Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୋ ସରକାର ସମୀକ୍ଷା: ଜିଲ୍ଲାପାଳମାନେ ଅଧିକ ଫିଡ୍‌ବ୍ୟାକ ସଂଗ୍ରହ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ବିଶେଷ ଖବର

ମୋ ସରକାର ସମୀକ୍ଷା: ଜିଲ୍ଲାପାଳମାନେ ଅଧିକ ଫିଡ୍‌ବ୍ୟାକ ସଂଗ୍ରହ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

January 17, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରଙ୍କ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା କରି ଜିଲ୍ଲାସ୍ତରରେ ଅଧିକ ଫିଡବ୍ୟାକ ସଂଗ୍ରହ କରିବାପାଇଁ ନିର୍ଦ୍ଦେଶ ଦେବା ସହିତ ମୁଖ୍ୟ ଶାସନ ସଚିବ ଏ ସଂପର୍କରେ ସମୀକ୍ଷା କରି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ବିଭିନ୍ନ ବିଭାଗ ସେମାନଙ୍କ ଡାଟାବେସ୍‌କୁ ସୁଦୃଢ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ ମୋ ସରକାର କାର୍ଯ୍ୟକ୍ରମରେ ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ବ୍ୟକ୍ତି ବିଶେଷଙ୍କୁ ଫୋନକଲ୍‌ ଜରିଆରେ ସେମାନେ କିଭଳି ବ୍ୟବହାର ପାଇଲେ ବା ତାଙ୍କ ସମସ୍ୟାର ସମାଧାନ ପାଇଁ ତୁରନ୍ତ ପଦକ୍ଷେପ ନିଆଯାଉଛି କି ନାହିଁ, ସେ ସଂପର୍କରେ ଜାଣିବା ପାଇଁ ବ୍ୟବସ୍ଥା ରହିଛି। ୨୦୧୯ ଅକ୍ଟୋବର ୨ ତାରିଖରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଗତ ବର୍ଷ ମଇ ୨୮ ତାରିଖରେ ମୁଖ୍ୟମନ୍ତ୍ରୀ ଏହାର ସମୀକ୍ଷା କରିଥିଲେ। ଆଜି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ମିଶନ ଶକ୍ତି ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା କରାଯାଇଥିଲା।

ବୈଠକରେ ସୂଚନା ଅନୁଯାୟୀ ରାଜ୍ୟ ସରକାରଙ୍କ ୩୧ଟି ବିଭାଗର ୨୬୩ଟି ସେବା ମୋ ସରକାର ଅଧୀନକୁ ଆସିଛି। ଆଜି ପର୍ଯ୍ୟନ୍ତ ସମୁଦାୟ ୩.୭୭ କୋଟି ଫିଡବ୍ୟାକ ସଂଗ୍ରହ କରାଯାଇଛି। ମୋ ସରକାରର ୧୧ଟି ପାରାମିଟରରୁ ୯ଟି ପାରାମିଟରରେ ଉନ୍ନତି ଆସିଛି। ସମସ୍ତ ବିଭାଗର ସାମଗ୍ରିକ ପ୍ରଦର୍ଶନ ଦୃଷ୍ଟିରୁ ୯୪.୯ ପ୍ରତିଶତ ଫିଡବ୍ୟାକ ଆଉଟଷ୍ଟାଣ୍ଡିଂଙ୍ଗ ବା ସର୍ବୋତ୍ତମ ରହିଛି।

ସମୀକ୍ଷାରୁ ଜଣାଯାଇଥିଲା ଯେ ସ୍ବାସ୍ଥ୍ୟ ବିଭାଗର ପ୍ରଦର୍ଶନ ସର୍ବୋତ୍ତମ ରହିଛି। ବିଶେଷକରି ସରକାରୀ ଡାକ୍ତରଖାନା ମାନଙ୍କରେ ମିଳୁଥିବା ସେବା ସଂପର୍କରେ ଜନସାଧାରଣଙ୍କ ଫିଡବ୍ୟାକ ବହୁତ ଭଲ ରହିଛି। ୯୯ ପ୍ରତିଶତରୁ ଅଧିକ ମତ ଉତ୍ତମ ବୋଲି ଜଣାଯାଇଛି। ସେହିପରି ବେସରକାରୀ ଡାକ୍ତରଖାନା ଗୁଡିକରେ ୯୮ ପ୍ରତିଶତ ଫିଡବ୍ୟାକ ଉତ୍ତମ ରହିଛି। ବିଶେଷକରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ଫିଡବ୍ୟାକ ନିଆଯାଇଛି। ଗୃହ ନିର୍ମାଣ ଓ ନିଗର ଉନ୍ନୟନ ବିଭାଗ କାମରେ ମଧ୍ୟ ଉନ୍ନତି ଆସିଛି ବୋଲି ଜଣାଯାଇଛି।

ସମୀକ୍ଷାରୁ ଜଣାଯାଇଛି ଯେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ୯୬ ପ୍ରତିଶତ, ରାଜସ୍ବ ବିଭାଗର ୯୮ ପ୍ରତିଶତ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୯୨ ପ୍ରତିଶତ ଫିଡବ୍ୟାକ ଅତି ଉତ୍ତମ ରହିଛି। ମିଶନ ଶକ୍ତି ବିଭାଗ ଅପେକ୍ଷାକୃତ ନୂତନ ବିଭାଗ ହୋଇଥିବାରୁ ଏହାର ଫିଡବ୍ୟାକ ବ୍ୟବସ୍ଥା ପ୍ରସ୍ତୁତ କରାଯାଉଛି।

ସମୀକ୍ଷାରୁ ଜଣାଯାଇଥିଲା ଯେ ସବ୍‌ରେଜିଷ୍ଟର ଅଫିସ, ବିଲ୍‌ଡିଂ ପ୍ଲାନ ଅନୁମୋଦନ, ବିଲ୍‌ ପ୍ରଦାନ, ଜାତିଗତ ପ୍ରମାଣପତ୍ର ଆଦି ପ୍ରଦାନ କ୍ଷେତ୍ରରେ ସମସ୍ୟା ରହୁଛି ବୋଲି ଫିଡବ୍ୟାକରୁ ଜଣାଯାଇଛି। ଏସବୁ କ୍ଷେତ୍ରରେ ଅଧିକ ପାରଦର୍ଶିତାର ସହ କାମ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତ ବିଭାଗ ନିଜ ନିଜର ସେବା ପ୍ରଦାନ କାର୍ଯ୍ୟକ୍ରମ ଗୁଡିକୁ ଅତ୍ୟନ୍ତ ଦକ୍ଷତାର ସହ ତୁଲାଇବାର ଆବଶ୍ୟକତା ରହିଛି।

ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର କହିଲେ ଯେ ଗତ ସମୀକ୍ଷା ଠାରୁ ବର୍ତ୍ତମାନ ମଧ୍ୟରେ ଫିଡବ୍ୟାକ ବ୍ୟବସ୍ଥାରେ ଯଥେଷ୍ଟ ଉନ୍ନତି ଆସିଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶାନୁଯାୟୀ ଜିଲ୍ଲାସ୍ତରରେ ଉତ୍ତମ ଫିଡବ୍ୟାକ ସଂଗ୍ରହ ପାଇଁ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ।

ଉନ୍ନୟନ କମିଶନର ପି.କେ. ଜେନା କହିଲେ ଯେ ମୋ ସରକାର କାର୍ଯ୍ୟକ୍ରମ ଯୋଗୁ ବିଭିନ୍ନ ବିଭାଗର କ୍ଷେତ୍ରସ୍ତରୀୟ ପ୍ରଦର୍ଶନରେ ଯଥେଷ୍ଟ ଉନ୍ନତି ଆସିଛି। ସେଥିପାଇଁ ଅଭିଯୋଗର ପରିମାଣ ମଧ୍ୟ କମିଛି ବୋଲି ସେ କହିଥିଲେ।

ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କହିଲେ ଯେ ସରକାରୀ ସେବା ପାଉଥିବା ବିଭିନ୍ନ ଲୋକଙ୍କ ଠାରୁ ମତାମତ ଗ୍ରହଣ କରି ଅଧିକାରୀମାନଙ୍କ କାର୍ଯ୍ୟଦକ୍ଷତା ଓ ପ୍ରଶାସନିକ ବ୍ୟବସ୍ଥା ସଂପର୍କରେ ଜାଣିବା ଏବଂ ତଦ୍‌ନୁଯାୟୀ ପଦକ୍ଷେପ ନେବା ହେଉଛି ମୋ ସରକାରର ଲକ୍ଷ୍ୟ। ଏଥିରେ ଫିଡବ୍ୟାକ ବ୍ୟବସ୍ଥାକୁ ସୁଦୃଢ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ। ଉଦାହରଣ ଦେଇ ସେ କହିଲେ ଯେ ଅବସର ଗ୍ରହଣ କରୁଥିବା କର୍ମଚାରୀମାନଙ୍କ ପେନ୍‌ସନ କ୍ଷେତ୍ରରେ ବ୍ୟବସ୍ଥାଗତ ସମସ୍ୟା ରହିଛି। ତେଣୁ ଏହାର ନିରାକରଣ ପାଇଁ ବ୍ୟବସ୍ଥାରେ ପରିବର୍ତ୍ତନର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ। ବୈଠକରେ ନିଷ୍ପତ୍ତି ଅନୁଯାୟୀ ଆଗକୁ ଏ ସଂପର୍କରେ ଅଧିକ ଆଲୋଚନା କରାଯାଇ ବ୍ୟବସ୍ଥାଗତ ପରିବର୍ତ୍ତନ ପାଇଁ ପଦକ୍ଷେପ ନିଆଯିବ।

ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ, ନଗର ଉନ୍ନୟନ ଓ ଗୃହ ନିର୍ମାଣ ବିଭାଗର ପ୍ରମୁଖ ସଚିବ, ମିଶନ ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ନିଜ ନିଜ ବିଭାଗର ମୋ ସରକାର ତଥ୍ୟ ଉପସ୍ଥାପନ କରିଥିଲେ। ଇଲେକ୍ଟଟ୍ରୋନିକ୍‌ସ ଓ ଆଇଟି ବିଭାଗର ପ୍ରମୁଖ ସଚିବ ମୋ ସରକାର କାର୍ଯ୍ୟକ୍ରମର ସାମଗ୍ରିକ ତଥ୍ୟ ଉପସ୍ଥାପନ କରିଥିଲେ।

ନବୀନ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ ମୋ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

NTAରେ ବଡ଼ଧରଣର ପରିବର୍ତ୍ତନ: ୪୭ ଅଧିକାରୀ ବହିସ୍କୃତ

July 24, 2026

କେମିକାଲ ପାର୍କ ପ୍ରତିଷ୍ଠା ଲାଗି ‘‘ଭାରତ ଔଦ୍ୟୋଗିକ ବିକାଶ ଯୋଜନା ରସାୟନ’’କୁ କ୍ୟାବିନେଟ୍‌ ମଞ୍ଜୁରି

July 24, 2026

ପ୍ରଭୃଙ୍କ ସୁନ୍ଦର ରୂପ ଦେଖି ଭକ୍ତଗଣ ବିମୋହିତ, ଆନନ୍ଦରେ ଟାଣିଲେ ରଥ

July 24, 2026
Latest News

ଆଉ କେତେ ଦିନ ଟିମ୍ ଇଣ୍ଡିଆର ପ୍ରଶିକ୍ଷକ ରହିବେ ଗୌତମ ଗମ୍ଭୀର?: ଜାଣନ୍ତୁ BCCI ର ଚୁକ୍ତି

July 25, 2026

ଶ୍ରୀଲଙ୍କା ସିରିଜ ପରେ ଆଉ ଏକ ବଡ଼ ଟୁର୍ଣ୍ଣାମେଣ୍ଟ: ସେମିଫାଇନାଲରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ!

July 25, 2026

ପାକିସ୍ତାନ ବିପକ୍ଷରେ ଖେଳିବାକୁ ମନା କଲେ ୱେଷ୍ଟଇଣ୍ଡିଜ୍ ଖେଳାଳି: ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

July 25, 2026

ନିଟ୍ ପ୍ରଶ୍ନପତ୍ର ପ୍ରଘଟ ବିରୋଧ ଆନ୍ଦୋଳନକୁ ସମନ୍ୱୟ ସମିତିର ସମର୍ଥନ

July 25, 2026

ପିଆଇବି ଏବଂ ସିବିସି ଭୁବନେଶ୍ୱର ପକ୍ଷରୁ କାର୍ଗିଲ ବିଜୟ ଦିବସ ପାଳିତ

July 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.