Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୫ଟି ଗ୍ରୀଡ ସବ୍‌ଷ୍ଟେସନ ଲୋକାର୍ପିତ: ଉପକୃତ ହେବେ ୪ଟି ଜିଲ୍ଲାର ୨ ଲକ୍ଷ ଲୋକ 
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୫ଟି ଗ୍ରୀଡ ସବ୍‌ଷ୍ଟେସନ ଲୋକାର୍ପିତ: ଉପକୃତ ହେବେ ୪ଟି ଜିଲ୍ଲାର ୨ ଲକ୍ଷ ଲୋକ 

January 16, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୪ଟି ଜିଲ୍ଲାରେ ୫ଟି ଉଚ୍ଚକ୍ଷମତା ସମ୍ପନ୍ନ ଗ୍ରୀଡ ସବ୍‌ଷ୍ଟେସନ ଉଦ୍‌ଘାଟନ କରିଛନ୍ତି। ଏଥିପାଇଁ ୨୫୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହି ସ୍ଥାନଗୁଡିକ ହେଲା ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁ, ମାଲକାନଗିରିର କାଲିମେଳା, ସୁବର୍ଣ୍ଣପୁରର ବୀରମହାରାଜପୁର ଓ କଟକ ଜିଲ୍ଲାର ଗୋଡିସାହି ଓ ବହୁଗ୍ରାମ। ଏହାଦ୍ବାରା ଏହି ୪ଟି ଜିଲ୍ଲାର ୨ ଲକ୍ଷ ଲୋକ ଉପକାର ପାଇବେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜନସାଧାରଣଙ୍କ ଜୀବନଧାରଣ ମାନରେ ଉନ୍ନତି ପାଇଁ ଉତ୍ତମ ବିଦ୍ୟୁତଶକ୍ତିର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟରେ ବିଦ୍ୟୁତ ସଂପ୍ରସାରଣ ଓ ଆବଣ୍ଟନ ଭିତ୍ତିଭୂମିର ବିକାଶ ଉପରେ ସ୍ବତନ୍ତ୍ର ଧ୍ୟାନ ଦେଉଛନ୍ତି।

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଉଦ୍‌ଘାଟନ କରି ଉପସ୍ଥିତ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ କୃଷି, ଶିଳ୍ପ ଓ ସାଧାରଣ ଜୀବନଯାପନ ସବୁ କ୍ଷେତ୍ରରେ ଉତ୍ତମ ଓ ନିରବଚ୍ଛିନ୍ନ ବିଦ୍ୟୁତର ଆବଶ୍ୟକତା ରହିଛି। ବିଜୁଳି ଶକ୍ତି ଆମ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ। ତେଣୁ ଏହାକୁ ଅଯଥାରେ ନଷ୍ଟ ନ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଥିଲେ।

ସୂଚନାଯୋଗ୍ୟ ଯେ ରାଜ୍ୟରେ ବିଦ୍ୟୁତ ସଂପ୍ରସାରଣ କ୍ଷେତ୍ରରେ ଏକ ଦୃଢ ଭିତ୍ତିଭୂମିର ବିକାଶ କରାଯାଇଛି। ବର୍ତ୍ତମାନ ରାଜ୍ୟରେ ୧୮୫ଟି Extra High Voltage Grid Sub-Station ଥିବାବେଳେ ୧୬,୦୦୦ ସର୍କିଟ କିଲୋମିଟର ନେଟୱାର୍କ ରହିଛି।

କାର୍ଯ୍ୟକ୍ରମରେ ଯୋଗ ଦେଇ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଓଡିଶା ବିଦ୍ୟୁତ ଶକ୍ତିରେ ଏକ ବଳକା ରାଜ୍ୟ ହୋଇପାରିଛି। ଓଡିଶାର ଶକ୍ତି ବିତରଣ ବ୍ୟବସ୍ଥାକୁ ସୁଦୃଢ କରି ରାଜ୍ୟରେ ଶିଳ୍ପାୟନ ଓ ନିଯୁକ୍ତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ ସଫଳ ହେଉଛି ବୋଲି ସେ ମତ ଦେଇଥିଲେ।

ଏହି ଅବସରରେ ଓଡିଶା କୋଲ୍‌ ଆଣ୍ଡ ପାୱାର ଲିମିଟେଡ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୦ କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଭାଗୀୟ ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ ଓ ମୁଖ୍ୟ ଶାସନ ସଚିବଙ୍କୁ ଏହି ପରିମାଣର ଚେକ୍‌ ପ୍ରଦାନ କରାଯାଇଥିଲା। ଅତି ଅଳ୍ପ ସମୟ ମଧ୍ୟରେ ରାଜ୍ୟ ସରକାରଙ୍କ ଏହି ସଂସ୍ଥା ଲାଭ କରିପାରିଥିବାରୁ ମୁଖ୍ୟମନ୍ତ୍ରୀ ଏହାର ଉଚ୍ଚପ୍ରଶଂସା କରିଥିଲେ। ୨୦୨୨-୨୩ର ପ୍ରଥମ ୬ ମାସ ମଧ୍ୟରେ OCPL ୬୨୬ କୋଟି ଟଙ୍କା ଲାଭ କରିଛି ଏବଂ କୋଇଲା ଉତ୍ପାଦନରେ ୬୦ ପ୍ରତିଶତ ବୃଦ୍ଧି ହାସଲ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ, ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ଓ ବାଙ୍କୀ ବିଧାୟକ ଦେବୀରଂଜନ ତ୍ରିପାଠୀ ପ୍ରମୁଖ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଗ ଦେଇ ରାଜ୍ୟରେ ବିଦ୍ୟୁତ ଶକ୍ତିର ବିକାଶ ଓ ଶିଳ୍ପାୟନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ ପାଇଁ ଧନ୍ୟବାଦ ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।

ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସକ ସଚିବ ନିକୁଞ୍ଜ ବିହାରୀ ଧଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ OPTCLର ଅଧ୍ୟକ୍ଷ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ଶକ୍ତି ବିଭାଗର ଉଚ୍ଚପଦସ୍ଥ ଅଧିକାରୀମାନେ ଉପସ୍ଥିତ ଥିଲେ।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ତିନିଭାଷା ନୀତି ଉପରେ CBSE ବଡ଼ ନିଷ୍ପତ୍ତି: ଜାଣନ୍ତୁ ସ୍ଵତନ୍ତ୍ର ବ୍ୟବସ୍ଥା

June 29, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଜାରି: ବାତିଲ୍ ହେଲା ଏହି ସବୁ ଟ୍ରେନ

June 28, 2026

Mann Ki Baat 135: ଏଥର ଦେଶର ବିମାନ ସେବା ଓ ସାମରିକ ଶକ୍ତିକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

June 28, 2026

“ଇନ୍ଦିରା ଗାନ୍ଧୀଙ୍କ ପରେ, କେବଳ ମୋଦୀ…”: ପିତା ପ୍ରଣବ ମୁଖାର୍ଜୀଙ୍କ କଥା ମନେ ପକାଇଲେ ଝିଅ ଶର୍ମିଷ୍ଠା

June 28, 2026
Latest News

ସେଚେଲ୍ସର ୫୦ତମ ସ୍ୱାଧୀନତା ଦିବସ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

June 29, 2026

ଦ୍ରୁତ ଗତିରେ ପୃଥିବୀ ଆଡ଼କୁ ଆସୁଛି ‘ବ୍ରହ୍ମାସ୍ତ୍ର’: ସୁରକ୍ଷା ପାଇଁ ୩୦ ହଜାର କୋଟି ଖର୍ଚ୍ଚ କରିବ ନାସା

June 29, 2026

ଗଜପତି ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ଶାଖାର ବାର୍ଷିକୋତ୍ସବ

June 29, 2026

ତିନିଭାଷା ନୀତି ଉପରେ CBSE ବଡ଼ ନିଷ୍ପତ୍ତି: ଜାଣନ୍ତୁ ସ୍ଵତନ୍ତ୍ର ବ୍ୟବସ୍ଥା

June 29, 2026

ଭୁବନେଶ୍ୱରରେ ଚାଞ୍ଚଲ୍ୟ! ଯୁବକଙ୍କୁ ଲୁହା ରଡରେ ପିଟି ପିଟି ହତ୍ୟା

June 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.