Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନବୀନ ନିବସରେ ଭେଟିଲେ ରାଉରକେଲା ଓ କଟକର ଶତାଧିକ ହକିପ୍ରେମୀ
ବିଶେଷ ଖବର

ନବୀନ ନିବସରେ ଭେଟିଲେ ରାଉରକେଲା ଓ କଟକର ଶତାଧିକ ହକିପ୍ରେମୀ

January 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ସାରା ରାଜ୍ୟରେ ଏବେ ହକିର ମାହୋଲ। ପୁରପଲ୍ଲୀ, ସହର ବଜାର ସବୁଆଡେ ଏବେ ହକିକୁ ନେଇ ଚର୍ଚ୍ଚା। କଟକରୁ ସୁନ୍ଦରଗଡ, ସବୁଆଡେ ଉତ୍ସବ ଚାଲିଛି। ଏଥର ପ୍ରଥମ ଥର ପାଇଁ ହକିର ଏନ୍ତୁଡିଶାଳ ସୁନ୍ଦରଗଡରେ ହକି ବିଶ୍ବକପ୍‌ ଆୟୋଜନ କରାଯାଇଛି। ତା ସହିତ ରାଉରକେଲାରେ ବିଶ୍ବର ବୃହତ୍ତମ ହକି ଷ୍ଟାଡିଅମ ବିର୍ସାମୁଣ୍ଡା ହକି ଷ୍ଟାଡିଅମ ମଧ୍ୟ ନିର୍ମିତ ହୋଇଛି। ସେଠାରେ ଖେଳାଯିବ ବିଶ୍ବକପ୍‌ର ଉଦ୍‌ଘାଟନୀ ମ୍ୟାଚ। ତେଣୁ ପୁରା ସୁନ୍ଦରଗଡ ଜିଲ୍ଲାରେ ବିପୁଳ ଉତ୍ସାହ ଦେଖାଦେଇଛି।

ରାଉରକେଲା ବିର୍ସାମୁଣ୍ଡା ହକି ଷ୍ଟାଡିଅମରେ ଚଳିତ ଥର ବିଶ୍ବକପ୍‌ର ଆୟୋଜନ କରାଯାଇଥିବାରୁ ସାରା ସୁନ୍ଦରଗଡ ଉତ୍ସବ ମୁଖର ହୋଇଉଠିଛି। ସମସ୍ତେ ବିଶେଷ କରି ଯୁବସମାଜ ମଧ୍ୟରେ ଦେଖାଦେଇଛି ଅପୂର୍ବ ଉତ୍ସାହ। ବିଶ୍ବକପ୍‌ ଆୟୋଜନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ପାଇଁ ଆଜି ଶହ ଶହ ଯୁବକ ସାଇକେଲ ଯୋଗେ ଭୁବନେଶ୍ବର ଆସି ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କର ଏହି ଉଦ୍ୟମ ପାଇଁ ଧନ୍ୟବାଦ ଜଣାଇବା ସହ ରାଉରକେଲାରେ ବିଶ୍ବକପର ସଫଳତା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ସେମାନଙ୍କ ସହିତ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରତାପ ଜେନା ଓ ରଘୁନାଥପଲ୍ଲୀ ବିଧାୟକ ସୁବ୍ରତ ତରାଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।

ସେହିପରି ଆସନ୍ତାକାଲି କଟକରେ ଆୟୋଜିତ ହେଉଛି ହକି ବିଶ୍ବକପ୍‌ର ଉଦ୍‌ଘାଟନୀ ସମାରୋହ। ଐତିହ୍ୟ ସହର କଟକକୁ ବିଶ୍ବକପ୍‌ ହକି ଆୟୋଜନରେ ସିଧାସଳଖ ଯୋଡି ଥିବାରୁ ପୂର୍ବତନ ବିଧାୟକ ତଥା କଟକ ନଗର ଶାନ୍ତି କମିଟିର ଅଧ୍ୟକ୍ଷ ପ୍ରଭାତ ତ୍ରିପାଠୀଙ୍କ ନେତୃତ୍ବରେ ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଥିଲେ।

ବିଶ୍ବକପ୍‌ ହକି ଉଦ୍‌ଘାଟନୀ ସମାରୋହ ସଫଳ ଭାବେ ଆୟୋଜନ ପାଇଁ ମୁଖ୍ୟମନ୍ତ୍ରୀ କଟକ ସହରବାସୀଙ୍କ ସହଯୋଗ କାମନା କରିଥିଲେ।

ସୁନ୍ଦରଗଡ଼ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.