Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବୀ କଲା ବିଜେପି
ଜାତୀୟ ଖବର

ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବୀ କଲା ବିଜେପି

January 31, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ ସିବିଆଇ ତଦନ୍ତ ଦାବୀ କଲା ବିଜେପି

ଭୁବନେଶ୍ୱର: ଦୁଇ ଦିନ ତଳେ ଜଣେ ପୋଲିସ ଅଧିକାରି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ସ୍ପଷ୍ଟ ଦିବାଲୋକରେ ଗୁଳି ମାରି ହତ୍ୟା କରିବା ଘଟଣା କେବଳ ରାଜ୍ୟରେ ନୁହେଁ ଦେଶରେ ବି ବିରଳ। ପୋଲିସ୍ ଗୁଳିରେ ରାଜ୍ୟର ଜଣେ ପ୍ରଭାବଶାଳୀ କ୍ୟାବିନେଟ ମନ୍ତ୍ରୀଙ୍କର ହତ୍ୟା ହେଉଛି ଏବଂ ଦୀର୍ଘ ୨୩ ବର୍ଷ ଧରି ଗୃହ ବିଭାଗର ଦାୟିତ୍ୱରେ ଥିବା ଖୋଦ୍ ମୁଖ୍ୟମନ୍ତ୍ରୀ ତଦନ୍ତ ନେଇ ନିଜ ପାଟି ନ ଖୋଲିବା ଅତ୍ୟନ୍ତ ଲଜ୍ଜ୍ୟାର ବିଷୟ।

ଏପରିକି ଏଭଳି ବଡ ଘଟଣାରେ ପୋଲିସ ଡିଜି ଘଟଣା ସ୍ଥଳକୁ ନଯିବା ଓ ଗୃହ ସଚିବ ନୀରବତା ଅବଲମ୍ବନ କରିବା ପଛରେ ବିରାଟ ଷଡଯନ୍ତ୍ର ରହିଛି ବୋଲି କହିବା ସହ ରାଜ୍ୟରେ କିଏ ସରକାର ଚଳାଉଛି ବୋଲି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ପ୍ରଶ୍ନ କରିଛନ୍ତି।

ଆଜି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମହାନ୍ତି କହିଛନ୍ତି ଯେ, ଯେଉଁ ରାଜ୍ୟରେ ଜଣେ ପ୍ରଭାବଶାଳୀ କ୍ୟାବିନେଟ୍ ମନ୍ତ୍ରୀଙ୍କୁ ଦିବାଲୋକରେ ଗୁଳି କରି ହତ୍ୟା କରାଯାଉଛି, ସେଇଠି ଆଇନ ଶୃଙ୍ଖଳାକୁ ନେଇ ଆଉ କ’ଣ ଆଶା କରାଯାଇପାରେ। ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ହତ୍ୟା କରିଥିବା ପୋଲିସ ଅଧିକାରୀଙ୍କୁ ବିଗତ ଦିନରେ ରାଜ୍ୟ ସରକାର ପଦୋନ୍ନତି ଦେଇ ବାରମ୍ବାର ପୁରସ୍କୃତ କରିବା ସହ ମେଡାଲ ଓ ଅର୍ଥରାଶି ମଧ୍ୟ ଦେଇଛନ୍ତି।

ହଠାତ୍ ସେହି ଦକ୍ଷ ପୋଲିସ ଅଧିକାରୀଜଣକ କାହିଁକି ମନ୍ତ୍ରୀଙ୍କୁ ଗୁଳି ମାରିଲେ ତାହା ଏବେ ଓଡ଼ିଶାବାସୀଙ୍କ ମନକୁ ଆନ୍ଦୋଳିତ କରୁଛି। ସେହିପରି ଜଣେ ପୋଲିସ ହତ୍ୟା କରିବ ଆଉ ଜଣେ ପୋଲିସ ଏହାର ତଦନ୍ତ କରିବ, ଏହା ଆଦୈା ବିଶ୍ୱାସଯୋଗ୍ୟ ହୋଇପାରିବ ନାହିଁ। ଯିଏ କ୍ରାଇମ କଲା ସେହି ବିଭାଗ ତଦନ୍ତ କରିବ, ଯାହାକୁ ଓଡ଼ିଶାବାସୀ ସହଜରେ ଗ୍ରହଣ କରିପାରୁ ନଥିବା ଶ୍ରୀ ମହାନ୍ତି କହିଛନ୍ତି।

ବିଗତ ଦିନରେ ମମିତା ମେହେର ହତ୍ୟାକାଣ୍ଡ, କୁନ୍ଦୁଲି ଗଣଦୁର୍ଷ୍କମ, ଯାଜପୁରର ସ୍ମିତାରାଣି ବିଶ୍ୱାଳଙ୍କର ହତ୍ୟାକାଣ୍ଡ ଭଳି ଅନେକ ଘଟଣାରେ କ୍ରାଇମବ୍ରାଂଚର ତଦନ୍ତ କରିଥିଲେ ହେଲେ ଫଳ ଶୂନ। ରାଜ୍ୟରେ ଦଣ୍ଡବିଧାନ ହାର ମାତ୍ର ୫.୭ ପ୍ରତିଶତ, ଯାହାକି ସମଗ୍ର ଦେଶରେ ସର୍ବନିମ୍ନ। ସାଧାରଣ ନାଗରିକଙ୍କୁ ସୁରକ୍ଷା ଦେବାରେ ପୋଲିସ ବିଭାଗ ବିଫଳ ସାବ୍ୟସ୍ତ ହୋଇଥିବା ରାଜ୍ୟବାସୀ ଅନୁଭବ କରୁଛନ୍ତି।

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ହତ୍ୟା ଘଟଣାର ତଦନ୍ତ ଭାର କ୍ରାଇମବ୍ରାଂଚକୁ ଦେଇ ପୁଣି ଜଣେ ଅବସରପ୍ରାପ୍ତ ବିଚାରପତି କିମ୍ବା ଜିଲ୍ଲା ଜଜ୍‌ଙ୍କ ଦ୍ୱାରା ମନିଟରିଂ ପାଇଁ ହାଇକୋର୍ଟଙ୍କୁ ଚିଠି ଲେଖିବା ରାଜ୍ୟ ସରକାରଙ୍କ ଭୟକୁ ସ୍ପଷ୍ଟ କରୁଛି। ଭାରତୀୟ ଜନତା ପାର୍ଟି ଆଜି କ୍ରାଇମବ୍ରାଂଚ ତଦନ୍ତ ଉପରେ ଭରସା କରୁନାହିଁ। ବିଗତ ଦିନମାନଙ୍କରେ ଅନେକ ପ୍ରମାଣ ନଷ୍ଟ କରାଯାଇଛି ଏବଂ ଏହି ଘଟଣାରେ ବି ପ୍ରମାଣ ନଷ୍ଟ କରିବା ପାଇଁ ରାସ୍ତା ତିଆରି ହୋଇଛି।

ଏଭଳି ସମ୍ବେଦନଶୀଳ ଘଟଣାରେ ମୁଖ୍ୟମନ୍ତ୍ରୀ ଯଥାଶୀଘ୍ର ସ୍ୱଚ୍ଛତା ଅବଲମ୍ବନ କରନ୍ତୁ ଏବଂ ତଦନ୍ତ ଭାର ସିବିଆଇକୁ ଦିଅନ୍ତୁ ବୋଲି ଶ୍ରୀ ମହାନ୍ତି ଦାବି କରିଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର, ପୃଥ୍ୱୀରାଜ ହରିଚନ୍ଦନ ରାଜ୍ୟ ମୁଖପାତ୍ର ଉମାକାନ୍ତ ପଟ୍ଟନାୟକ, ଅନୀଲ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ।

ବିଜେପି ସମୀର ମହାନ୍ତି ସିବିଆଇ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସମ୍ପର୍କରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବୟାନ

April 12, 2026

ପିଏମ ଶ୍ରୀ କୁଶଳେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲିରେ ମୁଖ୍ୟମନ୍ତ୍ରୀଙ୍କ ଯୋଗଦାନ

April 12, 2026

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ବଡ଼ ଆଶ୍ୱସ୍ତି: ଭାରତ ଆସୁଛି ଏଲପିଜି ଜାହାଜ ‘ଜଗ୍ ବିକ୍ରମ’

April 12, 2026

ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ କେନ୍ଦ୍ରର ବଡ଼ ପଦକ୍ଷେପ: ମୁମ୍ବାଇରୁ ହାଓଡ଼ାକୁ ଚାଲିବ ଦୁଇଟି ସ୍ୱତନ୍ତ୍ର ଟ୍ରେନ୍

April 12, 2026
Latest News

ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସମ୍ପର୍କରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବୟାନ

April 12, 2026

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ୧୦୦ ବର୍ଷ ପୂର୍ତ୍ତି ଅବସରରେ ପ୍ରମୁଖ ଜନ ସଂଗୋଷ୍ଠୀ

April 12, 2026

କରେଣ୍ଟ ଲାଗି ତିନି ଦଣ୍ଡୁଆ ମୃତ

April 12, 2026

କୂଅରୁ ମୃତଦେହ ଉଦ୍ଧାର: ୧୨ଜଣ ଗିରଫ

April 12, 2026

ସମ୍ବଲପୁର ଜିଲ୍ଲା ସାମ୍ବାଦିକ ୟୁନିୟନର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ: ପେନସନ ଓ ସାମାଜିକ ସୁରକ୍ଷା ଦାବୀ

April 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.