ୍ଦୋଳନରେ ପରିଣତ ହୋଇଛି। ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ପାଇବାର ଯେଉଁ ବ୍ୟବସ୍ଥା ମୁଖ୍ୟମନ୍ତ୍ରୀ କରିଛନ୍ତି, ତାହା ମା ମାନଙ୍କ ପାଇଁ ବହୁତ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ସ୍ବାଗତ ଭାଷଣ ଦେଇ ମିଶନ ଶକ୍ତି ବିଭାଗ କମିଶନର-ତଥା-ଶାସନ ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟନ କହିଲେ ଯେ ଆଗରୁ ସୁଧ ରିହାତି ପାଇବା ପାଇଁ ମା ମାନେ ବ୍ୟାଙ୍କକୁ ବାରମ୍ବାର ଯାଉଥିଲେ। ଏବେ ସେ ଅବସ୍ଥା ଆଉ ନାହିଁ। ୫-ଟିରେ ଟେକ୍ଲୋଲୋଜିରେ ବ୍ୟବସ୍ଥା କରାଯାଇ ଖୁବଶୀଘ୍ର ସୁଧ ରିହାତି ହିସାବ କରି ମା ମାନଙ୍କ ଆକାଉଣ୍ଟକୁ ସିଧାସଳଖ ପଠାଇ ଦିଆଯାଉଛି। ମା ମାନଙ୍କ ପାଇଁ ଯେଉଁ ରିଭଲଭିଂ ଫଣ୍ଡ କରାଯାଇଛି, ତାହା ଏକ ମିନି ବ୍ୟାଙ୍କରେ ପରିଣତ ହେବ ଏବଂ ମା ମାନେ କେବଳ ପାରମ୍ପରିକ ବ୍ୟବସାୟ ନୁହେଁ, ବିଭିନ୍ନ ଆଧୁନିକ ବ୍ୟାବସାୟ ଯଥା – ଫେଶନ ଡିଜାଇନ, କୃଷି ଉଦ୍ୟୋଗ, ବିଉଟି ଓ ୱେଲନେସ୍‌ ଆଦି ବ୍ୟବସାୟ ଯେପରି କରିପାରିବେ, ସେଥିପାଇଁ ମଧ୍ୟ ବ୍ୟବସ୍ଥା କରାଯାଉଛି। ମା ମାନେ ଏବେ ବ୍ୟବସାୟ କରି ନିଜର ପରିଚୟ ନେଇ ଆଗକୁ ବଢିବେ ବୋଲି ସେ କହିଥିଲେ।

ଓଡିଶା ଜୀବିକା ମିଶନର ସିଇଓ ମାନସୀ ନିମ୍ଭାଲ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗର ଉପଦେଷ୍ଟା ଲୋପାମୁଦ୍ରା ବକ୍‌ସିପାତ୍ର, ଡଃ ଗୀତା ବସ୍ତିଆ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫-ଟି ସଚିବ ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।

ନବୀନ ପଟ୍ଟନାୟକ ମିଶନ ଶକ୍ତି ଯାଜପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.