Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିକ୍ରମଦେବ କଲେଜର ପ୍ଲାଟିନମ ଜୁବୁଲି: ଅତ୍ୟାଧୁନିକ ଅଡିଟୋରିଅମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ବିଶେଷ ଖବର

ବିକ୍ରମଦେବ କଲେଜର ପ୍ଲାଟିନମ ଜୁବୁଲି: ଅତ୍ୟାଧୁନିକ ଅଡିଟୋରିଅମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

February 3, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜୟପୁରର ବିକ୍ରମଦେବ ସ୍ବୟଂଶାସିତ କଲେଜର ପ୍ଲାଟିନମ ଜୁବୁଲି ଉତ୍ସବରେ ଯୋଗ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ଗତକାଲି ମୁଖ୍ୟମନ୍ତ୍ରୀ ବିକ୍ରମଦେବ କଲେଜକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ କରାଗଲା ବୋଲି ଘୋଷଣା କରିଥିଲେ। ଆଜି ମୁଖ୍ୟମନ୍ତ୍ରୀ ତାଙ୍କ ଉଦ୍‌ବୋଧନରେ ଛାତ୍ରଛାତ୍ରୀମାନଙ୍କୁ ଏ ଘୋଷଣା ସଂପର୍କରେ ଉଲ୍ଲେଖକରି କହିଥିଲେ ‘ଆପଣମାନେ ଖୁସି ତ?’ ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ବିପୁଳ ଉତ୍ସାହ, ଆନନ୍ଦ, ଉଲ୍ଲାସ ଓ କରତାଳି ମଧ୍ୟରେ ସ୍ବାଗତ କରିଥିଲେ। ଏହି ଘୋଷଣା ପାଇଁ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିକ୍ରମଦେବ ବିଶ୍ବବିଦ୍ୟାଳୟରେ ଏକ ଅତ୍ୟାଧୁନିକ ଅଡିଟୋରିଅମ ନିର୍ମାଣ କରାଯିବ ବୋଲି ଘୋଷଣା କରିଥିଲେ। ଏ ସଂପର୍କରେ ଅଧିକ ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କହିଥିଲେ ଯେ ଏହି ଅଡିଟୋରିଅମ ୧୦୦୦ ଆସନ ବିଶିଷ୍ଟ ହେବ ଏବଂ ଏଥିପାଇଁ ୮ କୋଟି ଟଙ୍କା ବିନିଯୋଗ କରାଯିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ଆମ ଭିତରେ ଥିବା ସଂଭାବନାକୁ ବୃଦ୍ଧି କରିଥାଏ। ଯୁବସମାଜ ଉପରେ ତାଙ୍କର ପୁରା ଆସ୍ଥା ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନେ ଭଲ ପାଠ ପଢନ୍ତୁ ଏବଂ ସମାଜ ସହିତ ଯୋଡି ହୋଇ ରୁହନ୍ତୁ। ନିଜର ତଥା ନିଜ ପରିବାରର ଏବଂ ସାରା ଓଡିଶାର ସ୍ବପ୍ନ ପୂରଣ କରିବା ପାଇଁ ଉଦ୍ୟମ ଜାରି ରଖିବାକୁ ସେ ପରାମର୍ଶ ଦେଇଥିଲେ।

କୋରାପୁଟ ତାଙ୍କ ପାଇ ସବୁବେଳେ ସ୍ବତନ୍ତ୍ର ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭିତ୍ତିଭୂମିର ବିକାଶ ଜରିଆରେ କୋରାପୁଟର ବିକାଶ ପାଇଁ କାମ କରାଯାଉଛି। ଭିତ୍ତିଭୂମିର ଗୁରୁତ୍ବ ସଂପର୍କରେ ଉଦାହରଣମ ଦେଇ ସେ କହିଲେ ଯେ ଗୋଟିଏ ଗୁରୁପ୍ରିୟା ସେତୁ ଆଜି ସ୍ବାଭିମାନ ଅଞ୍ଚଳରେ ବିକାଶର ନୂଆ ଧାରା ଆଣିପାରିଛି।

ଭିତ୍ତିଭୂମି ହିଁ ବିକାଶର ଆଧାର ବୋଲି ସେ ମତବ୍ୟକ୍ତ କରି ସେ କୋରାପୁଟ ପାଇଁ ୧୫୯୬ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏଧିରେ ୨୦୭.୮୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥଇବା ବେଳେ ୧୩୭୮.୪୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା। ସେତୁ, ସଡକ, ପାନୀୟ ଜଳ, ଜଳସେଚନ, ବିଦ୍ୟୁତୀକରଣ ଓ ପର୍ଯ୍ୟଟନ ଆଦି ପ୍ରକଳ୍ପ କାମ କରାଯାଇଛି।

ମିଶନ ଶକ୍ତି କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ସେ କହିଥିଲ ଯେ ମା ମାନେ ଭଲ କାମ କରି ସାରା ରାଜ୍ୟ ପାଇଁ ସୁନାମ ଆଣିଛନ୍ତି। ସ୍ବାଧୀନତାର ୭୫ ବର୍ଷ ଅବସରରେ ଜାତୀୟ ପତାକା ପ୍ରସ୍ତୁତ କରି ସେମାନେ ନିଜର ଦକ୍ଷତା ଦେଖାଇଛନ୍ତି ଏବଂ ସେମାନଙ୍କ ଉପରେ ଥିବା ଆମର ବିଶ୍ବାସକୁ ଆହୁରି ମଜବୁତ କରିଛନ୍ତି। ମା ମାନଙ୍କୁ ଉଦ୍ୟୋଗୀ ଭାବରେ ଦେଖିବାକୁ ଚାହେଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସବୁ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କୁ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପାନୁଷ୍ଠାନରେ ପରିଣତ କରିବା ପାଇଁ କାମ ଆରମ୍ଭ ହୋଇଛି ଏବଂ ଏଥିପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଦିଆଯାଉଛି। ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କା ଋଣ ଦିଆଯିବ ବୋଲି ସେ କହିଥିଲେ। ମା ମାନଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଦିଆଯାଉଛି ବୋଲି ସେ କହିଥିଲେ।

ଏହି ଅବସରରେ ଜିଲ୍ଲାର ୧୨୩୫ ମିଶନ ଶକ୍ତି ଗୋଷ୍ଠୀକୁ ୫୦ କୋଟି ଟଙ୍କାର ସୁଧ ବିହୀନ ଋଣ ପ୍ରଦାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ କୋରାପୁଟ ପର୍ଯ୍ୟଟନ ଉପରେ ଆଧାରିତ ଏକ ସ୍ବତନ୍ତ୍ର ପୋଷ୍ଟାଲ କଭର ଉନ୍ମୋଚିତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ, ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି, କୋରାପୁଟ ବିଧାୟକ ରଘୁରାମ ପେଡାଲ, କୋରାପୁଟ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସଶ୍ମିତା ମେଲ୍ଲେକା ଏବଂ କୋରାପୁଟ ସ୍ବତନ୍ତ୍ର ବିକାଶ ପରିଷଦର ଅଧ୍ୟକ୍ଷ ଚନ୍ଦ୍ରଶେଖର ମାଝୀ ପ୍ରମୁଖ ସେମାନଙ୍କ ବକ୍ତବ୍ୟ ରଖି ମୁଖ୍ୟମନ୍ତ୍ରୀଙ୍କ ବିଶ୍ବବିଦ୍ୟାଳୟ ଘୋଷଣାକୁ ସ୍ବାଗତ କରିଥିଲେ ଏବଂ ଏହାଦ୍ବାରା କୋରାପୁଟ ଜିଲ୍ଲା ଓ ସମଗ୍ର ଦକ୍ଷିଣ ଓଡିଶାରେ ଉଚ୍ଚଶିକ୍ଷା କ୍ଷେତ୍ରରେ ବିପୁଳ ସୁଯୋଗ ସୃଷ୍ଟି ହେବ ବୋଲି ମତବ୍ୟକ୍ତ କରିଥିଲେ।

ବିକ୍ରମଦେବ କଲେଜ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
Share. Facebook Twitter LinkedIn Email WhatsApp Copy Link

Related Posts

ଆର୍ଥିକ ସର୍ବେକ୍ଷଣ ରିପୋର୍ଟ 2025-26: ଜିଡିପି ଅଭିବୃଦ୍ଧି 7.4% ରହିବା ନେଇ ଆକଳନ

January 29, 2026

ଟି-୨୦ ବିଶ୍ୱକପ୍ ପରେ ପ୍ରଶିକ୍ଷକ ପଦରୁ ହଟିବେ ଗୌତମ ଗମ୍ଭୀର?: ସ୍ପଷ୍ଟ କଲା ବିସିସିଆଇ 

January 29, 2026

ଓଡ଼ିଶାର ହିର୍ଲି ଆବାସିକ ବିଦ୍ୟାଳୟକୁ ଜାତୀୟ ପୁରସ୍କାର: ଦ୍ୱିତୀୟ ସ୍ଥାନ ସହିତ ମିଳିଲା ୭୫ ଲକ୍ଷ

January 29, 2026

EU ପରେ ଏବେ ଆମେରିକା ସହିତ ଭାରତର ହେଲା କି ବାଣିଜ୍ୟ ଚୁକ୍ତି? ଜାଣନ୍ତୁ ରିପୋର୍ଟ

January 29, 2026
Latest News

ଓଡ଼ିଶାର ହଜାର ହଜାର ଶିକ୍ଷକ ଏବଂ ଛାତ୍ରଛାତ୍ରୀଙ୍କୁ ଏଆଇ-ପ୍ରସ୍ତୁତ କରିବା ପାଇଁ ରିଲାଏନ୍ସ ଜିଓର ପ୍ରୟାସ

January 29, 2026

ଭାରତର ଗଣତନ୍ତ୍ର ଏବଂ ଜନସଂଖ୍ୟା ବିଶ୍ୱ ପାଇଁ ଆଶାର କିରଣ: ପ୍ରଧାନମନ୍ତ୍ରୀ

January 29, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ପାକିସ୍ତାନର ସଫଳତା: ଅଷ୍ଟ୍ରେଲିଆକୁ କଲା ପରାସ୍ତ

January 29, 2026

୧.୮ ଲକ୍ଷ ଯୁବକଯୁବତୀଙ୍କୁ ନିଯୁକ୍ତି ଏବଂ ୩ ଲକ୍ଷ ଯୁବକଯୁବତୀଙ୍କୁ ତାଲିମ ପ୍ରଦାନ କଲା ରିଲାଏନ୍ସ ଫାଉଣ୍ଡେସନ

January 29, 2026

ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ

January 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.