Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନେହେରୁଙ୍କ ପରେ ଦ୍ୱିତୀୟ କଂଗ୍ରେସ ନେତା ହେଲେ ରାହୁଲ ଗାନ୍ଧୀ: ଲାଲ ଚୌକରେ ଉତ୍ତୋଳନ କଲେ ତ୍ରିରଙ୍ଗା
ବିଶେଷ ଖବର

ନେହେରୁଙ୍କ ପରେ ଦ୍ୱିତୀୟ କଂଗ୍ରେସ ନେତା ହେଲେ ରାହୁଲ ଗାନ୍ଧୀ: ଲାଲ ଚୌକରେ ଉତ୍ତୋଳନ କଲେ ତ୍ରିରଙ୍ଗା

January 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀନଗର: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ଭରତ ଯୋଡୋ ଯାତ୍ରା ଶ୍ରୀନଗରର ଲାଲ ଚୌକରେ ପହଞ୍ଚିଛି। ଏଠାରେ ରାହୁଲ ଗାନ୍ଧୀ କାର୍ଯ୍ୟସୂଚୀ ଅନୁଯାୟୀ ପତାକା ଉତ୍ତୋଳନ କରିଥିଲେ। ତ୍ରିରଙ୍ଗା ଉତ୍ତୋଳନ ହେବା ମାତ୍ରେ କଂଗ୍ରେସ କର୍ମୀଙ୍କ ମଧ୍ୟରେ ଅହେତୁକ ଉତ୍ସାହ ଦେଖିବାକୁ ମିଳିଥିଲା। ରାହୁଲ ଗାନ୍ଧୀଙ୍କ ସହ ତାଙ୍କ ଭଉଣୀ ତଥା କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଥିଲେ।

ଏହା ସହିତ ଲାଲ ଚୌକରେ କଂଗ୍ରେସର ଶୀର୍ଷ ନେତୃତ୍ୱ ମଧ୍ୟ ଉପସ୍ଥିତ ଅଛନ୍ତି। ପର୍ଯ୍ୟାପ୍ତ ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଛି। ଲାଲ ଚୌକର ସମଗ୍ର ଅଞ୍ଚଳକୁ ସିଲ୍ କରାଯାଇଛି ଏବଂ ସହରର ଚାରିପାଖରେ ଏକ ବହୁ ସ୍ତରୀୟ ସୁରକ୍ଷା କର୍ଡନ୍ ତିଆରି କରାଯାଇଛି।

ଲାଲ ଚୌକ ପରେ ‘ଭାରତ ଯୋଡୋ ଯାତ୍ରା’ ସହରର ବଲ୍ଲବୁଲେୱାର୍ଡ ଅଞ୍ଚଳରେ ଥିବା ନେହେରୁ ପାର୍କ ଆଡକୁ ଯିବ, ଯେଉଁଠାରେ ଜାନୁଆରୀ ୩୦ ତାରିଖରେ ୪ ହଜାର ୮୦ କିଲୋମିଟର ପଦଯାତ୍ରା ଶେଷ ହେବ। ଏହି ଯାତ୍ରା ତାମିଲନାଡୁର କନ୍ୟାକୁମାରୀରୁ ସେପ୍ଟେମ୍ବର ୭ ତାରିଖରେ ଆରମ୍ଭ ହୋଇ ଦେଶର ୭୫ ଟି ଜିଲ୍ଲା ଦେଇ ଯାଇଛି।

ସୂଚନାନୁସାରେ, ସୋମବାର ଦିନ ରାହୁଲ ଗାନ୍ଧୀ ଶ୍ରୀନଗରର ଏମଏ ରୋଡରେ ଥିବା କଂଗ୍ରେସ ମୁଖ୍ୟାଳୟରେ ତ୍ରିରଙ୍ଗା ଉତ୍ତୋଳନ କରିବେ, ଏହା ପରେ ଏସ.କେ ଷ୍ଟାଡିୟମରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ। ଏହି ସାଧାରଣ ସଭା ପାଇଁ ୨୩ ଟି ବିରୋଧୀ ଦଳର ନେତାଙ୍କୁ ନିମନ୍ତ୍ରଣ କରାଯାଇଛି।

କଂଗ୍ରେସ ନେତା ଭରତ ଯୋଡୋ ଯାତ୍ରା ରାହୁଲ ଗାନ୍ଧୀ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ ଚିନ୍ତା ବଢ଼ାଇଲା କତରର ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ: ଏବେ କ’ଣ ହେବ?

March 19, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ

March 19, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026
Latest News

କୁଏତର ଯୁବରାଜଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ

March 19, 2026

‘ବନ୍ଦେ ଭାରତ ଚେୟାର କାର୍ ସର୍ଭିସ୍’ ର ସମ୍ପ୍ରସାରଣ ପାଇଁ ରାଜ୍ୟମାନଙ୍କର ସହାୟତା ଲୋଡିଲା କେନ୍ଦ୍ର

March 19, 2026

ଜିଓ ପେମେଣ୍ଟସ୍ ବ୍ୟାଙ୍କ ପକ୍ଷରୁ ୟୁପିଆଇ-ଆଧାରିତ ନଗଦ ଉଠାଣ ସେବା ଆରମ୍ଭ

March 19, 2026

ଭାରତରେ ଚିନ୍ତା ବଢ଼ାଇଲା କତରର ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ: ଏବେ କ’ଣ ହେବ?

March 19, 2026

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀର ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.